‘ହସ୍ତତନ୍ତ ଉତ୍ପାଦଗୁଡ଼ିକୁ କର୍ପୋରେଟ୍‌ ପ୍ରୋତ୍ସାହନ ଆବଶ୍ୟକ’

ଭୁବନେଶ୍ୱର,୧୦ା୧୨: ଓଡ଼ିଶାର କଳା ସଂସ୍କୃତି ଓ କାରିଗରିକୁ ବିଶ୍ୱ ଦରବାରରେ ପହଞ୍ଚାଇବା ଲକ୍ଷ୍ୟରେ ୱାର୍ଲଡ୍‌ ଟ୍ରେଡ୍‌ ସେଣ୍ଟର (ଡବ୍ଲ୍ୟୁଟିସି) ଭୁବନେଶ୍ୱର ପକ୍ଷରୁ ସ୍ଥାନୀୟ ଖଣ୍ଡଗିରିସ୍ଥିତ କଳାଭୂମିଠାରେ କାରିଗରଙ୍କ ପାଇଁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ, ଓଡ଼ିଶା ହସ୍ତତନ୍ତର ଇତିହାସ ଅତ୍ୟନ୍ତ ପ୍ରାଚୀନ ଏବଂ ଏହା ପ୍ରକୃତି ଦ୍ୱାରା ପ୍ରେରିତ ବୋଲି ଆକଳନ କରାଯାଉଛି। ଉକ୍ତ ପରମ୍ପରାକୁ ଆହୁରି ପରିପୁଷ୍ଟ କରିବା ଏବଂ ହସ୍ତତନ୍ତ ସାମଗ୍ରୀ କିଭଳି ସମଗ୍ର ବିଶ୍ୱରେ ଲୋକପ୍ରିୟ ହୋଇପାରିବ, ସେଥିପାଇଁ ବିଭିନ୍ନ ସ୍ତରରେ ଯୋଜନା ହେବା ଆବଶ୍ୟକ। ଏହା ବ୍ୟତୀତ ବେସରକାରୀ ସ୍ତରରେ ମଧ୍ୟ କର୍ପୋରଟ ଜଗତ ଏହାକୁ ପ୍ରୋତ୍ସାହିତ କରିବା ଲାଗି ଆଗେଇ ଆସିବା ଦରକାର ବୋଲି ରାଜ୍ୟପାଳ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ଡବ୍ଲ୍ୟୁଟିସି ଭୁବନେଶ୍ୱରର ସହକାରୀ ନିର୍ଦ୍ଦେଶିକା ନିମେଶିକା ନଟରାଜନ କହିଛନ୍ତି, ଓଡ଼ିଶାର ହସ୍ତତନ୍ତ ଏବଂ ନିରନ୍ତର ଫ୍ୟାଶନର ପ୍ରସାର କରିବା ଏବଂ ଓଡ଼ିଶାର ହସ୍ତତନ୍ତ ଉପତ୍ାଦକୁ ଆନ୍ତର୍ଜାତିକ ବଜାରରେ ପହଞ୍ଚାଇବା ଲାଗି ୱାର୍ଲଡ ଟ୍ରେଡ୍‌ ସେଣ୍ଟର ଭୁବନେଶ୍ୱର ପକ୍ଷରୁ ଏହା ହେଉଛି ଏକ ଉଦ୍ୟମ। ଉକ୍ତ କାର୍ଯ୍ୟକ୍ରମ ପ୍ରାରମ୍ଭରେ ଡବ୍ଲ୍ୟୁଟିସି ଭୁବନେଶ୍ୱରର ପରାମର୍ଶଦାତା ପଞ୍ଚମୀ ମାନୋ ଉକିଲ୍‌ ବିବରଣୀ ପ୍ରଦାନ କରିଥିବା ବେଳେ ଡ. ରୀନା ରାଉତରାୟ ସ୍ବାଗତ ଅଭିଭାଷଣ ଦେଇଥିଲେ। ସେହିଭଳି ହସ୍ତତନ୍ତ, ବୟନ ଓ ହସ୍ତକଳା ବିଭାଗର ପ୍ରମୁଖ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫ୍ୟାଶନ ଟେକ୍ନୋଲୋଜିର ପ୍ରଫେସର ବି. ବି ଜେନା ଏବଂ ଅହମ୍ମଦାବାଦସ୍ଥିତ ଏଣ୍ଟରପ୍ରେନ୍ୟୁଅରଶିପ୍‌ ଡେଭେଲପ୍‌ମେଣ୍ଟ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆର ଡାଇରେକ୍ଟର ଜେନେରାଲ ଡ. ସୁନୀଲ ଶୁକ୍ଳା ମଧ୍ୟ ନିଜ ନିଜର ମତ ଉପସ୍ଥାପନ କରିଥିଲେ। ଏହି ପରିପ୍ରେକ୍ଷୀରେ ରାଜ୍ୟର ୯ ଜଣ ବୁଣାକାରଙ୍କୁ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ। ଅପରାହ୍ନରେ ଆୟୋଜିତ ହୋଇଥିବା ଏକ ପ୍ରଦର୍ଶନୀକୁ କବିସୂର୍ଯ୍ୟନଗରର ବିଧାୟିକା ଲତିକା ପ୍ରଧାନ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ଆୟୋଜିତ ଏକ ଆଲୋଚନାଚକ୍ରରେ ଡବ୍ଲ୍ୟୁଟିସି ଭୁବନେଶ୍ୱର ମହିଳା ଫୋରମ୍‌ର ପରାମର୍ଶଦାତା ଡ. ରୀନା ରାଉତରାୟ, ବୟନ ଉପନିର୍ଦ୍ଦେଶିକା ମଧୁସ୍ମିତା ଦାସ, ଓଏଏସ୍‌ ରାଜା ପରିଜା, ଜାତୀୟ ପୁରସ୍କାର ବିଜୟିନୀ ବୁଣାକାର ସୁକାନ୍ତି ମେହେର ଏବଂ ବୟନିକାର ବିପଣନ ପ୍ରବନ୍ଧକ ଅର୍ଥରଂଜନ ମହାପାତ୍ର ବୁଣାକାରମାନେ ବର୍ତ୍ତମାନ ପରିସ୍ଥିତିରେ ସାମ୍ନା କରୁଥିବା ସମସ୍ୟା ଏବଂ ସେମାନଙ୍କ ପାଇଁ ରହିଥିବା ଆହ୍ବାନ ବିଷୟରେ ଆଲୋଚନା କରିଥିଲେ। ପରିଶେଷରେ କଳାଭୂମି ଠାରେ ମଡେଲମାନେ ସ୍ଥାନୀୟ ବୁଣାକାରମାନଙ୍କ ଦ୍ୱାରା ପ୍ରସ୍ତୁତ ସୁନ୍ଦର ଡିଜାଇନର ପୋଷାକ ପରିଧାନ କରି ର଼୍ୟାମ୍ପ୍‌ ୱାକ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪…

