Posted inଖେଳ

କାଉଣ୍ଟି କ୍ରିକେଟ ଖେଳିବେ ହନୁମା ବିହାରୀ

ନୂଆଦିଲ୍ଲୀ,୭ା୪(ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଫ୍ରାଞ୍ଚାଇଜ୍‌ଗୁଡ଼ିକ ଦ୍ୱାରା ଅଲୋଡା ହୋଇପଡ଼ିଥିବା ଭାରତର ଟେଷ୍ଟ ସ୍ପେଶାଲିଷ୍ଟ ହନୁମା ବିହାରୀ ୟୁନାଇଟେଡ କିଙ୍ଗଡମ୍‌ (ୟୁକେ)ରେ ଖେଳାଯିବାକୁ ଥିବା ଟେଷ୍ଟ ସିରିଜ ପାଇଁ ନିଜକୁ ପ୍ରସ୍ତୁତ କରିବା ଲାଗି ଅଣ୍ଟା ଭିଡ଼ିଛନ୍ତି। ଇଂଲିଶ କାଉଣ୍ଟି ଦଳ ଓ୍ବାରଓ୍ବିକ୍‌ଶାୟାର ପାଇଁ ସେ ଖେଳିବା ଲାଗି ସ୍ଥିର କରିଛନ୍ତି। ଏହି ଡାହାଣହାତୀ ମିଡ୍‌ଲ ଅର୍ଡର ବ୍ୟାଟ୍ସମ୍ୟାନ ୟୁକେ ଅଭିମୁଖେ ଯାତ୍ରା କରିସାରିଲେଣି। ବର୍ମିଂହାମ୍‌ଭିତ୍ତିକ କାଉଣ୍ଟି ଦଳ ତରଫରୁ ସେ ଅତିକମ୍‌ରେ ତିନୋଟି ମ୍ୟାଚ ଖେଳିବେ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଜଣେ ଅଫିସିଆଲ ସୂଚନା ଦେଇଛନ୍ତି। ବିହାରୀ ଶେଷଥର ପାଇଁ ଆଇପିଏଲ୍‌ ୨୦୧୯ରେ ଦିଲ୍ଲୀ କ୍ୟାପିଟାଲ୍ସ ତରଫରୁ ଖେଳିଥିଲେ। ମାତ୍ର ଜଣେ ଟେଷ୍ଟ ସ୍ପେଶାଲିଷ୍ଟର ମାନ୍ୟତା ଲାଭ କରିଥିବାରୁ କ୍ରମାଗତ ଦୁଇଟି ସିଜନରେ ତାଙ୍କ ପ୍ରତି କୌଣସି ଫ୍ରାଞ୍ଚାଇଜ୍‌ ଆଗ୍ରହ ପ୍ରକାଶ କରି ନ ଥିଲେ। ୨୭ ବର୍ଷୀୟ ଏହି ବ୍ୟାଟ୍ସମ୍ୟାନ ଭାରତ ତରଫରୁ ୧୨ ଟେଷ୍ଟ ଖେଳି ୩୨ରୁ ଅଧିକ ଆଭରେଜରେ ୬୨୪ରନ ସଂଗ୍ରହ କରିଛନ୍ତି। ବିହାରୀ ଶେଷଥର ପାଇଁ ଭାରତ ତରଫରୁ ଅଷ୍ଟ୍ରେଲିଆ ବିପକ୍ଷ ସିଡ୍‌ନୀ ଟେଷ୍ଟ ଖେଳିଥିଲେ। ହାମଷ୍ଟ୍ରିଙ୍ଗ ଇଞ୍ଜୁରି ସତ୍ତ୍ୱେ ସେ ରବିଚନ୍ଦ୍ରନ ଅଶ୍ୱିନଙ୍କ ସହ ଦୀର୍ଘ ୪ ଘଣ୍ଟା କ୍ରିଜ୍‌ରେ ରହିଥିଲେ। ସେ ଯଦିଓ ୨୩ ରନ କରି ଅପରାଜିତ ରହିଥିଲେ କିନ୍ତୁ ଭାରତକୁ ପରାଜୟରୁ ବଞ୍ଚାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ବିହାରୀ ଏଥର ଘରୋଇ ସିଜନରେ ଟେଷ୍ଟ ଦଳର ଅଂଶବିଶେଷ ଥିଲେ। ତାଙ୍କର ଅନ୍ୟ ଟେଷ୍ଟ ସାଥୀ ଖେଳାଳିମାନେ କିନ୍ତୁ ବିଭିନ୍ନ ଆଇପିଏଲ ଟିମ୍‌ରୁ ଖେଳୁଛନ୍ତି। କେବଳ ଟେଷ୍ଟ ଚାମ୍ପିୟନଶିପ୍‌ ନୁହେଁ ପରେ ଖେଳାଯିବାକୁ ଥିବା ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଖେଳିବା ଲାଗି ବିହାରୀଙ୍କୁ ପ୍ରସ୍ତୁତ ହେବାକୁପଡ଼ିବ। ସୂଚନାଯୋଗ୍ୟ, କିଛି ବର୍ଷ ହେଲା ବିଶେଷ କରି ଇଂଲଣ୍ଡ ଟୁର୍‌ ପୂର୍ବରୁ ଏହାର ଖେଳାଳିମାନଙ୍କୁ କାଉଣ୍ଟି କ୍ରିକେଟ ଖେଳିବା ଲାଗି ବିସିସିଆଇ ଉତ୍ସାହିତ କରି ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri