ହନୁମାନ ଜୟନ୍ତୀ ଉତ୍ସବ, ମହାବିଷୁବ ପଣା ସଂକ୍ରାନ୍ତି ପାଳିତ

ବାଲିଗୁଡା,୧୪।୦୪,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ପ୍ରଭୁ ଶ୍ରୀରାମଙ୍କ ପରମଭକ୍ତ ହନୁମାନଙ୍କ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣାସଂକ୍ରାନ୍ତି ମହାସମାରୋହରେ ପାଳିତ ହୋଇଯାଇଛି। ସଦର ମହକୁମା ପାଟଖଣ୍ଡା ମନ୍ଦିର ପରିସରରେ ଥିବା, ରାମେଶ୍ୱର ମନ୍ଦିର ନିକଟରେ, ଏବଂ ସବ ଜେଲ ନିକଟରେ ଥିବା ହନୁମାନ ମନ୍ଦିରଠାରେ ସକାଳୁ ପୂଜକ ରୀତିନୀତି ଅନୁଯାୟୀ ପୂଜାପାଠ, ହୋମଯଜ୍ଞ ୧୦୮ ହନୁମାନ ଚାଳିସା ପାଠ କରିବା ସହ ବିଭିନ୍ନ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ହନୁମାନ ଚାଳିସା ବହି ବଣ୍ଟନ କରାଯାଇଥିଲା। ବିଭିନ୍ନ ମନ୍ଦିର ପରିଚାଳନା କମିଟି ତରଫରୁ ପଣା ଭୋଗ ଲାଗି କରିବା ପରେ ଏହା ଲୋକଙ୍କୁ ବଣ୍ଟନ କରିଥିଲେ ଓ ମଧ୍ୟାହ୍ନରେ ଅନ୍ନ ପ୍ରସାଦ ବଣ୍ଟନ କରିଥିଲେ। ସେହିପରି ଗ୍ରାମରେ ଥିବା ସମସ୍ତ ହନୁମାନ ମନ୍ଦିର ବ୍ୟତୀତ ଶିବମନ୍ଦିର, ଶ୍ରୀଜଗନ୍ନାଥ ମନ୍ଦିର, ପାଟଖଣ୍ଡା ମନ୍ଦିର, ଦୁର୍ଗା ମନ୍ଦିର ଓ ସମସ୍ତ ଦେବାଦେବୀ ପୀଠରେ ସ୍ବତନ୍ତ୍ର ଉତ୍ସବ ସାଙ୍ଗକୁ ରୀତିନୀତି ଅନୁଯାୟୀ ପୂଜା ପାଠ କରାଯାଇଛି। ଭକ୍ତ ମାନେ ସମସ୍ତ ଦେବାଦେବୀ ଦର୍ଶନ କରିଥିଲେ । ଏହି ଅବସରରେ ସମସ୍ତ ଦାଣ୍ଡ ଅଗଣାରେ ଓଡ଼ିଆ ନବବର୍ଷକୁ ସ୍ବାଗତ କରିଥିଲେ। ଶ୍ରୀଜଗନ୍ନାଥ ମନ୍ଦିରରେ ନୂତନ ପଞ୍ଜିକାକୁ ପୂଜାକରି ପଠନ କରିଥିଲେ। ପାଞ୍ଜି ଆଜିଠାରୁ ଶୁଭାରମ୍ଭ କରାଯାଇଛି। ସକାଳେ ଓ ସାରେ ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ, ସ୍ବେଚ୍ଛାସେବୀ ଅନୁଷ୍ଠାନ ତରଫରୁ ପଣା ଭୋଗ କରି ବଣ୍ଟନ କରି ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ସେହିପରି ଶ୍ରୀ ଶ୍ରୀ ଶ୍ରୀ ହରି ଓ ମା ’ତାରିଣୀ ପୀଠ କମିଟି ତରଫରୁ ମନ୍ଦିର ପରିସରରେ ନାଟକ ‘ଲକ୍ଷ୍ମୀ ଅଲକ୍ଷ୍ମୀ କଳ’ ବା ‘ଧର୍ମର ହେବ ଜୟ’ ମଞ୍ଚସ୍ଥ ହୋଇଥିଲା l


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri