ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍ ରୁମ୍‌ରେ କର୍ମଚାରୀ ସଂଖ୍ୟା ହ୍ରାସକୁ ବିରୋଧ କରି ଓଡ଼ିଶା ବିଦ୍ୟୁତ କର୍ମଚାରୀ ମହାସଂଘ (ଓବିକେଏମ୍‌) ପକ୍ଷରୁ ସୋମବାର ଧାରଣା ଦିଆଯାଇଛି। ଭଞ୍ଜନଗର ସର୍କଲ ଅନ୍ତର୍ଗତ ବୌଦ୍ଧ, ଫୁଲବାଣୀ ଓ ଭଞ୍ଜନଗର ଡିଭିଜନର କର୍ମଚାରୀମାନେ ସମ୍ପୃକ୍ତ କାର୍ଯ୍ୟାଳୟରେ ଧାରଣାରେ ବସିଥିଲେ।

କର୍ମଚାରୀଙ୍କ ସମସ୍ୟାର ସମାଧାନ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ଅଧିକ ତୀବ୍ର କରାଯିବ ବୋଲି ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ଆବଶ୍ୟକ ପଡ଼ିଲେ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ ବୋଲି ମଧ୍ୟ ଆଜିର ବୈଠକରେ ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

ସୂଚନା ଅନୁଯାୟୀ, ଭଞ୍ଜନଗର ସର୍କଲର ଉକ୍ତ ତିନୋଟି ଡିଭିଜନରେ ୨ ହଜାରରୁ ଊର୍ଦ୍ଧ୍ୱ କର୍ମଚାରୀ କଣ୍ଟ୍ରୋଲ୍ ରୁମ୍ ଓ କ୍ଷେତ୍ରସ୍ତରରେ ବିଦ୍ୟୁତ ସେବା ସହ ଜଡ଼ିତ ବିଭିନ୍ନ କାର୍ଯ୍ୟ କରୁଛନ୍ତି। ପୂର୍ବରୁ ଜିଭିଇ (GVE) ଏଜେନ୍ସି ମାଧ୍ୟମରେ ଏହି କାର୍ଯ୍ୟ ପରିଚାଳିତ ହେଉଥିବା ବେଳେ ଚଳିତ ଅକ୍ଟୋବର ମାସରୁ ସ୍ୱିଚ୍ ଲୋଡ୍ (Switch Load) ଏଜେନ୍ସି ଦାୟିତ୍ୱ ଗ୍ରହଣ କରିଛି।

ସଂଘ ପକ୍ଷରୁ ଅଭିଯୋଗ ହୋଇଛି ଯେ, ନୂତନ ଏଜେନ୍ସି ପକ୍ଷରୁ ପ୍ରତ୍ୟେକ ସବ୍‌ଡିଭିଜନରୁ ୧୦ ଜଣ ଲେଖାଏଁ କର୍ମଚାରୀଙ୍କୁ ଛଟେଇ କରାଯିବାକୁ ଯୋଜନା ହୋଇଛି। ଏହାଦ୍ୱାରା ବହୁ କର୍ମଚାରୀ ଚାକିରି ହରାଇବା ଆଶଙ୍କାରେ ରହିଛନ୍ତି।

ଅନ୍ୟପକ୍ଷରେ, ପୂର୍ବରୁ କଣ୍ଟ୍ରୋଲ୍ ରୁମ୍‌ରେ ୭ ଜଣ କର୍ମଚାରୀ କାର୍ଯ୍ୟ କରୁଥିବା ବେଳେ ଏବେ ୪ ଜଣଙ୍କୁ ରଖାଯାଇ ଅନ୍ୟ ୩ ଜଣଙ୍କୁ ଛଟେଇ କରାଯିବା ନେଇ ଚର୍ଚ୍ଚା ହେଉଥିବା ସଂଘ ପକ୍ଷରୁ କୁହାଯାଇଛି। କଣ୍ଟ୍ରୋଲ୍ ରୁମ୍‌ରେ ଆବଶ୍ୟକ ସଂଖ୍ୟକ କର୍ମଚାରୀ ନିୟୋଜିତ ନ ହେଲେ ବିଦ୍ୟୁତ ସେବା ପରିଚାଳନା ଓ କର୍ମଚାରୀଙ୍କ ସୁରକ୍ଷା ପ୍ରଭାବିତ ହେବାର ଆଶଙ୍କା ରହିଛି ବୋଲି ସଂଘ ପକ୍ଷରୁ ଉଦ୍‌ବେଗ ପ୍ରକାଶ କରାଯାଇଛି। ତେବେ ଏ ସମ୍ପର୍କିତ ନିୟମ ଉଲ୍ଲଂଘନ ଅଭିଯୋଗର ସ୍ୱତନ୍ତ୍ର ଯାଞ୍ଚ ଆବଶ୍ୟକ ବୋଲି ସଂଘ ମତ ଦେଇଛି।

