ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଜବତ, ହତ୍ୟା ସନ୍ଦେହ

ଖୋର୍ଦ୍ଧା/ବେଗୁନିଆ,୧୮ା୪(ପ୍ରଭାତ ପାଣିଗ୍ରାହୀ/ସନ୍ଧ୍ୟାରାଣୀ ମିଶ୍ର): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୌଡ଼ପାଟଣା ନିକଟ ଖୁଣ୍ଟବନ୍ଧ ଗ୍ରାମର ଏକ ବିଲରେ ଥିବା ଗଛ ଡାଳରେ ଗୋଟିଏ ଓଢ଼ଣିରେ ଝୁଲୁଥିବା ଅବସ୍ଥାରେ ୨ଟି ମୃତଦେହକୁ ଗୁରୁବାର ପୋଲିସ ଜବତ କରିଛି। ମୃତକମାନେ ହେଲେ ରାଜସୁନାଖଳା ଗୋପୀନାଥପୁର ସାହିର ଅଜୟ କୁମାର ପ୍ରଧାନ (୪୩) ଏବଂ ଶାନ୍ତିଲତା ମହାପାତ୍ର। ଘଟଣାସ୍ଥଳ ନିକଟରୁ ପୋଲିସ ଏକ ସ୍କୁଟି ଜବତ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ସେମାନେ ଆତ୍ମହତ୍ୟା କରିଛନ୍ତି ନା ହତ୍ୟାପରେ ଏଠାରେ ସେମାନଙ୍କୁ ଟାଙ୍ଗି ଦିଆଯାଇଛି, ତାହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ରାଜସୁନାଖଳାରେ ଅଜୟଙ୍କ ଏକ ଗ୍ୟାରେଜ ରହିଥିବା ବେଳେ ଶାନ୍ତିଲତା ଏକ ବିୟୁଟି ପାର୍ଲର କରିଛନ୍ତି। ପୋଲିସ ମୃତକଙ୍କ ପରିବାରଙ୍କ ଅଭିଯୋଗକ୍ରମେ ପୃଥକ୍‌ଭାବେ ଦୁଇଟି ଅପମୃତ୍ୟୁ ମାମଲା (ନଂ.୮ ଏବଂ ୯/୨୫) ରୁଜୁକରି ତଦନ୍ତ ଚଳାଇଛି।

ସୂଚନା ମୁତାବକ, ଗତ କିଛି ବର୍ଷ ତଳେ ଅଜୟ ଓ ଶାନ୍ତିଲତା ପରସ୍ପରକୁ ଭଲ ପାଉଥିଲେ। ଏପରିକି ସେମାନଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ରହିଥିଲା। କୌଣସି କାରଣରୁ ସେମାନଙ୍କ ମଧ୍ୟରେ ମନୋମାଳିନ୍ୟ ହେବାରୁ ସମ୍ପର୍କ ଛିନ୍ନ ହୋଇଥିଲା। ପରେ ଉଭୟ ଅନ୍ୟତ୍ର ବିବାହ କରିଥିଲେ। ଉଭୟଙ୍କ ପୁଅଝିଅ ମଧ୍ୟ ଅଛନ୍ତି। ପରବର୍ତ୍ତୀ ସମୟରେ କୌଣସି କାରଣରୁ ଶାନ୍ତିଲତା ତାଙ୍କ ସ୍ବାମୀଙ୍କୁ ଛାଡ଼ି ଆସି ଗ୍ରାମରେ ରହିଥିଲେ। ଏହା ପରେ ପୁଣି ଅଜୟ ଓ ଶାନ୍ତିଲତାଙ୍କ ମଧ୍ୟରେ ସମ୍ପର୍କ ଗଢ଼ି ଉଠିଥିଲା। ଧୀରେ ଧୀରେ ପୂର୍ବ ସ୍ମୃତିକୁ ମନେପକାଇ ପରସ୍ପର ପ୍ରତି ଆକର୍ଷିତ ହୋଇଥିଲେ।

ଏନେଇ ଉଭୟ ପରିବାରରେ ଅସନ୍ତୋଷ ଲାଗି ରହିଥିଲା। ସିକୋ ଫାଣ୍ଡିରେ ଏହାର ସମାଧାନ ପାଇଁ ଗୁରୁବାରକୁ ସମୟ ଧାର୍ଯ୍ୟ କରାଯାଇଥିଲା। ତେବେ ଲୋକଲଜ୍ଜା, ମାନସିକ ସ୍ତରରେ ଭାରସାମ୍ୟ ହରାଇ ବୁଧବାର ରାତିରେ ଉଭୟ ଏକ ସ୍କୁଟିରେ ଉକ୍ତ ସ୍ଥାନକୁ ଆସି ଆତ୍ମହତ୍ୟା କରିଥିବା କୁହାଯାଉଛି। ତେବେ ଏହା ହତ୍ୟା ନା ଆତ୍ମହତ୍ୟାର ରୂପ ଦିଆଯାଇଛି, ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଉଭୟଙ୍କ ଗୋଡ଼ ଭୂଇଁକୁ ଲାଗି ରହିଥିବାବେଳେ ଏକ ସରୁ ଗଛ ଡାଳରେ ଉଭୟଙ୍କ ମୃତଦେହ ଝୁଲିଥିବା ଦେଖିବାକୁ ମିଳିଥିଲା। ବିଭିନ୍ନ ଦିଗକୁ ନେଇ ପୋଲିସ ତଦନ୍ତ ଚଳାଇଛି। ସିକୋ ଫାଣ୍ଡି ଅଧିକାରୀ ପ୍ରସନ୍ନ କୁମାର ଜେନା, ଜଙ୍କିଆ ଥାନାଧିକାରୀ ସୁଶାନ୍ତ କୁମାର ବେହେରା ପ୍ରମୁଖ ପହଞ୍ଚି ସ୍କୁଟି ଏବଂ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri