ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର କରି ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି । ସୂଚନା ମୁତାବକ ଉକ୍ତ ବ୍ଲକର ରାଲେଗଡା ପଞ୍ଚାୟତର ଲମନ୍ତାପାଡୁ ଗ୍ରାମର ଜଣେ ଯୁବତୀ ପେଟୁରୁ ପଞ୍ଚାୟତର କପାଟିଗୁଡା ଗ୍ରାମର ଯୁବକଙ୍କୁ ଦୀର୍ଘ ବର୍ଷ ଧରି ଭଲ ପାଇ ଆସୁଥିଲେ। କିନ୍ତୁ ଯୁବକ ଜଣକ ଯୁବତୀଙ୍କ ଘରେ ଶନିବାର ପହଞ୍ଚି ଯୁବତୀକୁ ନିଜ ସହ ଡାକି ନେଇ ଥିବା ଘର ଲୋକଙ୍କ ସୂଚନାରୁ ଜଣାପଡିଥିବା ବେଳେ ରବିବାର ସାବେଳେ କପାଟିଗୁଡା ଜଙ୍ଗଲରେ ଦୁହିଁଙ୍କ ମୃତଦେହ ଗୋଟିଏ ଗଛ ଡାଳରେ ଝୁଲୁଥିବା କିଛି ଗ୍ରାମବାସୀ ଦେଖି ଯୁବତୀଙ୍କ ପରିବାରକୁ ଜଣାଇଥିଲେ । ଉକ୍ତ ଘଟଣା ପ୍ରଘଟ ହେବା ପରେ ଘଟଣାସ୍ଥଳକୁ ଉଭୟ ଯୁବତୀଯୁବକଙ୍କ ପରିବାର ବର୍ଗଙ୍କ ସହ ଦୁଇ ଗ୍ରାମର ଗ୍ରାମବାସୀ ଏବଂ ଭଦ୍ରବ୍ୟକ୍ତି ପହଞ୍ଚି ପାରିପାଶର୍‌ବିକ ସ୍ଥିତି ଅନୁଧ୍ୟାନ କରି ସୁଙ୍କି ପୋଲିସକୁ ଖବର ଦେଇଥିଲେ । ଖବରପାଇ ସୁଙ୍କି ଆଇଆଇସି ଚତୁର୍ଭୁଜ ନାୟକ ଏବଂ ଅନ୍ୟ ପୋଲିସ ଅଧିକାରୀ କର୍ମଚାରୀ ପହଞ୍ଚି ଦୁଇ ମୃତଦେହ ଉଦ୍ଧାର କରି ଘଟଣା ସ୍ଥଳେ ରହି ଟିମ ଡକାଇ ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି। ସେପଟେ ଦୁଇ ମୃତଦେହକୁ ନେଇ ଏହା ଆତ୍ମହତ୍ୟା ନୁହେଁ ହତ୍ୟା କରି ଆତ୍ମହତ୍ୟାର ରୂପ ଦିଆଯାଇଥିବା ଲୋକଙ୍କ ମଧ୍ୟରେ ଆଲୋଚନା ହେଉଛି। ଅନ୍ୟପକ୍ଷରେ ସୁଙ୍କି ଆଇଆଇସି ନାୟକ ଏହାକୁ ନେଇ ଉଭୟ ପରିବାରଙ୍କ ଲିଖିତ ଅଭିଯୋଗକୁ ଆଧାର କରି ଦୁଇଟି କେସ ନଂ ୦୪/୨୬ ଏବଂ ୦୫/୨୬ ରୁଜୁ କରାଯାଇଛି । ଶବ ବ୍ୟବଚ୍ଛେଦ ଏବଂ ସାଇଣ୍ଟିଫିକ ଟିମର ରିପୋର୍ଟ ଆସିବା ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି ପ୍ରକାଶ କରିଛନ୍ତି ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି।…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

ଛାତ୍ରଛାତ୍ରୀଙ୍କୁ ମିଳିଲା ସ୍ୱାସ୍ଥ୍ୟ ପରାମର୍ଶ: ଏଚ୍‌ଆଇଭି-ଏଡ୍‌ସ୍ ଏବଂ ଯକ୍ଷ୍ମା ରୋଗରୁ ବର୍ତ୍ତିବାର ଉପାୟ ସମ୍ପର୍କରେ ସଚେତନ…

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପୋଡ଼ାମାରି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଏଚ୍‌ଆଇଭି (HIV), ଏଡ୍‌ସ୍ ଏବଂ ଯକ୍ଷ୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri