ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ମେଳା ଉଦ୍‌ଘାଟିତ

ଭୁବନେଶ୍ୱର,୧୫।୧୦ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ଏକ୍ସପୋ (ମେଳା)ର ଆୟୋଜନ ଭୁବନେଶ୍ୱରର ପ୍ରଦଶର୍ନୀ ପଡ଼ିଆଠାରେ କରାଯାଇଛି। ଶନିବାର ଉକ୍ତ ମେଳାର ସ୍ବତନ୍ତ୍ର ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କାମଧେନୁ ଖଦି ଉଲ୍‌ ପାନିପଥର ସମ୍ପାଦକ ରାଜେନ୍ଦ୍ର ଚୌଧୁରୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଏହି ମେଳା ୨୦୨୩ ନଭେମ୍ବର ୧୧ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ପ୍ରତିଦିନ ସକାଳ ୧୧ ଘଟିକାରୁ ସନ୍ଧ୍ୟା ୯ ଘଟିକା ପର୍ଯ୍ୟନ୍ତ ମେଳା ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ ବୋଲି ଆୟୋଜକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ ପ୍ରଥମ ଥର ପାଇଁ ଓଡ଼ିଶା ସରକାରଙ୍କ ଅଗ୍ରଣୀ ସଂସ୍ଥା ବୟନିକା ମେଳାରେ ସାମିଲ ହୋଇଛି। ସେହିଭଳି ଉକ୍ତ ମେଳାରେ ପ୍ରାୟ ୭୦ଟି ଷ୍ଟଲ୍‌ ପଡିଥିବାବେଳେ ଓଡ଼ିଶା ସମେତ ପଞ୍ଜାବ, ହରିୟାଣା,ଉତ୍ତରାଖଣ୍ଡ, ଉତ୍ତର ପ୍ରଦେଶ, ରାଜସ୍ଥାନ, ମଧ୍ୟପ୍ରଦେଶ, ଗୁଜରାଟ,ବିହାର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, କର୍ନାଟକ, ତେଲଙ୍ଗାନା, ଆସାମ, ପୁଡୁଚେରୀ, ତାମିଲନାଡୁ ଏବହ ଜମ୍ମୁ-କଶ୍ମୀର ଭଳି ରାଜ୍ୟର ବୁଣାକାର ସଂଘ, ନିଗମ ଓ ବ୍ୟବସାୟୀମାନଙ୍କର ଭଳିକି ଭଳି ପୋଷାକ ଉଭୟ ବିକ୍ରି ଓ ପ୍ରଦର୍ଶନୀ ପାଇଁ ଉପଲବ୍ଧ। ସେହିପରି ଆକର୍ଷଣୀୟ ପୋଷାକ ସାଙ୍ଗକୁ ଘରକରଣା ସାମଗ୍ରୀ ଆଦି ଉପରେ ୨୦%ର ସ୍ବତନ୍ତ୍ର ରିହାତି ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଉଛି। ଏପରିକି ଏଠାରେ ସମସ୍ତ ଡେବିଟ୍‌ ଓ କ୍ରେଡିଟ୍‌ କାର୍ଡର ବ୍ୟବହାର କାରବାର ସମୟରେ ଗ୍ରହଣ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri