ବିନା ଶୋଭାଯାତ୍ରାରେ ହେଲା ହନୁମାନ ଜୟନ୍ତୀ: ଆଳତି କଲେ ଧର୍ମେନ୍ଦ୍ର

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର): ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ବିନା ଶୋଭାଯାତ୍ରାରେ ସମ୍ବଲପୁର ସହରରେ ରବିବାର ହନୁମାନ ଜୟନ୍ତୀ ଓ ମହାବିଷୁବ ସଂକ୍ରାନ୍ତି ପାଳିତ ହୋଇଛି। ଗତବର୍ଷର ହନୁମାନ ଜୟନ୍ତୀ ହିଂସାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଚଳିତବର୍ଷ ହନୁମାନ ଜୟନ୍ତୀ ଶୋଭାଯାତ୍ରା ଉପରେ କଟକଣା ଲାଗୁ କରାଯାଇଥିଲା। ମାତ୍ର ହନୁମାନ ଜୟନ୍ତୀ ଆୟୋଜନରେ ଭକ୍ତ ଓ ଆୟୋଜକ କମିଟି ମଧ୍ୟରେ ଥିବା ଉତ୍ସାହ ହ୍ରାସ ପାଇ ନ ଥିଲା। ପୂର୍ବବର୍ଷ ଭଳି ସମଗ୍ର ସହର ହନୁମାନ ଝଣ୍ଡାରେ ଗୈରିକମୟ ହୋଇ ଉଠିଥିବାବେଳେ ସହରର ମୁଖ୍ୟରାସ୍ତାର ସମସ୍ତ ବିଦ୍ୟୁତ୍‌ ଖୁଣ୍ଟରେ ଲାଗିଥିବା ଡାକବାଜି ଯନ୍ତ୍ରରେ ହନୁମାନ ଚାଳିଶା ପାଠର ଗୁଞ୍ଜରଣ ସମଗ୍ର ସହରରେ ଏକ ପ୍ରକାର ଧାର୍ମିକ ପରିବେଶ ସୃଷ୍ଟି କରିଥିଲା।

ବିଭିନ୍ନ ଅଞ୍ଚଳରେ ଥିବା ହନୁମାନ ମନ୍ଦିରରେ ହନୁମାନ ଜୟନ୍ତୀ ସମନ୍ବୟ କମିଟି ତଥା ଆୟୋଜକ କମିଟି ପକ୍ଷରୁ ନିଜ ଅଞ୍ଚଳରେ ପୂଜାର୍ଚ୍ଚନା ସହ ଧୁମଧାମ୍‌ରେ ପାଳନ କରାଯାଇଛି। ପୂର୍ବାହ୍ନରେ ସମ୍ବଲପୁର ବୃକ୍ସହିଲସ୍ଥିତ ହନୁମାନ ମନ୍ଦିର, ନୂତନ ଭାବେ ପ୍ରତିଷ୍ଠା ହୋଇଥିବା ଭୀମଭୋଇ କଲୋନୀ ହନୁମାନ ମନ୍ଦିର, ଏସ୍‌ଆରଆଇଟି କଲୋନୀ, ଜଗନ୍ନାଥ କଲୋନୀ, ବୁଢ଼ାରଜା, ପୌର ପରିଷଦ ଛକ, କୁଲୁଥକାନୀ, ଚାରଭାଟି, ଜେଲଛକ, ବଡ଼ବଜାର, ମୁଦିପଡ଼ା, ଫାଟକ, ଗେଙ୍ଗୁଟିପାଲି ଆଦି ଅଞ୍ଚଳରେ ଥିବା ହନୁମାନ ମନ୍ଦିରରେ ହୋମ ଓ ଯଜ୍ଞ ମଧ୍ୟରେ ବିଧିପୂର୍ବକ ପୂଜାର୍ଚ୍ଚନା ସହିତ ପଣା ଓ ଚଣାଭୋଗ ଲାଗି କରାଯାଇଥିଲା। ସନ୍ଧ୍ୟାରେ ମନ୍ଦିରମାନଙ୍କରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଗହଣରେ ଆଳତି ଅନୁଷ୍ଠିତ ହୋଇଥିଲା। ବୃକ୍ସହିଲସ୍ଥିତ ହନୁମାନ ମନ୍ଦିରରେ ସନ୍ଧ୍ୟାରେ ମହାଆଳତି ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ତାଙ୍କ ସ୍ତ୍ରୀ ଡ. ମୁଦୁଲା ଠାକୁର ପ୍ରଧାନ, ବିଧାୟକ ଜୟନାରାୟଣ ମିଶ୍ର, ଭାଜପା ସମ୍ବଲପୁର ଜିଲା ସଭାପତି ଗିରିଶ ପଟେଲ ପ୍ରମୁଖ ଭାଗନେଇଥିଲେ।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପୂଜାର୍ଚ୍ଚନା ପୂର୍ବକ ହନୁମାନଙ୍କ ଆଶୀର୍ବାଦ ଗ୍ରହଣ କରିଥିଲେ। ଏଥିପାଇଁ ମନ୍ଦିର ନିକଟରେ ବ୍ୟାପକ ପୋଲିସ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ସମ୍ବଲପୁର ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରତିଷେଧମୂଳକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ସହରର ବିଭିନ୍ନ ଛକରେ ବ୍ୟାପକ ପୋଲିସ ମୁତୟନ କରାଯାଇ କଡ଼ା ନଜର ରଖାଯାଇଛି। ସମଗ୍ର ସହରରେ ସିଆର୍‌ପିଏଫ୍‌ ଯବାନଙ୍କ ସହିତ ୧୫ ପ୍ଲାଟୁନ୍‌ ପୋଲିସ ବାହିନୀଙ୍କୁ ବିଭିନ୍ନ ସ୍ଥାନରେ ମୁତୟନ କରାଯାଇଛି। ଆରକ୍ଷୀ ଅଧୀକ୍ଷକ ମୁକେଶ ଭାମୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୨ ଜଣ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଓ ୮ ଜଣ ଡିଏସ୍‌ପି ପାହ୍ୟା ପୋଲିସ ଅଧିକାରୀ ସୁରକ୍ଷା ବ୍ୟବସ୍ଥା ପରିଚାଳନା ଦାୟିତ୍ୱରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri