ବିନା ଶୋଭାଯାତ୍ରାରେ ହେବ ମହରମ, ହନୁମାନ ଜୟନ୍ତୀ ପାଳନ

ସମ୍ବଲପୁର,୨୧ା୭(ଶୁଭାଶିଷ ପାଢୀ):ସମ୍ବଲପୁରରେ ବର୍ଷକ ଭିତରେ ବିନା ଶୋଭାଯାତ୍ରାରେ ମହରମ ଓ ହନୁମାନ ଜୟନ୍ତୀ ପାଳନ କରାଯିବ। ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଗୁରୁବାର ଆୟୋଜିତ ମହରମ ଶାନ୍ତି ଓ ସମନ୍ବୟ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଗତ ଏପ୍ରିଲରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ସାମ୍ପ୍ରଦାୟିକ ଦଙ୍ଗା ଘଟିଥିଲା। ପ୍ରାୟ ଏକମାସ ପରେ ପରିସ୍ଥିତି ସୁଧାର ଆସିଥିଲା। ଏବେ ମଧ୍ୟ ଶତାଧିକ ଲୋକ ଜେଲରେ ଅଛନ୍ତି। ମହରମ୍‌ରେ ମିଳିତ ଶୋଭାଯାତ୍ରା ହେଲେ ଶତାଧିକ ଲୋକଙ୍କ ସମାଗମ ହେବ। କିଛି ଅଘଟଣ ମଧ୍ୟ ଘଟିପାରେ। ତେଣୁ ମହରମ କମିଟି ଓ ପ୍ରଶାସନ ମିଳିତ ଭାବେ ଆଲୋଚନା କରିବା ପରେ ଆସନ୍ତା ୨୯ତାରିଖରେ ହେବାକୁ ଥିବା ମହରମ ଶୋଭାଯାତ୍ରାକୁ ବନ୍ଦ କରାଯାଇଛି। ବୈଠକ ପରେ ଜିଲାପାଳ ଅନନ୍ୟା ଦାସ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।
ଏସ୍‌ପି ମୁକେଶ ଭାମୁ କହିଛନ୍ତି, ଏବେ ସହରରେ ଶାନ୍ତି ପରିବେଶ ରହିଛି। ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଘଟିଥିବା ଘଟଣା ଆଜି ମଧ୍ୟ ଲୋକଙ୍କ ମନରୁ ଲିଭିନାହିଁ। ମହରମ ଶୋଭାଯାତ୍ରା ସମୟରେ କାଳେ ଅଘଟଣ ଘଟିବ ସେଥିପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ମହରମ ପର୍ବ ଯେଭଳି ଉତ୍ସାହର ସହିତ ପାଳନ କରିବେ ସେଥିପାଇଁ ଥାନାଗୁଡ଼ିକରେ ମହରମ କମିଟି ସଦସ୍ୟ ଆଲୋଚନା କରି ସ୍ଥିର କରିବେ। ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯିବ। ଜିଲାପାଳ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏସ୍‌ପି ଭାମୁ, ସମ୍ବଲପୁର ମହାନଗର ନିଗମ କମିଶନର ବେଦ ଭୂଷଣ, ଅତିରିକ୍ତ ଜିଲାପାଳ ଅଜାମ୍ବର ମହାନ୍ତି, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଧର୍ମେନ୍ଦ୍ର ମଲ୍ଲିକ, ଅତିରିକ୍ତ ଏସ୍‌ପି ପ୍ରଦ୍ୟୁମ୍ନ ମିଶ୍ର, ସଦର ଉପଜିଲାପାଳ ପ୍ରଭାସ ଦଣ୍ଡସେନା, ସଦର ଏସ୍‌ଡିପିଓ ପ୍ରଦୀପ ସାହୁ, ଡିଏସ୍‌ପି ଡିଆଇବି ଜେମ୍‌ସ ସମଦଙ୍କ ସମେତ ମହରମ କମିଟି ସଦସ୍ୟ, ବିଭିନ୍ନ ଥାନା ଅଧିକାରୀ, ଲାଇନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ସମ୍ବଲପୁର ସହରରେ ୮ଟି ସ୍ଥାନରେ ମହରମ ଶୋଭାଯାତ୍ରା ହୋଇଥାଏ। ସବୁ ପଡ଼ାରୁ ଶୋଭାଯାତ୍ରା ବାହାରି ମୁଖ୍ୟ ଛକ ଗୋଳବଜାରରେ ଏକାଠି ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri