ଝୁଲନ୍ତା ମୃତ ଦେହ ଉଦ୍ଧାର

ଝରିଗାଁ, ୨୬।୧୦(ସ୍ବ.ପ୍ର.):ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ମିଳିଛି। ମୃତକ ହେଲେ ଝରିଗାଁ ବ୍ଲକ କାନାକୋଟ ପଞ୍ଚାୟତ ନିରୋଣ୍ଡି ଗ୍ରାମର ନକୁଳ ଭତ୍ରା(୨୨) ଓ ତାଙ୍କ ପ୍ରେମିକା ଇନ୍ଦୁମତୀ (୧୯)।
ନକୁଳ ଓ ଇନ୍ଦୁମତୀଙ୍କର ଦୀର୍ଘଦିନରୁ ପ୍ରେମ ସମ୍ପର୍କ ଥିଲା। ଏହା ମଧ୍ୟରେ ସେମାନେ ଗତ ୩ ତାରିଖରେ ଘର ଛାଡ଼ି ଚାଲିଯାଇଥିଲେ। ପରିବାର ଲୋକେ ସେମାନଙ୍କୁ ଖୋଜାଖୋଜି କରି ପାଇଥିଲେ। ସେମାନଙ୍କର ବିବାହ କରାଯିବ ବୋଲି ପ୍ରତିଶ୍ରୁତି ଦେବାପରେ ଉଭୟ ଘରକୁ ଫେରିଥିଲେ। ଏହାପରେ ନକୁଳଙ୍କ ଘରେ ଇନ୍ଦୁମତୀ ରହୁଥିଲେ। ସୋମବାର ନକୁଳଙ୍କ ପରିବାର ଲୋକେ ଜମିରୁ ଅପରାହ୍ନ ପ୍ରାୟ ୫ଟାରେ ଘରକୁ ଫେରିଥିଲେ। ନକୁଳଙ୍କ ରୁମ୍‌ କବାଟ ଭିତରପଟୁ ବନ୍ଦ ରହିଥିବା ଦେଖି ସେମାନେ ତାଙ୍କୁ ଡାକିଥିଲେ। କିନ୍ତୁ ନକୁଳ କୌଣସି ଉତ୍ତର ନ ଦେବାରୁ ପରିବାର ଲୋକେ କବାଟ ଭାଙ୍ଗି ଭିତରକୁ ପ୍ରବେଶ କରିଥିଲେ। ନକୁଳ ଏବଂ ଇନ୍ଦୁମତୀ ଗୋଟିଏ ଓଢ଼ଣୀ ସାହଯ୍ୟରେ ଫାଶୀ ଲଗାଇଥିବା ପରିବାର ଲୋକେ ଦେଖିଥିଲେ। ନକୁଳଙ୍କ ବାପା ମଙ୍ଗଳବାର ଉମରକୋଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ କେସ୍‌ ନଂ. ୭୧ ଏବଂ ୭୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ତଦନ୍ତକାରୀ ପୋଲିସ ଏସ୍‌ଆଇ ସନ୍ତୋଷ କୁମାର ମାଝି କହିଛନ୍ତି। ଅଭିଯୋଗ ପାଇବା ପରେ ଉମରକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ପ୍ରାଥମିକ ତଦନ୍ତ କରିଛି। ଝରିଗାଁ ତହସିଲଦାର ହୃଷୀକେଶ ଗଣ୍ଡ ସେଠାରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଥିଲେ। ଅପରାହ୍ନରେ ନିରୋଣ୍ଡି ଗ୍ରାମରେ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri