ଯୋଡାରେ ଚାଞ୍ଚଲ୍ୟ, ଭଡ଼ା ଘରୁ ଶିକ୍ଷୟିତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କେନ୍ଦୁଝର,୧୩।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ଯୋଡା ଥାନା ଅନ୍ତର୍ଗତ ଯୋଡା ସହର କଣ୍ଟ୍ରାକ୍ଟର କଲୋନୀରେ ଅଭାବନୀୟ ଘଟଣା । ଏକ ଭଡ଼ା ଘରୁ ଉଦ୍ଧାର ହେଲା ଶିକ୍ଷୟିତ୍ରୀଙ୍କ ଝୁଲନ୍ତା ମୃତଦେହ । ମୃତକଙ୍କ ନାମ ରୋଜାଲିନ ପାତ୍ର ( ୩୨) ଏବଂ ତାଙ୍କ ଘର ବାରିପଦାରେ ବୋଲି ଜଣାପଡ଼ିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ, ସେ ଲହଣ୍ଡା ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ପଦାର୍ଥ ବିଜ୍ଞାନ ଶିକ୍ଷୟିତ୍ରୀ ଥିଲେ ବୋଲି ଜଣା ପଡ଼ିଛି । ଖବର ପାଇ ପରିବାର ଲୋକ ଘଟଣାସ୍ଥଳରେ ପହଁଚି ଥିବା ପୋଲିସ ପକ୍ଷରୁ କୁହାଯାଇଛି । ଅଭିଯୋଗ ମିଳିବା ପରେ ମାମଲା ରୁଜୁ କରାଯିବ । ତଦନ୍ତ ପରେ ପ୍ରକୃତ କାରଣ ଜଣା ପଡିବ ଏବଂ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ଯୋଡା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାମଲ କହିଛନ୍ତି। ଖବର ମିଳିବା ପରେ ଘଟଣାସ୍ଥଳରେ ଲୋକଙ୍କ ଭିଡ଼ ଦେଖାଯାଇଛି ।

 

Dharitri – Odisha’s No.1 Odia Daily

Share