ସଂଘର ଅଭିଯୋଗ ଅନୁସାରେ, ଟାଟା ପାୱାର ପରିଚାଳନା ପକ୍ଷରୁ ଉଚ୍ଚପଦସ୍ଥ ଅଧିକାରୀଙ୍କୁ ବାର୍ଷିକ ୨୦ରୁ ୩୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦରମା ଦିଆଯାଉଥିବା ବେଳେ ତୃଣମୂଳସ୍ତରର କର୍ମଚାରୀମାନେ ମାସିକ ମାତ୍ର ୧୨ରୁ ୧୫ ହଜାର ଟଙ୍କା ଦରମାରେ କାର୍ଯ୍ୟ କରୁଛନ୍ତି। ଦିନରାତି ପରିଶ୍ରମ କରି ବିଦ୍ୟୁତ ସେବା ସ୍ୱାଭାବିକ ରଖୁଥିବା କର୍ମଚାରୀଙ୍କ ସମସ୍ୟା ପ୍ରତି ଉଚ୍ଚ କର୍ତ୍ତୃପକ୍ଷ ଗୁରୁତ୍ୱ ଦେଉନଥିବା ସଂଘ ଅଭିଯୋଗ କରିଛି।

କର୍ମଚାରୀଙ୍କ ଦାବି ପୂରଣ, ପ୍ରସ୍ତାବିତ ଛଟେଇ ବନ୍ଦ, କଣ୍ଟ୍ରୋଲ୍ ରୁମ୍‌ରେ ଆବଶ୍ୟକ ସଂଖ୍ୟକ କର୍ମଚାରୀ ନିଯୁକ୍ତି, ଉପଯୁକ୍ତ ଦରମା ଓ କାର୍ଯ୍ୟସୁରକ୍ଷା ପ୍ରଦାନ ଆଦି ଦାବି ନେଇ ଏହି ଧାରଣା ଦିଆଯାଇଛି। ଦାବିଗୁଡ଼ିକର ସମାଧାନ ନ ହେଲେ ଆଗାମୀ ଦିନରେ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ ବୋଲି ସଂଘ ପକ୍ଷରୁ କୁହାଯାଇଛି।

ଏହି ଆନ୍ଦୋଳନରେ ଓଡ଼ିଶା ବିଦ୍ୟୁତ କର୍ମଚାରୀ ମହାସଂଘର ହରପ୍ରସାଦ ବିଷୋୟୀ, ମୁନା ପାତ୍ର, ରବିନାରାୟଣ ପଟ୍ଟନାୟକ, ମିଟୁ ମହାରଣା ଓ ଋଷି ପାତ୍ରଙ୍କ ସମେତ ଅନ୍ୟ କର୍ମଚାରୀମାନେ ସାମିଲ ହୋଇଥିଲେ। କର୍ମଚାରୀଙ୍କ ଦାବି ପ୍ରତି ଟାଟା ପାୱାର କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ଆଲୋଚନା ମାଧ୍ୟମରେ ସମାଧାନର ପଥ ବାହାର କରିବାକୁ ସଂଘ ପକ୍ଷରୁ ଦାବି କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ସୌମ୍ୟ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ: ସମ୍ପୃକ୍ତ ଝିଅମାନଙ୍କର ହେବ…

ଭୁବନେଶ୍ୱର,୫।୧୦: ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ ତଦନ୍ତକୁ ଆହୁରି ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ ଆକ୍ରମଣର ଶିକାର ହୋଇଥିବା ଝିଅମାନଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

ଲାଞ୍ଚ ନେଉଥିଲେ RI, ମାଡ଼ି ବସିଲା ଭିଜିଲାନ୍ସ

ଭୁବନେଶ୍ୱର, ୫।୧୦: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର କେଶରୀ ନଗର ରାଜସ୍ୱ ନିରୀକ୍ଷକ (RI) ନିରଞ୍ଜନ ସିଂ। ସମ୍ପତ୍ତିର ମାଲିକାନାସ୍ୱତ୍ତ୍ୱ ପ୍ରଦାନ କରିବା…

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

Chanakya Niti: କେମିତି ନିବିଡ଼ ହେବ ସମ୍ପର୍କ, ଏହାକୁ ବଜାୟ ରଖିବାର ସହଜ କଳା…

ଭାରତୀୟ ସଂସ୍କୃତିରେ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରର ବିଶେଷ ମହତ୍ତ୍ୱ ରହିଛି। ଚାଣକ୍ୟ କେବଳ ରାଜନୀତି କିମ୍ବା କୂଟନୀତି ନୁହନ୍ତି, ବରଂ ମାନବୀୟ ସମ୍ପର୍କକୁ କିପରି ସୁନ୍ଦର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?