ହଳଧର ସାହିତ୍ୟ ଅସ୍ମିତାର ଆବାହକ: ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଲୋକକବିଙ୍କୁ ଶୁଭେଚ୍ଛା

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶା ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ(ଓସାକା), ହାଇଦ୍ରାବାଦ ଆୟୋଜନରେ ଏବଂ କୋଶଳ ଛାତ୍ର ସଂଗଠନ ଓ ପଶ୍ଚିମ ଓଡ଼ିଶା ଯୁବାମଞ୍ଚ ସହଯୋଗରେ ସ୍ଥାନୀୟ ଏକ ହୋଟେଲ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରଗଡ, ସମ୍ବଲପୁର, ବଲାଙ୍ଗୀର, ସୋନପୁର, କଳାହାଣ୍ଡି ସମେତ କୋଶଲାଞ୍ଚଳର ବିଭିନ୍ନ ପ୍ରାନ୍ତରୁ କବି, ସାହିତି୍ୟକ, ଲେଖକମାନେ ଯୋଗଦାନ କରିଥିଲେ। ପ୍ରାରମ୍ଭରେ କବି ହଳଧର ନାଗଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଶୁଭେଚ୍ଛା ଜ୍ଞାପନ କରାଯାଇଥିଲା। ଏହାପରେ କବି ନାଗଙ୍କ ଗରିମାମୟ ଉପସ୍ଥିତିରେ ଏବଂ କାର୍ଯ୍ୟକ୍ରମର ମୁଖ୍ୟ ସଂଯୋଜକ ପଦ୍ମନାଭ ପଧାନଙ୍କ ପରିଚାଳନାରେ ଅନୁଷ୍ଠିତ ଉଦଘାଟନୀ ସମାରୋହରେ ଡଃ .ଦ୍ବାରିକାନାଥ ନାୟକ, ଉତ୍ପନ୍ନ ଭୋଇ, ସୁଶାନ୍ତ ମିଶ୍ର ଓ ଅଶୋକ ପୁଜାହାରୀ ଯୋଗଦାନ କରିଥିଲେ। “ହଳଧର ସାହିତ୍ୟ ଆର୍‌ ଜୀବନୀ କୋଶଲାଞ୍ଚଲର ଭାଷା, ସାହିତ୍ୟ ସାଙ୍ଗେ ଆମର ମାଟିର ଅସ୍ମିତା ଲାଗି ଉଲଗୁଲାନ” ଶୀର୍ଷକରେ ଆଲୋଚନା କରାଯାଇଥିଲା।

ଦ୍ୱିତୀୟ ଅଧିବେଶନରେ ଗୋରେଖନାଥ ସାହୁ, ଡଃ ସୁବାସ ମେହେର, ଡଃ ଲୋହିତକ୍ଷ ଯୋଶୀ, ଲାଲଚନ୍ଦ ବଗର୍ତ୍ତି ଓ ଶିବପ୍ରସାଦ ସା ଯୋଗଦାନ କରି ସମ୍ବଲପୁରୀ କୋଶଲି ଭାଷାରେ ପ୍ରାଥମିକ ସ୍ତରରେ ଶିକ୍ଷାଦାନ ଆବଶ୍ୟକତା ଶୀର୍ଷକରେ ଆଲୋଚନା କରିଥିଲେ । ସେହିପରି ହଳଧରଙ୍କ ସ୍ବାଭିମାନକୁ ଅନୁକରଣ କରିବା ସହିତ ସାଂଗଠନିକ ଆବଶ୍ୟକତା ସଂକ୍ରାନ୍ତରେ ଅନୁଷ୍ଠିତ ତୃତୀୟ ଅଧିବେଶନରେ ଅଧ୍ୟାପକ ସୁଶାନ୍ତ ମିଶ୍ର, ଅଶୋକ କୁମାର ପୁଜାହାରୀ ଓ ରାଜମଣି ସାହୁ ଯୋଗଦାନ କରିଥିଲେ । ଅଧ୍ୟାପକ ମୋହନ ସାହୁ, ଡଃ ଲକ୍ଷ୍ମୀ ନାରାୟଣ ପାଣିଗ୍ରାହୀ, ସଂଯୋଜକ ପ୍ରଶାନ୍ତ ମାଝୀ ଓ ଅଧ୍ୟାପକ ସନ୍ତୋଷ ସିଂ ଠାକୁର ଆଲୋଚନାଚକ୍ରକୁ ସଞ୍ଚାଳନ କରିଥିଲେ । ଅପରାହ୍ନ ଅଧିବେଶନରେ ଅନୁଷ୍ଠିତ କବିତା ପାଠୋତ୍ସବରେ ବିପ୍ଳବୀ କବି ନୀତିଶ ଆଚାର୍ଯ୍ୟ, ଦେବେନ୍ଦ୍ର ସାହୁ, ହରିଲାଲ ସାହୁ ମଞ୍ଚାସୀନ ଥିଲେ। ବହୁ ସଂଖ୍ୟାରେ କବିମାନେ କବିତା ପାଠ କରିଥିଲେ। ସନ୍ଧ୍ୟାରେ ବିଜୁ ପଟ୍ଟନାୟକ ଟାଉନ ହଲରେ ଅନୁଷ୍ଠିତ ହଳଧର ସାଂସ୍କୃତିକ ସନ୍ଧ୍ୟାରେ ବିଭିନ୍ନ ଲୋକନୃତ୍ୟ, ଲୋକଗୀତ ସମେତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସମସ୍ତ କାର୍ଯ୍ୟକ୍ରମକୁ ପଦ୍ମନାଭ ପଧାନ, ପ୍ରଶାନ୍ତ ମାଝୀ, ସୁନିଲ ପୁରୋହିତ, ପାଣ୍ଡବ କର୍ଣ୍ଣ, ଅଜିତ ପତି, ଦୀପକ ଦାଶ, ଆକାଶ ପଣ୍ଡା, ଦୀପକ ରଥ ପ୍ରମୁଖ ପରିଚାଳନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri