Posted inଖେଳ

ସିନିୟର ଖେଳାଳିଙ୍କ ଭାଗ୍ୟ ଉପରେ ଏମିତି ସଙ୍କେତ ଦେଲେ ଡ୍ରାଭିଡ୍‌

ଜୋହାନ୍ସବର୍ଗ,୭।୧: ନ୍ୟୁ ଇୟର ଟେଷ୍ଟରେ ଭାରତ ପରାସ୍ତ ହୋଇଥିଲେ ମଧ୍ୟ ପରବର୍ତ୍ତୀ ମ୍ୟାଚ୍‌ ଲାଗି ଦୁଇ ବରିଷ୍ଠ ଖେଳାଳି ଚେତେଶ୍ୱର ପୂଜାରା ଓ ଅଜିଙ୍କ୍ୟ ରାହାନେଙ୍କୁ ଦଳରେ ସ୍ଥାନ ମିଳିବା ନିଶ୍ଚିତ। ଖରାପ ଫର୍ମ ସହ ସଂଘର୍ଷ କରୁଥିବା ଦୁଇ ଭେଟେରାନ ଆବଶ୍ୟକ ସମୟରେ ଦଳ ପାଇଁ ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ଏଣୁ ହନୁମା ବିହାରୀ ଓ ଶ୍ରେୟାସ ଆୟାରଙ୍କୁ ନିୟମିତ ସୁଯୋଗ ପାଇବା ପାଇଁ ଅପେକ୍ଷା କରିବାକୁ ପଡ଼ିବ ବୋଲି ସ୍ପଷ୍ଟ କରିଛନ୍ତି ମୁଖ୍ୟ କୋଚ୍‌ ରାହୁଲ ଡ୍ରାଡିଡ୍‌।

“ବିହାରୀ ମ୍ୟାଚ୍‌ର ଉଭୟ ଇନିଂସରେ ଭଲ ପ୍ରଦର୍ଶନ କରିଥିଲେ। ଦୁର୍ଭାଗ୍ୟବଶତଃ ପ୍ରଥମ ଇନିଂସରେ ସେ ନୋ ବଲରେ ଆଉଟ୍‌ ହୋଇଥିଲେ। ପ୍ରତିପକ୍ଷ ଦଳର ଫିଲ୍ଡରଙ୍କ ଚମତ୍କାର କ୍ୟାଚ୍‌ ଯୋଗୁ ତାଙ୍କୁ ପ୍ୟାଭିଲିଅନ ଫେରିବାକୁ ପଡ଼ିଥିଲା। ମାତ୍ର ଦ୍ୱିତୀୟ ପାଳିରେ ସେ ଯେଉଁ ଭଳି ଖେଳିଲେ, ତାହା ଆମକୁ ଆତ୍ମବିଶ୍ୱାସ ଦେଇଥିଲା। ୩ଟି ଟେଷ୍ଟ ପୂର୍ବରୁ ଶ୍ରେୟାସ ପଦାର୍ପଣ ଟେଷ୍ଟରେ ଶତକ ହାସଲ କରିଥିଲେ। ସୁଯୋଗ ମିଳିଲେ ସେମାନେ ଭଲ ପ୍ରଦର୍ଶନ କରୁଛନ୍ତି। ଆଶା କରୁଛି ସେମାନଙ୍କ ସମୟ ଆସିବ। ଏହାର ଅର୍ଥ ନୁହେଁ ସେମାନଙ୍କୁ ରାହାନେ କିମ୍ବା ପୂଜାରାଙ୍କ ସ୍ଥାନରେ ଦଳରେ ଯାଗା ଦିଆଯିବ” ବୋଲି ଡ୍ରାଭିଡ୍‌ କହିଛନ୍ତି।

ତାଙ୍କ ଖେଳିବା ସମୟର ଉଦାହରଣ ଦେଇ କହିଛନ୍ତି, ଦଳରେ ଏବେ ବରିଷ୍ଠ ଖେଳାଳି ଅଛନ୍ତି। ସେମାନଙ୍କୁ ପ୍ରାଥମିକତା ଦିଆଯାଉଛି। ଆମ ସମୟରେ ସେମାନଙ୍କୁ ସୁଯୋଗ ପାଇଁ ଅପେକ୍ଷା କରିବାକୁ ପଡ଼ୁଥିଲା। ନିୟମିତ ସୁଯୋଗ ପାଇବା ଲାଗି ଏବେ ଯୁବ ଖେଳାଳିଙ୍କୁ ମଧ୍ୟ ଅପେକ୍ଷା କରିବାକୁ ପଡ଼ିବ। ଖେଳରେ ଏମିତି ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନର କ୍ରମାଗତ ଦ୍ୱିତୀୟ ବିଜୟ

ଜୟପୁର,୨୮ା୩: ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୯ତମ ଆଇପିଏଲ୍‌ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୨ ରନ୍‌ରେ ହରାଇ କ୍ରମାଗତ ଦ୍ୱିତୀୟ ବିଜୟୀ ହୋଇଛି...

ଦିଲ୍ଲୀକୁ ୧୮୬ ରନର ଟାର୍ଗେଟ୍‌ ଦେଲା ରାଜସ୍ଥାନ

ଜୟପୁର,୨୮।୩: ଦିଲ୍ଲୀ କ୍ୟାପିଟାଲ ଏବଂ ରାଜସ୍ଥାନ ରୟାଲ ମଧ୍ୟରେ ଖେଳାଯାଉଥିବା ୯ମ ମ୍ୟାଚରେ ଦିଲ୍ଲୀକୁ ୧୮୬ ରନର ଲକ୍ଷ୍ୟ ଦେଇଛି ରାଜସ୍ଥାନ। ଏହି ମ୍ୟାଚ ଜୟପୁରର...

କେଶବ ମହାରାଜଙ୍କୁ ଦଳରେ ସାମିଲ କଲା ରାଜସ୍ଥାନ ରୟାଲ୍ସ, କେକେଆର ଆଣିଲା ୧୬ ବର୍ଷ ବୟସ୍କ ଆଫଗାନିସ୍ତାନ ସ୍ପିନର

ନୂଆଦିଲ୍ଲୀ ,୨୮।୩: ଆହତ ପ୍ରସିଦ୍ଧ କ୍ରିଷ୍ଣାଙ୍କ ସ୍ଥାନରେ ବଦଳ ଖେଳାଳି ଭାବେ ରାଜସ୍ଥାନ ରୟାଲ୍ସ ଦକ୍ଷିଣ ଆଫ୍ରିକାର ସ୍ପିନର କେଶବ ମହାରାଜଙ୍କୁ ଦଳରେ ସାମିଲ କରିଛି।...

ଇତିହାସ ରଚିଲେ ରିଷଭ ପନ୍ତ, ଏଭଳି କରିବାରେ ହେଲେ ୭ମ ଖେଳାଳି

ଜୟପୁର,୨୮।୩: ୨୦୨୪ ଆଇପିଏଲର ୧୭ ତମ ସିଜନରେ ପ୍ରାୟ ପ୍ରତ୍ୟେକ ମ୍ୟାଚରେ ନୂଆ ରେକର୍ଡ ସୃଷ୍ଟି ହେଉଛି । ଜୟପୁରର ସୱାଇ ମାନ ସିଂ ଷ୍ଟାଡିୟମରେ...

ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖରାପ ଖବର, ଏହି ଗୁରୁତ୍ୱପୂର୍ଣ୍ଣ ଖେଳାଳିଙ୍କ ଫେରିବା କଷ୍ଟକର

ନୂଆଦିଲ୍ଲୀ,୨୮।୩: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟ ପରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଆଉ ଏକ ଖରାପ ଖବର ଆସିଛି। ଦଳର ଷ୍ଟାର ବ୍ୟାଟର ସୂର୍ଯ୍ୟକୁମାର ଯାଦବ...

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଭିଲିଆନ୍‌ ସଜେଇଲେ ଏହି କ୍ରିକେଟର୍‌: କହିଦେଲେ ଏମିତି କଥା

ହାଇଦ୍ରାବାଦ୍‌,୨୮।୩: ମୁମ୍ବାଇ ଇଣ୍ଡିଆନ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ପରାଜୟର ସାମ୍ନା କରିବାକୁ ପଡିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱକୁ ନେଇ ପ୍ରଶ୍ନ ଉଠିଛି। ଏଥି ସହ ବର୍ତ୍ତମାନ...

ରୋହିତଙ୍କୁ ସମ୍ଭାଳିବାକୁ ପଡିଲା ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକତ୍ୱ! ପାଣ୍ଡ୍ୟାଙ୍କୁ କହିଲେ…

ନୂଆଦିଲ୍ଲୀ,୨୮।୩: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ସନରାଇଜର୍ସ ହାଇଦ୍ରାବାଦ ୨୦ ଓଭରରେ ୩ ଉଇକେଟ୍‌ ହରାଇ ୨୭୭ ରନ୍‌ ସଂଗ୍ରହ କରିଥିଲା। ଆଇପିଏଲ ଇତିହାସରେ ଏହା ହେଉଛି...

ପାଣ୍ଡ୍ୟାଙ୍କୁ ଗାଳି, ଗାଏକଓ୍ବାଡଙ୍କ ପାଇଁ ତାଳି…ଅଧିନାୟକ ଦାୟିତ୍ୱ କିଭଳି ଦିଆଯାଏ ଧୋନୀଙ୍କଠାରୁ ଶିଖିବା ଉଚିତ

ନୂଆଦିଲ୍ଲୀ,୨୮।୩: ଆଇପିଏଲ୍‌ରେ ମାର୍ଚ୍ଚ ୨୪ ଏବଂ ୨୬ର ଦୃଶ୍ୟ ବହୁତ କିଛି ବୟାନ କରୁଛି। ପ୍ରଥମେ ମାର୍ଚ୍ଚ ୨୪ ବିଷୟରେ କଥା ହେବା। ଏହି ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri