ହନୁମାନଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କଲେ ମନ୍ତ୍ରୀ

କୋକସରା,୬।୪(ଡି.ଏନ୍‌.ଏ.): ହନୁମାନ ଜନ୍ମୋତ୍ସବ ଅବସରରେ କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁରେ ଥିବା ବଜରଙ୍ଗବଳୀ ମନ୍ଦିରରେ ହନୁମାନ ଜୟନ୍ତୀ ମହାଆଡମ୍ବରରେ ପାଳନ କରାଯାଇଛି। ଏହି ଉପଲକ୍ଷେ ମନ୍ଦିର କମିଟି ପକ୍ଷରୁ ସ୍ବତନ୍ତ୍ର ପୂଜାବିଧି ସହ ୧୦୮ ସବାମଣି ଭୋଗ ଅର୍ପଣ କରାଯାଇଥିଲା। ହନୁମାନଙ୍କ ମୁଖ୍ୟ ପୂଜକ ବିଶି କେଶନ ଠାକୁର ଏବଂ ଉମା ଶଙ୍କର ଶର୍ମା ସମସ୍ତ ପୂଜାବିଧି ତୁଲାଇଥିଲେ। ସକାଳୁ ସା ପର୍ଯ୍ୟନ୍ତ ଶତାଧିକ ଭକ୍ତ ହନୁମାନଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିଲେ ।

ଏହି ଅବସରରେ ଜଳ ସମ୍ପଦ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ବିଜେଡି ଜିଲା ସଭପତି ପୁଷ୍ପେନ୍ଦ୍ର ସିଂଦେଓ, କୋକସରା ବ୍ଲକ ଅଧ୍ୟକ୍ଷା ରିତା ଅଗ୍ରୱାଲ, ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ ପ୍ରମୁଖ ସନ୍ଧ୍ୟାରେ ମନ୍ଦିରକୁ ଯାଇ ଦର୍ଶନ କରିବା ସହ ସା ଆଳତିରେ ଭାଗ ନେଇ ହନୁମାନଙ୍କ ସାନିଧ୍ୟ ଓ କୃପା ଲାଭ କରିଥିଲେ। ଲଡୁଗାଁ ହନୁମାନ ମହୋତ୍ସବ କମିଟି ସଭାପତି ପ୍ରଫୁଲ୍ଲ ଚନ୍ଦ୍ର ମାଝି, ପୁନମ ଚନ୍ଦ୍ର ଗୋୟଲ, ରଞ୍ଜିତ ଅଗ୍ରୱାଲ, ଅମର ଅଗ୍ରୱାଲ, ଶ୍ରୀକାନ୍ତ ଶର୍ମା, ତ୍ରିଲୋଚନ ଅଗ୍ରୱାଲ, ପବନ ଅଗ୍ରୱାଲ, ରାଜେନ୍ଦ୍ର ଦାସ, ପ୍ରିନ୍ସ ଅଗ୍ରୱାଲ, ଗୌତମ ଅଗ୍ରୱାଲ, ବାଳ ମୁକୁନ୍ଦ ଅଗ୍ରୱାଲ, ସଞ୍ଜୟ ସିଙ୍ଘଲ, ମନୋଜ ଅଗ୍ରୱାଲ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ। ହନୁମାନ ଜନ୍ମୋତ୍ସବ ପାଇଁ ଲଡୁଗାଁ ସହର ଉତ୍ସବ ମୁଖର ହୋଇପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri