୧ କୋଟି ଟଙ୍କାରେ ହନୁମାନ ପଇସା ଡିଲ୍‌

ଦେବଗଡ଼,୧୮ା୪(ଡି.ଏନ.ଏ.): ଦେବଗଡ ଜିଲା ପୋଲିସ ସ୍ପେଶାଲ ସ୍କ୍ବାଡ୍‌କୁ ପୁଣି ମିଳିଛି ସଫଳତା। ରବିବାର ବେଆଇନ ହନୁମାନ ପଇସା କାରବାରରେ ଲିପ୍ତ ୨ ଅଭିଯୁକ୍ତଙ୍କୁ ଗ୍ରାହକ ବେଶରେ କାବୁ କରିଛି ପୋଲିସ। ଗିରଫ ଦୁଇ ଅଭିଯୁକ୍ତ ହେଲେ ସମ୍ବଲପୁର ଜିଲା ନାକଟିଦେଉଳ ଥାନା ଅନ୍ତର୍ଗତ ଗୌଡ଼ପଡା ଗ୍ରାମର ସରୋଜ ବାଦୀ ଓ ଟଙ୍କଧର ବାଦୀ। ସେମାନଙ୍କ ନିକଟରୁ ଗୋଟିଏ ହନୁମାନ ପଇସା ଜବତ କରାଯାଇଛି।
ପ୍ରକାଶ ଯେ, ସମ୍ବଲପୁର-ଦେବଗଡ଼ ସୀମାନ୍ତ ଗ୍ରାମର କେତେଜଣ ବ୍ୟକ୍ତି ଦେବଗଡ଼ ଜିଲା ରିଆମାଳ ଥାନାଞ୍ଚଳରେ ହନୁମାନ ପଇସା ବିକ୍ରି ପାଇଁ ଉଦ୍ୟମ କରୁଥିବା ପୋଲିସକୁ ସୂଚନା ମିଳିଥିଲା। ପରେ ଏସଡିପିଓ ପ୍ରତ୍ୟୁଷ କୁମାର ମହାପାତ୍ରଙ୍କ ନେତୃତ୍ୱରେ ଜିଲା ପୋଲିସ ସ୍ପେଶାଲ ସ୍କ୍ବାଡ୍‌ ଗ୍ରାହକ ବେଶରେ ଉକ୍ତ ବେପାରୀଙ୍କ ସହ ହନୁମାନ ପଇସା କିଣିବାକୁ ୧ କୋଟି ଟଙ୍କାରେ ଡିଲ୍‌ କରିଥିଲେ। ତଦନୁଯାୟୀ ଭୋର ସମୟରେ ହନୁମାନ ପଇସା ଧରି ଗୌଡ଼ପଡା ଗ୍ରାମର ସରୋଜ ଓ ଟଙ୍କଧର ତାରଙ୍ଗ ଗ୍ରାମ ଛକ ନିକଟରେ ପହଞ୍ଚତ୍ବା ପରେ ଜଗି ରହିଥିବା ସ୍ପେଶାଲ ସ୍କ୍ବାଡ୍‌ ସେମାନଙ୍କୁ କାବୁ କରିଥିଲା। ଏହା ପୂର୍ବରୁ ହନୁମାନ ପଇସା ଡିଲ୍‌ ସ୍ପେଶାଲ ସ୍କାଡ୍‌ ଅଭିଯୁକ୍ତଙ୍କୁ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri