Posted inଖେଳ

ହାଇଦ୍ରାବାଦ୍‌ ଦଳରେ ଟେଷ୍ଟ ସ୍ପେଶାଲିଷ୍ଟ

ହାଇଦ୍ରାବାଦ୍‌,୧୫।୯: ଭାରତୀୟ ଟେଷ୍ଟ ସ୍ପେଶାଲିଷ୍ଟ ହନୁମା ବିହାରି ଆଗାମୀ ଘରୋଇ ସିଜନରେ ହାଇଦ୍ରାବାଦ୍‌ ପାଇଁ ଖେଳିବେ। ଏଥି ପୂର୍ବରୁ ୫ ବର୍ଷ ଧରି ସେ ହାଇଦ୍ରାବାଦ ଛାଡ଼ି ଆନ୍ଧ୍ର ପକ୍ଷରୁ ପ୍ରତିନିଧିତ୍ୱ କରୁଥିଲେ। ୨୦୧୫-୧୬ ସିଜନରେ ପୂର୍ବତନ ମୁଖ୍ୟ ଚୟନକର୍ତ୍ତା ଏମ୍‌ ଏସ୍‌ କେ ପ୍ରସାଦଙ୍କଠାରୁ ଆନ୍ଧ୍ର ଦଳର ନେତୃତ୍ୱ ନେବାକୁ ପ୍ରସ୍ତାବ ପାଇବା ପରେ ବିହାରି ହାଇଦ୍ରାବାଦ୍‌ ଦଳ ଛାଡ଼ି ଦେଇଥିଲେ। ଏବେ ହାଇଦ୍ରାବାଦ୍‌ କ୍ରିକେଟ ଆସୋସିଏଶନ(ଏଚ୍‌ସିଏ)କୁ ପୂର୍ବତନ ଭାରତୀୟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନ ଚଳାଉଛନ୍ତି। ବିହାରିଙ୍କ ଏଭଳି ନିଷ୍ପତ୍ତି ପଛରେ ଆଝାରୁଦ୍ଦିନଙ୍କ ହାତ ଥିବା ବିଶ୍ୱାସ କରାଯାଉଛି।

୨୭ ବର୍ଷୀୟ ବ୍ୟାଟ୍ସମ୍ୟାନ ନିଜ ନିଷ୍ପତ୍ତି ସମ୍ପର୍କରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସଭିଙ୍କୁ ଜଣାଇ ଦେବାକୁ ଚାହୁଁଛି ଯେ, ମୁଁ ଆନ୍ଧ୍ର କ୍ରିକେଟ ଠାରୁ ଦୂରେଇ ଯାଉଛି। ଗତ ୫ ବର୍ଷ ହେଲା ଦଳର ନେତୃତ୍ୱଭାର ନେବାର ସୌଭାଗ୍ୟ ମୋତେ ମିଳିଥିଲା ବୋଲି ବିହାରି ଲେଖିଛନ୍ତି। ପ୍ରଥମ ଶ୍ରେଣୀ କ୍ରିକେଟରେ ୯୪ ମ୍ୟାଚ୍‌ ଖେଳିଥିବା ହନୁମା ୨୧ ଶତକ ସହ ୭,୨୬୧ ରନ୍‌ କରିଛନ୍ତି। ୮୦ଟି ଲିଷ୍ଟ ଏ’ ମ୍ୟାଚ୍‌ ଖେଳିଥିବା ଡାହାଣହାତୀ ବ୍ୟାଟ୍ସମ୍ୟାନଙ୍କ ନାମରେ ୩୦୦୧ ରନ୍‌ ରହିଛି।

ଚଳିତ ବର୍ଷ ପ୍ରାରମ୍ଭରେ ଅଷ୍ଟ୍ରେଲିଆ ବିପକ୍ଷରେ ଐତିହାସିକ ସିରିଜ୍‌ ଜିତିଥିବା ଭାରତୀୟ ଦଳର ଗୁରୁତ୍ୱପୂର୍ଣ୍ଣ ଅଂଶ ଥିଲେ ହନୁମା। ୨୦୧୮ରେ ଓଭାଲଠାରେ ଇଂଲଣ୍ଡ ବିପକ୍ଷରେ ପଦାର୍ପଣ କରିଥିବା ୨୭ ବର୍ଷୀୟ ଖେଳାଳି ଏପର୍ଯ୍ୟନ୍ତ ୧୨ ଟେଷ୍ଟ ଖେଳି ୬୨୪ ରନ୍‌ କରିଛନ୍ତି। ତାଙ୍କ କ୍ୟାରିୟରରେ ଗୋଟିଏ ଶତକ ଓ ୪ ଅର୍ଦ୍ଧଶତକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri