ଝିଅକୁ ଡାକ୍ତର କରିବାକୁ ଚାହୁଁଥିଲେ ଶ୍ରୀଦେବି

ମୁମ୍ବାଇ: ବଲିଉଡ୍ ନାୟିକା ତଥା ଷ୍ଟାର କିଡ୍ ଜାହ୍ନବୀ କପୁର ୨୫ ବର୍ଷରେ ପଦାର୍ପଣ କରିଛନ୍ତି । ବଲିଉଡ୍ ଦୁନିଆର ପ୍ରଥମ ଫିମେଲ ସୁପରଷ୍ଟାର ଶ୍ରୀଦେବୀଙ୍କ ବଡ ଝିଅ ଜାହ୍ନବୀ । ପିତା ବୋନି କପୁର ବଲିଉଡରେ ଜଣେ ଆଗ ଧାଡିର ନିର୍ଦ୍ଦେଶକ ହୋଇଥିବା ବେଳେ ଏବେ ବଲିଉଡ ଦୁନିଆରେ ରାଜ କରୁଛନ୍ତି ଝିଅ ଜାହ୍ନବୀ । ପିଲାଟି ଦିନରୁ ମାଆଙ୍କ ଭଳି ଜଣେ ଭଲ ଅଭିନେତ୍ରୀ ହେବାର ସ୍ୱପ୍ନ ଦେଖୁଥିବା ଜାହ୍ନବୀ ଶେଷରେ ବଲିଉଡରେ ଡେବ୍ୟୁ କରିଛନ୍ତି । ବୋନି କପୁର ଝିଅର ସ୍ୱପ୍ନକୁ କେବେ ଭାଙ୍ଗି ଦେବାକୁ ଚାହୁଁ ନ ଥିବା ବେଳେ ଶ୍ରୀଦେବି କିନ୍ତୁ ଚାହୁଁଥିଲେ ଜାହ୍ନବୀ ମନୋରଞ୍ଜନ ଦୁନିଆକୁ ନ ଆସନ୍ତୁ । ସେ ଚାହୁଁଥିଲେ ଝିଅ ତାଙ୍କର ଭଲ ପାଠପଢୁ ଆଉ ଡାକ୍ତର ହେଉ । କିନ୍ତୁ ବିଧିର ବିଧାନ ବୋଧହୁଏ ଥିଲା ଭିନ୍ନ । ଖୁବ୍ କମ୍ ବୟସରେ ଅସମୟରେ ଦୁନିଆରୁ ବିଦାୟ ନେଲେ ମା’ ଶ୍ରୀଦେବି । ଆଉ ତା’ପରେ ପରେ ଫିଲ୍ମ ‘ଧଡକ’ ଜରିଆରେ ବଲିଉଡରେ ଡେବ୍ୟୁ କଲେ ଜାହ୍ନବୀ କପୁର । ଅବଶ୍ୟ ମା’ ଶ୍ରୀଦେବୀ ଏହା ଦେଖିପାରିଲେ ନାହିଁ । ନିଜର ଭିନ୍ନ ଶୈଳିର ଅଭିନୟକୁ ନେଇ ସେ ଏବେ ମନୋରଞ୍ଜନ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାକୁ ଚେଷ୍ଟା କରୁଛନ୍ତି । ଏବେ ଜାହ୍ନବୀଙ୍କ ହାତରେ କିଛି ଭଲ ପ୍ରୋଜେକ୍ଟ ଥିବା ବେଳେ ଆଗାମୀ ଦିନରେ ସେ ଆହୁରି କିଛି ପ୍ରାଜେକ୍ଟରେ ଅଭିନୟ କରିବାର ଆଶା ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?