ସୁଖ ସମୃଦ୍ଧି ପାଇଁ ବାସ୍ତୁ

ପରିବାରରେ ଶାନ୍ତି ରହିବା ସହ ସୁଖମୟ ଜୀବନ ପାଇଁ ବାସ୍ତୁଶାସ୍ତ୍ରରେ କେତୋଟି ଉପାୟ କୁହାଯାଇଛି, ଯାହାକୁ ଆପଣାଇଲେ ସୁଖ ସମୃଦ୍ଧି ବୃଦ୍ଧି ହୋଇଥାଏ ବୋଲି ବିଶ୍ୱାସ କରାଯାଏ…

* ଘରେ କୌଣସି ଭଙ୍ଗାରୁଜା କିମ୍ବା ଅନାବଶ୍ୟକ ଜିନିଷ ରଖିବା ଠିକ୍‌ ନୁହେଁ। ବନ୍ଦ ହୋଇଯାଇଥିବା ଘଣ୍ଟା ବି ଘରେ ଅଶାନ୍ତି ସୃଷ୍ଟି କରିବାର ଅନ୍ୟତମ କାରଣ ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି।

* ଦେବାଦେବୀଙ୍କର ମୂର୍ତ୍ତି ହେଉ ଅବା ଫଟୋକୁ ଘରର ପୂର୍ବ ଦିଗରେ ଏପରି ସ୍ଥାପନା ରଖିବେ, ଯେମିତିକି ତାଙ୍କ ମୁଖ ପଶ୍ଚିମ ଦିଗ ଆଡକୁ ଏବଂ ପୂଜା କରିବା ସମୟରେ ଆପଣଙ୍କ ମୁହଁ ପୂର୍ବ ଦିଗ ଆଡକୁ ରହୁଥିବ। ଏପରି କଲେ ଘରେ ସୁଖ ସମୃଦ୍ଧି ବୃଦ୍ଧି ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।

* ଘରର ମୁଖ୍ୟ ଦ୍ୱାରରେ ସିନ୍ଦୁରରେ ସ୍ବସ୍ତିକ ଚିହ୍ନ କରି ଆମ୍ବ ଡାଳ ବାନ୍ଧିଲେ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ ହେବା ସହ ପ୍ରଭୂକୃପା ଲାଭ ହୋଇଥାଏ ବୋଲି ବିଶ୍ୱାସ କରାଯାଏ।

* ଘରେ ଗୋଟିଏ ରେଖାରେ ତିନୋଟି କବାଟ ରହିବା ଆଦୌ ଶୁଭ ଲକ୍ଷଣ ନୁହେଁ। ଏହା ମଧ୍ୟ ଘରେ ସମସ୍ୟା ଉପୁଜାଇଥାଏ। ତେଣୁ ନୂଆ ଘର ତିଆରି କରିବା ସମୟରେ ଏଥିପ୍ରତି ଦୃଷ୍ଟି ଦେବା ଜରୁରୀ।

* ପୂଜା ପରେ କିମ୍ବା ସନ୍ଧ୍ୟା ଦେଇସାରିବା ପରେ ଅଥବା ଘରର କୌଣସି ସଦସ୍ୟ କାମରେ ବାହାରିଯିବା ପରେ ସଙ୍ଗେସଙ୍ଗେ ଘରେ ଝାଡ଼ୁ କରିବା ଉଚିତ୍‌ ନୁହେଁ। ଏହାଦ୍ୱାରା କାମରେ ବାଧା ସୃଷ୍ଟି ହେବା ସହ ଅଶାନ୍ତି ବଢିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଦିନେ ରୁମ୍‌ ହିଟର କିଣିବା ପୂର୍ବରୁ ଜାଣି ରଖନ୍ତୁ ଏହି କଥା, ନଚେତ୍‌ ପସ୍ତାଇବେ

ଶୀତଦିନେ ସକାଳୁ ବିଛଣାରୁ ଉଠିବା କଷ୍ଟକର ହୋଇପଡ଼େ। ଘର ଭିତରେ ଥଣ୍ଡା ଯୋଗୁଁ ହାତ ଓ ପାଦ ମଧ୍ୟ ବରଫ ଭଳି ଥଣ୍ଡା ହୋଇଯାଏ। ଏଭଳି ସମୟରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ସଫଳତାର ଶୀର୍ଷରେ ପହଞ୍ଚିବା ପାଇଁ ପାଳନ କରନ୍ତୁ ଚାଣକ୍ୟ ଏହି ୪ କଥା…

ଆଚାର୍ଯ୍ୟ ଚାଣକ୍ୟ ଜଣେ ପ୍ରାଚୀନ ଭାରତୀୟ ଶିକ୍ଷକ, ଦାର୍ଶନିକ ତଥା ରାଜ ପରାମର୍ଶଦାତା ଥିଲେ। ତାଙ୍କୁ ‘ଅର୍ଥଶାସ୍ତ୍ର’ର ରଚୟିତା ଭାବରେ ଜଣାଯାଏ। ଯିଏ କି ଅର୍ଥନୀତି, ରାଜନୀତି…

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

Chanakya Niti: କୌଣସି କଥାକୁ ନେଇ ଚିନ୍ତା କରୁଛନ୍ତି କି? ମାନନ୍ତୁ ଏହି ୪ କଥା, ସୁଖରେ କଟିବ ଜୀବନ

ଆଜିର ଦ୍ରୁତ ଗତିଶୀଳ ଜୀବନରେ ଛୋଟ ଛୋଟ ଜିନିଷ ମଧ୍ୟ ପ୍ରାୟତଃ ମାନସିକ ଚାପ ସୃଷ୍ଟି କରୁଛି। କେତେବେଳେ ଅତୀତର ଭୁଲ ଆମକୁ ହଇରାଣ କରେ, ତ…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?