ଜିଲାପାଳ,ଏସ୍‌ପିଙ୍କ ଉପସ୍ଥିତିରେ ଦିବ୍ୟାଙ୍ଗଙ୍କ ଆତ୍ମହତ୍ୟା ଉଦ୍ୟମ

ଦିଗପହଣ୍ଡି,୨୫।୭(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମରେ ଏକ ଅଭାବନୀୟ ଘଟଣା ଘଟିଛି। ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା, ଜିଲା ଗ୍ରାମଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଭି. କୀର୍ତ୍ତି ଭାସନ, ବ୍ରହ୍ମପୁର ଏସ୍‌ପି ସର୍ବଣା ବିବେକ ଏମ୍‌ଙ୍କ ସହ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ଜଣେ ବିଦ୍ୟାଙ୍ଗ ବ୍ୟକ୍ତି ବିଷାକ୍ତ ଔଷଧ ଖାଇ ଆତ୍ମହତ୍ୟା ପାଇଁ ଉଦ୍ୟମ କରିଛନ୍ତି। ଦିବ୍ୟାଙ୍ଗ ବ୍ୟକ୍ତି ଜଣକ ହେଲେ ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତଣ୍ଡା ଗ୍ରାମର ଜେ. ବାଳକୃଷ୍ଣ ଦୋରା। ଏହି ଘଟଣା ପ୍ରଚାରିତ ହେବା ପରେ ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି।

ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ଉପସ୍ଥିତ ପୋଲିସ କର୍ମଚାରୀ ଉଦ୍ଧାର କରି ସ୍ଥାନୀୟ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଦିଗପହଣ୍ଡି ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା, ଦିଗପହଣ୍ଡି ଅତିରିକ୍ତ ତହସିଲଦାର ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଚିକିତ୍ସା ବ୍ୟବସ୍ଥା ତଦାରଖ କରିଥିଲେ। ହେଲେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

ବାଳକୃଷ୍ଣଙ୍କ ପଡୋଶୀ ଘର ବାରିପଟ ଜମିକୁ ମାଡି ବସିଥିବାରୁ ଜମି ଚିହ୍ନଟ (ଡିମାରକେସନ) ପାଇଁ ବାରମ୍ବାର ଦିଗପହଣ୍ଡି ସ୍ଥିତ ରାଜସ୍ବ ସର୍କଲ କାର୍ଯ୍ୟାଳୟକୁ ଦୌଡ଼ି ଥିଲେ। ହେଲେ କାର୍ଯ୍ୟାଳୟ ପକ୍ଷରୁ ଜମି ଚିହ୍ନଟ ପାଇଁ କୌଣସି ପଦକ୍ଷେପ ନିଆଯାଇ ନ ଥିଲା। ଶେଷରେ ସେ ନିରୁପାୟ ହୋଇ ସୋମବାର ଗଞ୍ଜାମ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ପହଞ୍ଚି ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri