ଜଙ୍ଗଲରୁ ମିଳିଲା ଝୁଲନ୍ତା ମୃତଦେହ

ନିରାକାରପୁର,୧୦।୪(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ରାମେଶ୍ୱର ନିକଟ କୁଆଁରୀ ଜଙ୍ଗଲରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିରାକାରପୁର ପୋଲିସ ଗୁରୁବାର ଜବତ କରିଛି। ସେ ହେଲେ ପୁରୀ ଜିଲା ଚନ୍ଦନପୁର ଥାନା ଅଧୀନ ଆଳି ଶାସନ ଗ୍ରାମର ବାଦଲ ପ୍ରଧାନ ।

ପୋଲିସ ମୃତଦେହ ନିକଟରୁ ଓଡି୧୩ୟୁ-୮୧୯୪ ନମ୍ବର ବିଶିଷ୍ଟ ଏକ ବାଇକ୍‌ ସହ ଏକ ମୋବାଇଲ ଫୋନ ଜବତ କରିଛି। ଏନେଇ ନିରାକାରପୁର ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୪/୨୫) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ହେଲେ ବାଦଲଙ୍କ ମୃତ୍ୟୁର କାରଣ ଜଣାପଡି ନାହିଁ।

ମୃତଦେହ ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ସରକାରୀ ମେଡିକାଲକୁ ପଠାଯିବ ବୋଲି ସ୍ଥାନୀୟ ଥାନା ଅଧିକାରୀ ବିଶ୍ବଜିତ ରାଉତରାୟ ସୂଚନା ଦେଇଛନ୍ତି। ସୂଚନା ଯୋଗ୍ୟ, ଯୁବକ ଜଣକ ସ୍ଥାନୀୟ ଏକ ଆମ୍ବଗଛ ଡାଳରେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା ପୋଲିସ ଅନୁମାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri