Posted inଜାତୀୟ

ବଳାତ୍କାରୀଙ୍କୁ ଫାଶୀ: ଆଇନ ଆଣିବେ ମମତା

କୋଲକାତା,୨୯ା୮: ବର୍ତ୍ତମାନ ପ୍ରଚଳିତ ଆଇନରେ ଥିବା ବ୍ୟବସ୍ଥାରେ ପରିବର୍ତ୍ତନ ଆଣି ବଳାତ୍କାରୀମାନଙ୍କୁ ଫାଶୀ ଦିଆଯିବା ନେଇ ନିଶ୍ଚିତ କରାଯିବ। ପଶ୍ଚିମବଙ୍ଗ ବିଧାନସଭାରେ ଆସନ୍ତା ସପ୍ତାହରେ ସଂଶୋଧିତ ଆଇନକୁ ଗୃହୀତ କରାଯିବ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସ୍ପଷ୍ଟ କରିଛନ୍ତି। ଉକ୍ତ ସଂଶୋଧିତ ବିଲ୍‌କୁ ମୋହର ଦେବାରେ ପଶ୍ଚିମବଙ୍ଗ ରାଜ୍ୟପାଳ ବିଳମ୍ବ କଲେ କିମ୍ବା ରାଷ୍ଟ୍ରପତିଙ୍କ ନିକଟକୁ ପଠାଇଲେ ରାଜଭବନ ସମ୍ମୁଖରେ ମମତା ଧାରଣାରେ ବସିବେ ବୋଲି କହିଛନ୍ତି। ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଛାତ୍ର ପରିଷଦ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଦଳର ସୁପ୍ରିମୋ ମମତା ଆହୁରି କହିଛନ୍ତି, ଆସନ୍ତା ଆଇନକୁ ଗୃହୀତ କରାଇବା ପାଇଁ ଶନିବାରଠାରୁ ସେ ତୃଣମୂଳ ସ୍ତରରେ ଏକ ଅଭିଯାନ ଆରମ୍ଭ କରିବେ। ପ୍ରତିଷ୍ଠା ଦିବସକୁ ମମତା ଆର୍‌.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ବଳାତ୍କାର ଓ ହତ୍ୟାର ଶିକାର ହୋଇଥିବା ୩୧ ବର୍ଷୀୟା ଟ୍ରେନି ମହିଳା ଡାକ୍ତରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ରାଜଭବନର ଜଣେ ପୂର୍ବତନ ମହିଳା କର୍ମଚାରୀଙ୍କୁ ଯୌନ ଉତ୍ପୀଡ଼ କରିଥିବା ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ପଶ୍ଚିମବଙ୍ଗ ସରକାର ଏବଂ ଟିଏମ୍‌ସି ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଦୁର୍ଭାଗ୍ୟଜନକ ବୋଲି ସେ ସମାଲୋଚନା କରିଛନ୍ତି। ଏଥିସହ ୨୦ ଦିନ ହେଲା ଆନ୍ଦୋଳନରତ ଜୁନିୟର ଡାକ୍ତରମାନଙ୍କୁ କାର୍ଯ୍ୟରେ ଯୋଗଦେବା ପାଇଁ ମମତା ଅନୁରୋଧ କରିଛନ୍ତି। ଅନ୍ୟପକ୍ଷେ ଆନ୍ଦୋଳନ ଚଳାଇଥିବା ଡାକ୍ତରମାନଙ୍କୁ ମମତା ଧମକ ଦେଉଥିବା ଭାଜପା ଏମ୍‌ପି ସୁଧାଂଶୁ ତ୍ରିବେଦୀ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?