ଗେମ୍ ବି ମାନିଲା ହାର୍! କ୍ୟାଣ୍ଡି କ୍ରଶ୍‌ର ‘The End’ କରି ବିଶ୍ୱ ରେକର୍ଡ କଲେ ବିହାର ଯୁବକ

ସିୱାନ୍: ସାଧାରଣତଃ ଘରେ ପିଲାମାନେ ମୋବାଇଲ୍‌ରେ ଗେମ୍ ଖେଳିଲେ ଅଭିଭାବକମାନେ ଗାଳିଗୁଲଜ କରିବା ସହ “ପାଠ ନପଢ଼ି ଗେମ୍ ଖେଳିଲେ ଭବିଷ୍ୟତ ନଷ୍ଟ ହୋଇଯିବ” ବୋଲି ତାଚ୍ଛଲ୍ୟ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

୨୩ ଦିନରେ ବଦଳିବ ଭାଗ୍ୟ! ଗୁରୁ-ବୁଧଙ୍କ କୃପାରେ ଲାଭବାନ ହେବେ ୫ ରାଶି

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନକୁ ବେଶ୍ ଗୁରୁତ୍ୱ ଦିଆଯାଏ । ବିଶେଷକରି ଦେବଗୁରୁ ବୃହସ୍ପତି ବା ଗୁରୁ ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଆସିଲେ ଏହାର ପ୍ରଭାବ ରାଶିଚକ୍ରର…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ କପିଳ ଦେବ: କ୍ରିକେଟ୍‌ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୮।୧୦: କ୍ରିକେଟ ଜଗତରେ ପାଦ ଥାପିବା ପରଠାରୁ ନିଜ ପ୍ରତିଭାର ଝଲକ ଦେଖାଇ ଆସୁଛନ୍ତି ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀ। ବୟସ ମାତ୍ର ୧୫ ବର୍ଷ ହୋଇଥିବା…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

ମୃତ୍ୟୁ ପରେ ମୋତେ ଏମିତି କରିବ, କ’ଣ ଥିଲା ନାନା ପାଟେକରଙ୍କ ଶେଷ ଇଚ୍ଛା? ୨୦୨୩ରେ ପ୍ରକାଶ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ

ମୁମ୍ବାଇ,୮।୧୦: ବଲିଉଡରେ ଏପରି କିଛି ଅଭିନେତା ଅଛନ୍ତି ଯେଉଁମାନେ କେବଳ ପରଦାରେ ଚରିତ୍ର ରୂପାୟନ କରିବାଠାରୁ ଊର୍ଦ୍ଧ୍ୱକୁ ଯାଇ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?