Posted inଜାତୀୟ

ହନୁମାନ ଚାଲିଶାକୁ ନେଇ ତେଜୁଛି ବିବାଦ: ଅପରାହ୍ନ ୩ଟାରେ ଖବରଦାତା ସମ୍ମିଳନୀ କରିବେ ନବନୀତ ରାଣା

ମୁମ୍ବାଇ,୨୩।୪: ମୁମ୍ବାଇରେ ହନୁମାନ ଚାଳିଶା ଜପକୁ ନେଇ ବିବାଦ ତେଜିବାରେ ଲାଗିଛି। ନିର୍ଦ୍ଦଳୀୟ ଏମ୍‌ପି ନବନୀତ ରାଣା ଓ ବିଧାୟକ ସ୍ବାମୀ ରବି ରାଣା ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବାସଭବନ ମାତୋଶ୍ରୀ ବାହାରେ ହନୁମାନ ଚାଳିଶା ପଢ଼ିବେ ବୋଲି ଶୁକ୍ରବାର ଘୋଷଣା କରିଥିଲେ। ଯାହାକୁ ନେଇ ସ୍ଥିତି ଉଦ୍‌ବେଗଜନକ ହେବାରେ ଲାଗିଛି। ସକାଳ ୯ଟାରେ ମାତୋଶ୍ରୀ ବାହାରେ ହନୁମାନ ଚାଳିଶା ପଢ଼ିବେ ବୋଲି ନବନୀତ ଧମକ ଦେଇଥିବା ବେଳେ ଏହା ପୂର୍ବରୁ ବହୁ ସଂଖ୍ୟାରେ ଶିବସେନା କର୍ମକର୍ତ୍ତା ତାଙ୍କ ଘର ବାହାରେ ବିକ୍ଷୋଭ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି। ଖାର ଅଞ୍ଚଳରେ ଥିବା ନବନୀତଙ୍କ ବାସଭବନ ବାହାରେ ଶିବସେନା କର୍ମୀମାନେ ଘର ଭିତରକୁ ଧସେଇ ପଶିବା ପାଇଁ ଉଦ୍ୟମ କରିବା ସହ ଆକ୍ରମଣ ଓ ହୋହାଲ୍ଲା କରିଥିଲେ। ସେଠାରେ ଉତ୍ତେଜନା ପ୍ରକାଶ ପାଇବାରୁ ନବନୀତ ରାଣା ଆଉ ଘରୁ ବାହାରକୁ ବାହାରିପାରି ନ ଥିଲେ। ତେବେ ଘରେ ଛୋଟ ପିଲା ଥିବା ବେଳେ ଯଦି ସେମାନଙ୍କର କିଛି ଘଟେ ତେବେ ଏଥିପାଇଁ ଉଦ୍ଧବ ଠାକରେ ଦାୟୀ ରହିବେ ବୋଲି ନବନୀତ କହିଛନ୍ତି। ପୂର୍ବରୁ ଏନେଇ ମୁମ୍ବାଇ ପୋଲିସ ନବନୀତ ଓ ରବି ରାଣାଙ୍କୁ ନୋଟିସ୍‌ କରିଥିବା ବେଳେ କିନ୍ତୁ ସେମାନେ ନିଜ ଜିଦ୍‌ରେ ଅଟଳ ରହିଛନ୍ତି। ଫଳରେ ମୁଖ୍ୟମନ୍ତ୍ରୀଙ୍କ ଘରେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଅନ୍ୟପଟେ ଏହି ଉତ୍ତେଜନାକୁ ନେଇ ମୁମ୍ବାଇର ଖାର ସ୍ଥିତ ନିଜ ବାସଭବନରେ ଅପରାହ୍ନ ୩ଟାରେ ନବନୀତ ରାଣା ଏକ ଖବରଦାତା ସମ୍ମିଳନୀ କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri