ଭଙ୍ଗାଗଲା ପଞ୍ଚମୁଖୀ ହନୁମାନ ମନ୍ଦିର

କଟକ ସଦର,୩।୯ (ଡି.ଏନ.ଏ.): କିଶନନଗର ତହସିଲ ଅଧୀନ ରଟିଲୋସ୍ଥିତ ପଞ୍ଚମୁଖୀ ହନୁମାନ ମନ୍ଦିର ଗୁରୁବାର କଡା ସୁରକ୍ଷା ମଧ୍ୟରେ ଭଙ୍ଗାଯାଇଛି। ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା କରି ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର, ଉପଜିଲାପାଳ ପ୍ରତାପ ଚନ୍ଦ୍ର ବେଉରା, ତହସିଲଦାର ସୁଚେତା ମହାପାତ୍ର, ଅତିରିକ୍ତ ଏସ୍‌ପି ପ୍ରଦ୍ୟୁମ୍ନ କୁମାର ଜେନା, ଅଲେଖ ଚନ୍ଦ୍ର ପହି, ୮ ଜଣ ମାଜିଷ୍ଟ୍ରେଟ୍‌, ଡିଏସ୍‌ପି, ବିଭିନ୍ନ ଥାନାର ଅଧିକାରୀଙ୍କ ସମେତ ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଥିଲା। ସୂଚନାଯୋଗ୍ୟ, ରଟିଲୋ ମୌଜାର ମହାନଦୀ ପାର୍ଶ୍ୱରେ ଏହି ମନ୍ଦିର ୧୦ ବର୍ଷ ତଳେ ସରକାର ଓ ଭକ୍ତମାନଙ୍କ ଆର୍ଥିକ ସହାୟତାରେ ନିର୍ମାଣ କରାଯାଇଥିଲା। ଏହି ସମୟରେ ଉକ୍ତ କାର୍ଯ୍ୟକୁ କୌଣସି ପ୍ରଶାସନିକ ଅଧିକାରୀ ବନ୍ଦ କରିବା ପାଇଁ ଉଦ୍ୟମ କରି ନ ଥିଲେ। ବେଆଇନ ଭାବେ ନିର୍ମାଣ ହୋଇଥିବା ଏହି ମନ୍ଦିର ଭାଙ୍ଗିବା ପାଇଁ ଦିଲୀପ କୁମାର ସାମନ୍ତରାୟ ନାମକ ଜଣେ ସ୍ବେଚ୍ଛାସେବୀ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ପିଟିଶନ ଦାଏର କରିଥିଲେ। ୧୫ା୧୨ା୨୦୨୦ରେ ଏନ୍‌ଜିଟି ଏହାର ଶୁଣାଣି କରି ମନ୍ଦିର ଭାଙ୍ଗିବା ପାଇଁ କଟକ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ବୁଧବାର ସକାଳେ ରଟିଲୋ ଓ କିଶୋର ନଗର ପଞ୍ଚାୟତ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଥିବାବେଳେ ସନ୍ଧ୍ୟାରେ ଜିଲା ପ୍ରଶାସନ ପକ୍ଷରୁ ମନ୍ଦିର ମଧ୍ୟରୁ ପଞ୍ଚମୁଖୀ ହନୁମାନ ମୂର୍ତ୍ତିକୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯିଏ ଜଗୁଥିଲେ ସିଏ ଖାଇଗଲେ: ହରିଣ ମାରି ମାଂସ ରାନ୍ଧି ଖାଉଥିଲେ ଧରାପଡ଼ିଲେ ବନ ଜଗୁଆଳି

ଅନୁଗୋଳ, ୪।୭: ବନ୍ୟପ୍ରାଣୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ବନ ଜଗୁଆଳିମାନେ ହିଁ ହରିଣ ଶିକାର କରି ତାହାର ମାଂସ ରାନ୍ଧି ଖାଉଥିବା ଘଟଣା ସାମ୍ନାକୁ ଆସିଛି। ଅନୁଗୋଳ…

ଅଦିନିଆ ବର୍ଷା ସହ ଘନ କୁହୁଡ଼ି: ଜନଜୀବନ ଅସ୍ତବ୍ୟସ୍ତ

ଥୁଆମୂଳ ରାମପୁର,୪।୭,(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ତିନି ଦିନ ହେଲା ପାଣିପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଲଗାତାର ଲାଗି…

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି…

୧୧ଦିନ ହେବ ଅନ୍ଧାରରେ ସିର୍ଲା ପଞ୍ଚାୟତ, ପଞ୍ଚାୟତ ବାସୀ ଘେରିଲେ ବିଦ୍ୟୁତ କାର୍ଯ୍ୟାଳୟ

ତୁମୁଡିବନ୍ଧ,୪।୭,(ଦିପକ କୁମାର ପରାସେଠ): ପ୍ରାୟ ୧୧ ଦିନ ହେବ ସିର୍ଲା ପଞ୍ଚାୟତ ଅନ୍ଧାରରେ ରହିଛି। ଏଥିରେ ଅତିଷ୍ଠ ହୋଇ ପଞ୍ଚାୟତ ବାସୀ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରିଛନ୍ତି।ଏହି…

କେସିଙ୍ଗା ଏନ୍‌ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ…

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ, ଅଗ୍ନିଶମ ବାହିନୀର ଚାଲିଛି ଖୋଜାଖୋଜି

ଭୁବନେଶ୍ୱର, ୪।୭: ରାଜଧାନୀରେ ବର୍ଷା ଆରମ୍ଭ ହେଉ ହେଉ ଏକ ଅଘଟଣ ଘଟିଛି। ଭୁବନେଶ୍ୱରର ବାଣୀବିହାର ଅଞ୍ଚଳରେ ଥିବା ପ୍ରମୁଖ ଡ୍ରେନ୍‌ରେ ପ୍ରବଳ ସ୍ରୋତରେ ଭାସି ଜଣେ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri