Posted inଖେଳ

ବୁଦାପେଷ୍ଟକୁ ଚେସ୍‌ ଅଲିମ୍ପିଆଡ୍‌ ମଶାଲ ହସ୍ତାନ୍ତର

ନୂଆଦିଲ୍ଲୀ,୧୫ା୨(ପି.ଟି.): ଭାରତୀୟ କ୍ରୀଡାମନ୍ତ୍ରୀ ଅନୁରାଗ ଠାକୁର ବୁଧବାର ଚେସ୍‌ ଅଲମ୍ପିଆଡ୍‌ ହସ୍ତାନ୍ତର କରିଛନ୍ତି। ହଙ୍ଗେରୀର ରାଜଧାନୀ ବୁଦାଫେଷ୍ଟରେ ୪୫ତମ ଚେସ୍‌ ଅଲମ୍ପିଆଡ ଅନୁଷ୍ଠିତ ହେବାକୁ ଯାଉଛି। ନୂଆଦିଲ୍ଲୀର ଧ୍ୟାନଚାନ୍ଦ ନ୍ୟାଶନାଲ ଷ୍ଟାଡିୟମରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ କ୍ରୀଡାମନ୍ତ୍ରୀ ମଶାଲ ହସ୍ତାନ୍ତର କରିଥିଲେ। ଫିଡେ ସଭାପତି ଆର୍କାଡି ଡୋର୍କୋଭିଚ ଓ ଆୟୋଜକ ହଙ୍ଗେରୀର ପ୍ରତିନିଧିଙ୍କୁ ମଶାଲ ହସ୍ତାନ୍ତର କରାଯାଇଥିଲା। ଭାରତର ଚେନ୍ନାଇରେ ୪୪ତମ ଚେସ୍‌ ଅଲମ୍ପିଆଡ୍‌ ଅନୁଷ୍ଠିତ ହୋଇଥିଲା। ଜୁନ୍‌ ୨୦୨୨ରେ ଭାରତକୁ ମଶାଲ ହସ୍ତାନ୍ତର କରାଯାଇଥିବା ବେଳେ ଜୁଲାଇରୁ ଅଗଷ୍ଟ ମଧ୍ୟରେ ଏହି ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଥିଲା। ସମଗ୍ର ବିଶ୍ୱର ୨୫୦୦ରୁ ଅଧିକ ଖେଳାଳି ଏଥିରେ ଅଂଶଗ୍ରହଣ କରିଥିଲେ। ଭାରତ ଏହି ଟୁର୍ନାମେଣ୍ଟରେ ୯ ପଦକ ହାସଲ କରିଥିବା ବେଳେ ମହିଳା ଟିମ୍‌ ଇଭେଣ୍ଟରେ ଐତିହାସିକ ବ୍ରୋଞ୍ଜ ପଦକ ହାସଲ କରିଥିଲା। ଚେସ୍‌ ବୁଦ୍ଧିମତାର ଖେଳ ହୋଇଥିବା ବେଳେ ସମଗ୍ର ବିଶ୍ୱକୁ ଏହା ଭାରତର ଦାନ ବୋଲି କହିଥିଲେ କ୍ରୀଡାମନ୍ତ୍ରୀ ଅନୁରାଗ ଠାକୁର। ଏହା କେବଳ ଏକ ଖେଳ ନୁହେଁ ବରଂ ଏହା ଅସୀମ ଧୈର୍ଯ୍ୟ ଓ ଯୋଜନା ଆବଶ୍ୟକ କରିଥାଏ ବୋଲି ଠାକୁର କହିଥିଲେ। ଭାରତୀୟ ଗ୍ରାଣ୍ଡମାଷ୍ଟର ବିଶ୍ୱନାଥନ ଆନନ୍ଦ ଓ ହଙ୍ଗେରିଆନ୍‌ ଗ୍ରାଣ୍ଡମାଷ୍ଟର ଜୁଡିତ ପୋଲଗାର ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri