ହନୁମାନଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କଲେ ମନ୍ତ୍ରୀ

କୋକସରା,୬।୪(ଡି.ଏନ୍‌.ଏ.): ହନୁମାନ ଜନ୍ମୋତ୍ସବ ଅବସରରେ କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁରେ ଥିବା ବଜରଙ୍ଗବଳୀ ମନ୍ଦିରରେ ହନୁମାନ ଜୟନ୍ତୀ ମହାଆଡମ୍ବରରେ ପାଳନ କରାଯାଇଛି। ଏହି ଉପଲକ୍ଷେ ମନ୍ଦିର କମିଟି ପକ୍ଷରୁ ସ୍ବତନ୍ତ୍ର ପୂଜାବିଧି ସହ ୧୦୮ ସବାମଣି ଭୋଗ ଅର୍ପଣ କରାଯାଇଥିଲା। ହନୁମାନଙ୍କ ମୁଖ୍ୟ ପୂଜକ ବିଶି କେଶନ ଠାକୁର ଏବଂ ଉମା ଶଙ୍କର ଶର୍ମା ସମସ୍ତ ପୂଜାବିଧି ତୁଲାଇଥିଲେ। ସକାଳୁ ସା ପର୍ଯ୍ୟନ୍ତ ଶତାଧିକ ଭକ୍ତ ହନୁମାନଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିଲେ ।

ଏହି ଅବସରରେ ଜଳ ସମ୍ପଦ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ବିଜେଡି ଜିଲା ସଭପତି ପୁଷ୍ପେନ୍ଦ୍ର ସିଂଦେଓ, କୋକସରା ବ୍ଲକ ଅଧ୍ୟକ୍ଷା ରିତା ଅଗ୍ରୱାଲ, ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ ପ୍ରମୁଖ ସନ୍ଧ୍ୟାରେ ମନ୍ଦିରକୁ ଯାଇ ଦର୍ଶନ କରିବା ସହ ସା ଆଳତିରେ ଭାଗ ନେଇ ହନୁମାନଙ୍କ ସାନିଧ୍ୟ ଓ କୃପା ଲାଭ କରିଥିଲେ। ଲଡୁଗାଁ ହନୁମାନ ମହୋତ୍ସବ କମିଟି ସଭାପତି ପ୍ରଫୁଲ୍ଲ ଚନ୍ଦ୍ର ମାଝି, ପୁନମ ଚନ୍ଦ୍ର ଗୋୟଲ, ରଞ୍ଜିତ ଅଗ୍ରୱାଲ, ଅମର ଅଗ୍ରୱାଲ, ଶ୍ରୀକାନ୍ତ ଶର୍ମା, ତ୍ରିଲୋଚନ ଅଗ୍ରୱାଲ, ପବନ ଅଗ୍ରୱାଲ, ରାଜେନ୍ଦ୍ର ଦାସ, ପ୍ରିନ୍ସ ଅଗ୍ରୱାଲ, ଗୌତମ ଅଗ୍ରୱାଲ, ବାଳ ମୁକୁନ୍ଦ ଅଗ୍ରୱାଲ, ସଞ୍ଜୟ ସିଙ୍ଘଲ, ମନୋଜ ଅଗ୍ରୱାଲ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ। ହନୁମାନ ଜନ୍ମୋତ୍ସବ ପାଇଁ ଲଡୁଗାଁ ସହର ଉତ୍ସବ ମୁଖର ହୋଇପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri