ଅଫିସରେ ଜନ୍ମଦିନ ପାଳିଲେ ବିଡିଓ, ଗୁହାରି କରିବାକୁ ଆସି ଲୋକେ ହନ୍ତସନ୍ତ

ନବରଙ୍ଗପୁର,୩।୭(ସଦାଶିବ ପ୍ରହରାଜ): ଡ୍ୟୁଟି ସମୟରେ ଅଫିସରେ ସମସ୍ତ କର୍ମଚାରୀଙ୍କୁ ନେଇ ଶନିବାର ଜନ୍ମଦିନ ପାଳିଥିଲେ ପାପଡାହାଣ୍ଡି ବିଡିଓ ଦିବାକର ବାଗ। ଫଳରେ ବିଭିନ୍ନ ସମସ୍ୟା ନେଇ ତାଙ୍କୁ ଦେଖା କରିବାକୁ ଆସିଥିବା ଲୋକେ ହଇରାଣ ହୋଇ ଫେରିଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ପାପଡାହାଣ୍ଡି ବିଡ଼ିଓ ବାଗଙ୍କର ଗତ ଶନିବାର ଜନ୍ମଦିନ ଥିଲା। ଏହି ଅବସରରେ ବିଡ଼ିଓ ବାଗ ଓ ସମସ୍ତ କର୍ମଚାରୀ ଡ୍ୟୁଟି ସମୟରେ ପୂର୍ବାହ୍ନ ପ୍ରାୟ ୧୧ଟା ୩୫ ମିନିଟରୁ ମଧ୍ୟାନ୍ନ ୧୨ଟା ୪୫ ମିନିଟ୍‌ ପର୍ଯ୍ୟନ୍ତ ପ୍ରାୟ ୧ ଘଣ୍ଟା କାଳ କାର୍ଯ୍ୟାଳୟ କନଫରେନ୍ସ ହଲରେ କେକ୍‌ କାଟି ଜଳଖିଆ ଖାଇ ସେଲିବ୍ରେସନ କରିଥିଲେ। ବ୍ଲକର ସମସ୍ତ କର୍ମଚାରୀ ନିଜର ସରକାରୀ କାମ ଛାଡି, ଏଥିରେ ବ୍ୟସ୍ତ ଥିଲେ l ଏହି ସମୟରେ ଦୂରଦୂରାନ୍ତରୁ ସମସ୍ୟା ନେଇ ଆସିଥିବା ଅନେକ ଲୋକ ବ୍ଲକରେ ବିଡ଼ିଓ ଓ କର୍ମଚାରୀଙ୍କୁ ଅପେକ୍ଷା କରି ବସିଥିଲେ l ସରକାରୀ କାର୍ଯ୍ୟ ସମୟରେ ୧ ଘଣ୍ଟା ଧରି ବାର୍ଥଡେ ସେଲିବ୍ରେସନ କରିବା ଏବଂ ସରକାରୀ କାର୍ଯ୍ୟରେ ଅବହେଳା କରୁଥିବା ନେଇ ବିଡିଓଙ୍କୁ ପଚାରିବାରୁ ସେ କିଛି କହିବାକୁ ମନା କରି ସିଟରୁ ଉଠି ଚାଲି ଯାଇଥିଲେ l ଅନ୍ୟପକ୍ଷରେ ବିଡ଼ିଓଙ୍କୁ ଅପେକ୍ଷା କରି ନିରାଶ ହୋଇଥିବା ଲୋକେ ଅସନ୍ତୋଷ ବ୍ୟକ୍ତ କରିବା ସହ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?