Posted inଖେଳ

ଧୋନୀଙ୍କ ଟିପ୍ସ ପରେ ଷ୍ଟେପ୍‌ ଆଉଟ୍‌ କରି ଛକା ଲଗାଇଲେ

ଚେନ୍ନାଇ,୧୧।୩: ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ସଦସ୍ୟ ରାଜବର୍ଦ୍ଧନ ହାଙ୍ଗାରଗେକର ସୁରଟଠାରେ ଚାଲିଥିବା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ଟ୍ରେନିଂରେ ଯୋଗ ଦେଇଛନ୍ତି। ଟ୍ରେନିଂ ବେଳେ ଯୁବ ଅଲରାଉଣ୍ଡରଙ୍କୁ କିଛି ବ୍ୟାଟିଂ ଟିପ୍ସ ଦେଇଥିଲେ ମହେନ୍ଦ୍ର ସିଂ ଧୋନୀ। ତା’ ପରେ ୧୯ ବର୍ଷୀୟ ହାଙ୍ଗାରଗେକର ଷ୍ଟେପ୍‌ ଆଉଟ୍‌ କରି ଛକା ଲଗାଇଥିଲା। ଏହାର ଭିଡିଓ ଆଇପିଏଲ ଚାମ୍ପିୟନ ସିଏସ୍‌କେ ପକ୍ଷରୁ କୁହାଯାଇଛି।

ଭିଡିଓରେ ହାଙ୍ଗାରଗେକରଙ୍କୁ ଉଭୟ ବୋଲିଂ ଓ ବ୍ୟାଟିଂ ପ୍ରାକ୍ଟିସ କରୁଥିବା ଦେଖିବାକୁ ମିଳୁଛି। ଏହି ଡାହାଣହାତୀ ଅଲରାଉଣ୍ଡର ବ୍ୟାଟିଂ କରୁଥିବା ବେଳେ ତାଙ୍କ ପାଖକୁ ଆସି କିଛି ଟିପ୍ସ ଦେଇଥିଲେ ପୂର୍ବତନ ଭାରତୀୟ ଅଧିନାୟକ। ତା’ ପରେ ସେ କିଛି ବଡ଼ ଛକା ଲଗାଇ ବଲକୁ ସୀମା ପାର ପଠାଇବାର ଦକ୍ଷତା ପ୍ରଦର୍ଶିତ କରିଥିଲେ। ଉଲ୍ଲେଖଯୋଗ୍ୟ, ୧୯ ବର୍ଷରୁ କମ୍‌ ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡରଙ୍କୁ ଚେନ୍ନାଇ ୧.୫ କୋଟି ଟଙ୍କାରେ ଚେନ୍ନାଇ କିଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସେମିରେ ଦୀପିକା କୁମାରୀ

ସାଂଘାଇ, ୨୭ା୪: ମାତୃତ୍ୱ ଲାଭ ପରେ ମଧ୍ୟ ଭାରତର ପୂର୍ବତନ ବିଶ୍ୱର ନମ୍ବର-୧ ତୀରନ୍ଦାଜ ଦୀପିକା କୁମାରୀ ତାଙ୍କ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଏଠାରେ...

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri