ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ ଏକ ନିରୀହ ପରିବାର ମୁହଁରେ ହସ ଫୁଟାଇଛି। କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ପଞ୍ଚାୟତ ରଣପୁର ଗ୍ରାମର ହାନ୍ଦୁ ମାଝୀଙ୍କ ପରିବାର ପାଇଁ ଏବେ ସରକାରୀ ପକ୍କା ଘର ମିଳିବା ନିଶ୍ଚିତ ହୋଇଛି। ଗତବର୍ଷ ବନ୍ୟାରେ ସର୍ବସ୍ବ ହରାଇ ପଲିଥିନ୍ ତଳେ ଅତି ଦୟନୀୟ ଭାବେ ଜୀବନ ବିତାଉଥିବା ଏହି ପରିବାରର ଦୁଃଖ ଏବେ ପ୍ରଶାସନିକ ହସ୍ତକ୍ଷେପ ଯୋଗୁ ଦୂର ହେବାକୁ ଯାଉଛି।

ଗତ ମାର୍ଚ୍ଚ ୧୮ ତାରିଖରେ ହାନ୍ଦୁ ମାଝୀଙ୍କ ଦୁର୍ଦ୍ଦଶା ସମ୍ପର୍କରେ ‘ଧରିତ୍ରୀ’ରେ ସଚିତ୍ର ଖବର ପ୍ରକାଶ ପାଇବା ପରେ ସରକାରୀ କଳ ସକ୍ରିୟ ହୋଇଉଠିଛି। ବିଡିଓ ଧ୍ରୁବ ଚରଣ ମୁଦୁଲିଙ୍କ ସୁଚିନ୍ତିତ ନିର୍ଦ୍ଦେଶ ଓ ଆର୍.ଏଚ ବିପିସି (RH BPC) ରାଜେନ୍ଦ୍ର ନାରାୟଣ ଦେବଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚିଛି। ସ୍ଥାନୀୟ ସରପଞ୍ଚ ସୁଜାତା ମାଝୀ ନିଜେ ହିତାଧିକାରୀଙ୍କ ଘରେ ପହଞ୍ଚି କାଗଜପତ୍ର ଯାଞ୍ଚ କରିଥିବା ବେଳେ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO) ମୁକେଶ କୁମାର ପଟେଲଙ୍କ ନିର୍ଦ୍ଦେଶରେ ଏଡିଇଓ (ADEO) ଫକୀର ବେହେରା ସ୍ଥିତି ଅନୁଧ୍ୟାନ କରି ରିପୋର୍ଟ ପ୍ରଦାନ କରିଛନ୍ତି।

ବିଭାଗୀୟ ଅଧିକାରୀ ରାଜେନ୍ଦ୍ର ନାରାୟଣ ଦେବଙ୍କ ସୂଚନା ଅନୁସାରେ, ହାନ୍ଦୁ ମାଝୀଙ୍କ ପରିବାର ଜଣେ ଅତ୍ୟନ୍ତ ଯୋଗ୍ୟ ହିତାଧିକାରୀ। ସେମାନଙ୍କ ପାଇଁ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ (AGJ) ମାଧ୍ୟମରେ ଅନଲାଇନ୍ ଆବେଦନ ପ୍ରକ୍ରିୟା ଶେଷ ହୋଇଛି। “ଆମେ ଏହି ମାସ ସୁଦ୍ଧା ସେମାନଙ୍କୁ ପକ୍କା ଘର ଯୋଗାଇ ଦେବା ସହ ପ୍ରଥମ କିସ୍ତି ଟଙ୍କା ପଠାଇବାର ବ୍ୟବସ୍ଥା କରୁଛୁ,” ବୋଲି ଶ୍ରୀ ଦେବ ପ୍ରକାଶ କରିଛନ୍ତି।

ହାନ୍ଦୁ ମାଝୀଙ୍କୁ ନ୍ୟାୟ ମିଳିଥିବାରୁ ବିଭିନ୍ନ ମହଲରେ ଖୁସି ପ୍ରକାଶ ପାଇଥିଲେ ହେଁ, ଥୁଆମୂଳ ରାମପୁର ବ୍ଲକର ଅନେକ ଦୁର୍ଗମ ଅଞ୍ଚଳ ରେ ଏବେ ବି ଅନେକ ପରିବାର ମୌଳିକ ସୁବିଧାରୁ ବଞ୍ଚିତ ଥିବା ଚର୍ଚ୍ଚା ହେଉଛି। ହାନ୍ଦୁଙ୍କ ଭଳି ଅନେକ ଯୋଗ୍ୟ ହିତାଧିକାରୀ ଆଜି ବି ସରକାରୀ ଯୋଜନାରୁ ବଞ୍ଚିତ ହୋଇ ଅତି କଷ୍ଟରେ କାଳାତିପାତ କରୁଛନ୍ତି। ଏହି ଘଟଣାକୁ ଉଦାହରଣ ଭାବେ ନେଇ ପ୍ରଶାସନ ବ୍ଲକର ପ୍ରତ୍ୟେକ ଦୁର୍ଗମ ଅଞ୍ଚଳରେ ପହଞ୍ଚି ଯୋଗ୍ୟ ପରିବାରଙ୍କୁ ଚିହ୍ନଟ କରନ୍ତୁ ଏବଂ ସେମାନଙ୍କ ପାଖରେ ସରକାରୀ ସହାୟତା ପହଞ୍ଚାନ୍ତୁ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି। ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା ଯେଭଳି କେବଳ କାଗଜପତ୍ରରେ ସୀମିତ ନ ରହି ପ୍ରକୃତ ଗରିବଙ୍କ ପାଖରେ ପହଞ୍ଚିବ, ସେଥିପ୍ରତି ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହୋଇଛି। ସେପଟେ ନୂତନ ଘରର ଆଶା ପାଇ ହାନ୍ଦୁ ମାଝୀଙ୍କ ପରିବାର ‘ଧରିତ୍ରୀ’ ଏବଂ ବ୍ଲକ ପ୍ରଶାସନକୁ କୃତଜ୍ଞତା ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri