ଗଛରେ ଝୁଲାଇ ପିଟିପିଟି ମାରିଦେଲେ

ଇସ୍‌ଲାମାବାଦ,୧୪।୨: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ ବ୍ୟକ୍ତିଙ୍କୁ ଧର୍ମଗ୍ରନ୍ଥ କୋରାନ ଚିରିବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ ପିଟିପିଟି ମାରିଦେଇଛନ୍ତି। ଜଣେ ଲୋକ କୋରାନ ପୃଷ୍ଠା ଚିରିବା ସହ ପୋଡ଼ିଦେଇଥିବା ଘୋଷଣା କରାଯିବାରୁ ସନ୍ଧ୍ୟା ନମାଜ ପରେ ସ୍ଥାନୀୟ ଲୋକେ ଏକାଠି ହୋଇଥିଲେ। ଭିଡ଼ହିଂସା ପୂର୍ବରୁ ପୋଲିସ ଉକ୍ତ ଗ୍ରାମରେ ପହଞ୍ଚତ୍ଥିଲା। ତେବେ ଉତ୍ତ୍ୟକ୍ତ ଲୋକେ ପୋଲିସ ହେପାଜରୁ ବ୍ୟକ୍ତିଙ୍କୁ ଘୋଷାଡ଼ି ନେଇ ଏକ ଗଛରେ ଝୁଲାଇ ଦେଇଥିଲେ। ଏହା ପରେ ସେମାନେ ତାଙ୍କୁ ନିର୍ଯାତନା ଦେବା ସହ ପିଟି ମାରିଦେଇଥିଲେ। ପୋଲିସ ୩୦୦ ଲୋକଙ୍କ ବିରୋଧରେ ଏତଲା ଦାଏର କରିବା ସହ ୬୨ ଜଣଙ୍କୁ ଗିରଫ କରିଛି। ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri