Posted inଖେଳ

୯ମ ଶ୍ରେଣୀରେ ଫେଲ୍‌ ହୋଇଯାଇଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌, ମ୍ୟାଗି ଖାଇ କାଟୁଥିଲେ ରାତି

ଭାରତୀୟ କ୍ରିକେଟ ଦଳର ଷ୍ଟାର୍‌ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା କ୍ରିକେଟ୍‌ ସହ ଷ୍ଟାଇଲିସ୍‌ ଅନ୍ଦାଜ ପାଇଁ ପ୍ରସିଦ୍ଧ। ରବିବାର ସେ ନିଜର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ଫଳରେ ଦେଶବିଦେଶର ଅନେକ ପ୍ରଶଂସକ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ୧୯୯୩, ଅକ୍ଟୋବର ୧୧ରେ ଗୁଜରାଟର ସୁରତରେ ଜନ୍ମଗ୍ରହଣ କରିଥିଲେ ପାଣ୍ଡ୍ୟା। କ୍ରିକେଟର୍‌ ହେବା ପାଇଁ ପାଣ୍ଡ୍ୟାଙ୍କୁ ବେଶ୍‌ ସଂଘର୍ଷ କରିବାକୁ ପଡିଥିଲା। ପାଠପଢାରେ ସେ ସେତେଟା ଉତ୍ତମ ନ ଥିଲେ। ୯ମ ଶ୍ରେଣୀରେ ଫେଲ୍‌ ହେବାରୁ ସେ ପାଠପଢା ଛାଡି ଦେଇଥିଲେ। ପରିବାରର ଆର୍ଥିକ ଅବସ୍ଥା ଭଲ ନ ଥିବାରୁ ପାଣ୍ଡ୍ୟା ଏବଂ ତାଙ୍କ ଭାଇ କୃନାଲ ବହୁ କଷ୍ଟରେ କିରଣ ମୋରେ କ୍ରିକେଟ ଏକାଡେମୀରେ କ୍ରିକେଟ୍‌ ଶିଖିବା ଆରମ୍ଭ କଲେ। ହାର୍ଦ୍ଦିକ ଏକ ସାକ୍ଷାତକାରରେ କହିଥିଲେ ଟଙ୍କା ଅଭାବରୁ ଅଧିକାଂଶ ସମୟରେ ମ୍ୟାଗି ଖାଇ ରାତି ବିତାଉଥିଲେ। ୨୦୧୬ରେ ଅଷ୍ଟ୍ରେଲିଆ ବିପକ୍ଷରେ ସେ ଟି-୨୦ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ। ପରେ ସେ ୨୦୧୬ ଏକଦିବସୀୟ ଏବଂ ୨୦୧୭ରେ ଭାରତ ପାର୍ଇ ଟେଷ୍ଟ ମ୍ୟାଚ୍‌ ଖେଳିବା ଆରମ୍ଭ କରିଥିଲେ। ଏବେ ସେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଆଇପିଏଲ୍‌ ଖେଳୁଛନ୍ତି। ନିକଟରେ ସେ ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ଚଳିତବର୍ଷ ଜାନୁଆରୀରେ ସେ ମଡେଲ୍‌ ନତାଶା ଷ୍ଟାନକୋଭିକ୍‌ଙ୍କ ସହ ତାଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?