ଅର୍ଥନୀତିକୁ ସୁଦୃଢ଼ କରିବାରେ ହସ୍ତତନ୍ତର ଅବଦାନ ରହିଛି: ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର, ୮ା୮(ସୁନିତ୍‌ ମିଶ୍ର): ଆମ ଦେଶ ତଥା ରାଜ୍ୟର ହସ୍ତଶିଳ୍ପ, ହସ୍ତତନ୍ତ ଓ ହସ୍ତକଳାର ସ୍ବତନ୍ତ୍ର ପରିଚୟ ରହିଛି। ଜାତୀୟ ହସ୍ତତନ୍ତ ଦିବସ ଭାରତରେ ହସ୍ତତନ୍ତ କାରିଗରିର ବର୍ଷ ବର୍ଷ ଧରି ପୁରାତନ ପରମ୍ପରାକୁ ସ୍ମରଣ କରାଇଥାଏ। ଦେଶର ଅର୍ଥନୀତିରେ ହସ୍ତତନ୍ତ ବୁଣାକାରଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନକୁ ସ୍ବୀକାର କରିବାର ଏହା ଅବକାଶ ସୃଷ୍ଟି କରିଥାଏ। ଭାରତର କଳା, ସଂସ୍କୃତି ଓ ଐତିହ୍ୟକୁ ଉଜ୍ଜୀବିତ ରଖିବାରେ ହସ୍ତତନ୍ତ ପୋଷାକ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇଆସିଛି। କୃଷି ସହ ଅର୍ଥନୀତିକୁ ସୁଦୃଢ଼ କରିବା ପାଇଁ ହସ୍ତତନ୍ତର ଅବଦାନ ରହିଛି ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କହିଛନ୍ତି।
ଜାତୀୟ କୃଷି ଓ ଗ୍ରାମୀଣ ବିକାଶ ବ୍ୟାଙ୍କ(ନାବାର୍ଡ),ଓଡିଶା ଆଞ୍ଚଳିକ ଶାଖା ତରଫରୁ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ହସ୍ତତନ୍ତ ସ୍ବତନ୍ତ୍ର ପ୍ରଦର୍ଶନୀ ଆୟୋଜନ କରାଯାଇଛି। ୩ ଦିନ ଧରି ଆୟୋଜିତ ଏହି ପ୍ରଦର୍ଶନୀ ଷ୍ଟଲ୍‌କୁ ସୋମବାର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରି କହିଛନ୍ତି ଯେ, ଆମ ବୁଣାକାରମାନେ ବୁଣୁଥିବା ଶାଢ଼ିଠାରୁ ଆରମ୍ଭକରି କୁମ୍ଭକାରମାନେ ତିଆରି କରୁଥିବା ମାଟିସାମଗ୍ରୀ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଅଧୁନା ଆଧୁନିକ ଯନ୍ତ୍ରପାତିର ବ୍ୟବହାର ଦ୍ୱାରା ବହୁଳ ଭାବେ ଅନ୍ୟ ସବୁପ୍ରକାରର ପୋଷାକ ଉତ୍ପାଦନ ହେବା ଫଳରେ ହସ୍ତତନ୍ତ ଉତ୍ପାଦ ପ୍ରସ୍ତୁତିରେ ପ୍ରଭାବ ପଡ଼ିଛି। ଆମର ପ୍ରାଚୀନ ହସ୍ତତନ୍ତ ପରମ୍ପରାକୁ ବଞ୍ଚାଇ ରଖିବାକୁ ହେଲେ ଆମ ସମସ୍ତଙ୍କୁ ଏଥିପ୍ରତି ଆଗ୍ରହ ପ୍ରକାଶ କରିବାର ଆବଶ୍ୟକତା ରହିଛି। ହସ୍ତତନ୍ତ ବସ୍ତ୍ର ବ୍ୟବହାର ଫଳରେ ଅନନ୍ୟ ଅନୁଭବ ମିଳେ। ଏସବୁ ଉତ୍ପାଦଗୁଡ଼ିକ ଜଳବାୟୁ ଉପଯୋଗୀ। ଏହି ପରିପ୍ରେକ୍ଷୀରେ ପ୍ରତ୍ୟେକ ମହିଳା ଘରେ ଘରେ ହସ୍ତତନ୍ତ ଶାଢ଼ି ବ୍ୟବହାର କରିବାକୁ ମୁଖ୍ୟ ଶାସନ ସଚିବ ଆହ୍ବାନ ଦେଇଛନ୍ତି। ଏହି ପ୍ରଦର୍ଶନୀରେ ନାବାର୍ଡ ସହାୟତାରେ ପରିଚାଳିତ ଖୋର୍ଦ୍ଧା, କଟକ, ସମ୍ବଲପୁର, ଯାଜପୁର, ମୟୂରଭଞ୍ଜ, ସୁବର୍ଣ୍ଣପୁର ଆଦି ଜିଲାରୁ ୭ଟି ହସ୍ତତନ୍ତ ଉତ୍ପାଦକ ସଂଘ ଅଂଶଗ୍ରହଣ କରିଛନ୍ତି। ଆୟୋଜିତ କାର୍ଯ୍ୟକ୍ରମରେ ୨୦୨୧ ବ୍ୟାଚ୍‌ର ୫ ଜଣ ଆଇଏଏସ୍‌ ପ୍ରୋବେସନର ମଧ୍ୟ ଅତିଥିଭାବେ ଉପସ୍ଥିତ ଥିଲେ। ୨୦ରୁ ଅଧିକ ଯୁବତୀ, ଯୁବକ ହସ୍ତତନ୍ତ ପୋଷାକ ପରିଧାନ କରି ଆୟୋଜିତ ଫ୍ୟାଶନ ଶୋ’ରେ ଅଂଶଗ୍ରହଣ କରିଥିଲେ। ନାବାର୍ଡ, ଭୁବନେଶ୍ୱର ଆଞ୍ଚଳିକ ଶାଖାର କର୍ମକର୍ତ୍ତାମାନେ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri