ବରଯାତ୍ରୀଙ୍କ ଖୁସି ଛଡାଇନେଲା…

ବିଜେପୁର, ୧୭।୨: ବରଗଡ଼ ଜିଲା ବିଜେପୁର ଥାନା ଅଧୀନ ସରଣ୍ଡାପାଲି ନିକଟ ରାଞ୍ଜ ନଦୀ ବ୍ରିଜ୍‌ ତଳକୁ ଏକ ବରଯାତ୍ରୀ ଅଟୋ ଖସିପଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ଜଣ ଗୁରୁତର ହୋଇଛନ୍ତି । ମୃତକ ଦ୍ୱୟ ହେଲେ ବରଗଡ଼ ରୋହିଣୀଆର ଯଦୁ ମିରିଗ (୪୬) ଓ ମେଲଛାମୁଣ୍ଡା ଥାନା ପତ୍ରାପାଲିର ଘନଶ୍ୟାମ ମେହେର (୩୦) । ଖବର ପାଇ ବିଜେପୁର ପୋଲିସ ଘଟଣାସ୍ଥଳକୁ ପହଞ୍ଚତ୍ ଆହତମାନଙ୍କୁ ଉଦ୍ଧାର କରି ବୁର୍ଲା ଭିମ୍‌ସାର ପଠାଇବା ସହ ମୃତଦେହ ବ୍ୟବଚ୍ଛେଦ କରାଇଛି। ଦୁର୍ଘଟଣାଗ୍ରସ୍ତ ଅଟୋକୁ ଜବତ କରାଯାଇ ଘଟଣାର ଅଧିକ ତଦନ୍ତ ଚାଳିଥିବା ଏଏସ୍‌ଆଇ ଟଙ୍କଧର ବରିହା କହିଛନ୍ତି ।
ପୋଲିସ ସୂଚନା ମୁତାବକ, ଘନଶ୍ୟାମ ମାମୁଁ ଘରର ଏକ ବିବାହ କାର୍ଯ୍ୟରେ ଯୋଗଦେବାକୁ ବରଗଡର ରୋହିଣୀଆକୁ ଯାଇଥିଲେ। ମଙ୍ଗଳବାର ସେ ନିଜ ସମ୍ପର୍କୀୟଙ୍କ ସହିତ ଏକ ଅଟୋ (ନଂ.ଓଡି୧୭ଜି/୫୭୬୩) ଯୋଗେ ବିଜେପୁରକୁ ବରଯାତ୍ରୀ ଆସିଥିଲେ। ବିବାହ ଭୋଜି ଖାଇ ସେମାନେ ରୋହିଣୀଆକୁ ଫେରୁଥିବା ବେଳେ ଅଟୋଟି ଭାରସାମ୍ୟ ହରାଇ ରାଞ୍ଜ ନଦୀ ବ୍ରିଜ୍‌ରୁ ୨୫ ଫୁଟ୍‌ ତଳକୁ ଖସିପଡିଥିଲା। ଫଳରେ ଘଟଣାସ୍ଥଳରେ ଘନଶ୍ୟାମ ଓ ଯଦୁଙ୍କ ମୃତ୍ୟୁ ହୋଇଥିଲା। ସେହିପରି ଅଟୋ ଚାଳକ ଈଶ୍ୱର ଲହଣ୍ଡିଙ୍କ ସମେତ ୭ଜଣ ଗୁରୁତର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri