ହାତ ଗୋଡ଼ ବାନ୍ଧି ଲୁଟିନେଲେ ୧ କୋଟି ଟଙ୍କାର ଅଳଙ୍କାର

ରାୟଗଡ଼ା ଅଫିସ,୨।୪: ରାୟଗଡ଼ା ସହରର ସାଇପ୍ରିୟା ନଗର ତୃତୀୟ ଲାଇନରେ ଶୁକ୍ରବାର ବିଳମ୍ବିତ ରାତିରେ ବଡ଼ ଧରଣର ଡକାୟତି ହୋଇଛି। ରେଳବାଇରେ ଗୁଡ୍‌ସ ଟ୍ରେନ ଗାର୍ଡ ଭାବେ କାର୍ଯ୍ୟରତ ଏମ୍‌. ଭେଙ୍କେଟରାଓଙ୍କ ଘରେ ୮ ଜଣିଆ ଏକ ଡକାୟତି ଗ୍ୟାଙ୍ଗ ପଶି ଲୁଟି ନେଇଛନ୍ତି। ରାତିଅଧରେ ଘରର ଝରକା ଓ ଲୁହା ଗ୍ରୀଲ ଭାଙ୍ଗି ୨୦ ଭରି ସୁନା ଗହଣା ସହ ଦେଢ଼ କେଜିର ଏକ ରୁପାହାଣ୍ଡି ଓ ନଗଦ ୩୦ ହଜାର ଟଙ୍କା ଏବଂ ମୋବାଇଲ ନେଇଯାଇଛନ୍ତି। ଭେଙ୍କେଟରାଓ, ତାଙ୍କ ସ୍ତ୍ରୀ ଭବାନୀ ଓ ୨ ପୁଅ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ସମସ୍ତଙ୍କୁ ନିଦରୁ ଉଠାଇ ହାତ ଗୋଡ଼ ବାନ୍ଧି ଘରେ ଥିବା ସୁନା ଅଳଙ୍କାର ଓ ନଗଦ ଟଙ୍କା ମାଗିଥିଲେ। ମାରଣାସ୍ତ୍ର ଧରି ସୁନା ଅଳଙ୍କାର ନ ଦେଲେ ୨ ପୁଅଙ୍କୁ ଜୀବନରେ ମାରିଦେବାକୁ ଧମକ ଦେବାରୁ ଭୟରେ ସମସ୍ତ ଅଳଙ୍କାର ଓ ନଗଦ ଟଙ୍କା ଭେଙ୍କେଟରାଓ ଦେଇଥିଲେ। ସେମାନେ ଚାଲିଯିବା ପରେ ଭେଙ୍କେଟରାଓ ଘଟଣା ସମ୍ପର୍କରେ ରାୟଗଡା ଥାନାରେ ଅଭିଯୋଗ କରିଥିଲେ। ଥାନା ଅଧିକାରୀ ରଶ୍ମିରଞ୍ଜନ ପ୍ରଧାନ, ଏସ୍‌.ଆଇ. ଶିବ ଶଙ୍କର ସାହୁ, ସାଇଣ୍ଟିଫିକ୍‌ ଟିମ୍‌ ଓ ଡଗ୍‌ସ୍କ୍ବାଡ୍‌ ପହଞ୍ଚିି ତଦନ୍ତ ଆରମ୍ଭ କରିଛନ୍ତି। ଅନୁସନ୍ଧାନୀ କୁକୁର ରେଳ ଟ୍ରାକ୍‌କୁ ଯାଇଥିବା ବେଳେ ସେଠାରୁ ଭେଙ୍କେଟରାଓଙ୍କ ଦୁଇଟି ମୋବାଇଲ ପୋଲିସକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri