କୃଷ୍ଣଚୂଡାର ରଙ୍ଗ ଆଜି ଫିକା…ମନେ ପଡନ୍ତି ଖୋକା ଭାଇ

ଓଡ଼ିଆ ସଙ୍ଗୀତ ଦୁନିଆର ବେତାଜ୍‌ ବାଦଶାହା। ହେଲେ ଥିଲେ ମୁକୁଟ ବିହୀନ ସମ୍ରାଟ। କାଳଜୟୀ ତଥା ଲୋକପ୍ରିୟ ସଙ୍ଗୀତଜ୍ଞ ଚିର ସବୁଜ ଅକ୍ଷୟ ମହାନ୍ତିଙ୍କର ଆଜି ହେଉଛି ଜନ୍ମଜୟନ୍ତୀ । ସେ ଓଡ଼ିଆ ଗୀତ ଓ ସଙ୍ଗୀତର ଏକ ଜୀବନ୍ତ ଇତିହାସ। ଜଣେ ଖାଣ୍ଟି କଟକିଆର ନାଁ ଅକ୍ଷୟ ମହାନ୍ତି। କଟକ ସହର, ସଙ୍ଗୀତ ଜଗତ ଏବଂ ଜଣାଶୁଣା ମହଲରେ ଖୋକା ଭାଇ ନାଁରେ ପରିଚିତ ଏବଂ ମରି ଅମର ହୋଇଥିବା ଜଣେ ଓଡ଼ିଆ ନାଁ। ‘ଯାହାଙ୍କ କବାଟ ଖୋଲ ପ୍ରିୟେ ମୁଁ ତୁମର ସିଏ’ ରେ ଆଜି ବି ଝୁମି ଉଠେ ଓଡ଼ିଆ ମନ। ସେହି ସ୍ବରରେ ଆଜି ବି ବୟସ୍କ ଲୋକଟିଏ ବି ମତୁଆଲା ହୋଇଯାଏ। ଇଏ ହୋଇଛନ୍ତି ସେହି ଲୋକ ଯାହାଙ୍କୁ ଆମେ ସ୍ନେହରେ ଖୋକାଭାଇ ବୋଲି ଡାକୁ।

ପଚାଶ ଦଶକରୁ ପରବର୍ତ୍ତୀ ପାଞ୍ଚ ଦଶନ୍ଧି ପର୍ଯ୍ୟନ୍ତ ଓଡ଼ିଆ ସଂଗୀତ ଦୁନିଆକୁ ସୁମଧୁର କଣ୍ଠ ଯାଦୁରେ ସେ ବାନ୍ଧି ରଖିଥିଲେ। ଏଥିସହ ସେ ଏକାଧାରରେ ସେ ଜଣେ ଓଡ଼ିଆ ଗାୟକ, ସଙ୍ଗୀତଜ୍ଞ, ଗାଳ୍ପିକ, ଔପନ୍ୟାସିକ ଥିଲେ। ତାଙ୍କର କାଳଜୟୀ ଗୀତ ଗୁଡିକ ମଧ୍ୟରେ- ଏ ଆଲୋ ଆଲୋ ମଣି, କାଳି ଗୋରୀ ଦୁହେଁ ଗାଧେଇ, ସାବି ସାବି ତୁ ତ ମୋର ନାଲି ପାନ ବିବି, ପୂଣ୍ୟର ନଦୀ ତୀରେ ପାପର ତରୁ, ବୟସର କୃଷ୍ଣଚୂଡା ରଙ୍ଗ ତୁମ ମନ୍ଦ ନୁହେଁ, ଯା ଯାରେ ଭାସି ଭାସି ଯାଆ ନଉକା ମୋର ଭାସି ଯାଆ, ଏଇ ଚୁମକି, ଟିକ ଟିକ ଟିକ ଘଣ୍ଟା ଚାଲେ, ରଜା ଝିଅ ସାଙ୍ଗେ, କଳଙ୍କିତ ଏଇ ନାୟକ, ଅବୁଝା ପ୍ରିୟତମା, ଆଲୋ ରତନୀ ଗଜ ଗମନୀ, ହେ ଫଗୁଣ ତୁମେ ଗଲା ପରେ ପରେ, ବେବି ଏକ୍କା ଗେଲହା ଝିଅ, ନଦୀର ନାମ ଅଳସ କନ୍ୟା, ହସ ତୋ ଲକ୍ଷେ ଟଙ୍କା ଆଦି ରହିଛି।

କୁହାଯାଏ ମାତ୍ର ୨୨ ବର୍ଷ ବୟସରେ କଟକ ଆକାଶବାଣୀ ଠାରେ ସରକାରୀ ଚାକିରିରେ ଯୋଗ ଦେଇଥିଲେ, ହେଲେ ପରେ ଚାକିରି ଛାଡ଼ି ନିଜ ପୂରା ଜୀବପ ସଙ୍ଗୀତରେ ବିତାଇଥିଲେ। ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଜୟଦେବ ପୁରସ୍କାର, ପ୍ରଚ୍ଛଦ ସଙ୍ଗୀତ ପାଇଁ ରାଜ୍ୟ ପୁରସ୍କାର, ରାଜ୍ୟ ସଙ୍ଗୀତକାର ପୁରସ୍କାର ଭଳି ଅନେକ ସମ୍ମାନରେ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri