ନିଜଠାରୁ ୧୬ ବର୍ଷ ବଡ ବିବାହିତାଙ୍କ ପ୍ରେମରେ ପଡିଥିଲେ ନସିରୁଦ୍ଦିନ

ମୁମ୍ବାଇ: ବଲିଉଡ୍‌ର ଭେଟେରାନ୍‌ ଆକ୍ଟର ନସିରୁଦ୍ଦିନ ଶାହ। ଆଜି ୭୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଆଜିବି ତାଙ୍କ ଦମ୍‌ଦାର ଅଭିନୟ ଦର୍ଶକଙ୍କୁ ବାନ୍ଧି ରଖିବାରେ ସକ୍ଷମ ହୋଇଛି। ମାୟାନଗରୀରେ ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଥିବା ଏହି ଅଭିନେତା ତାଙ୍କ ପର୍ସନାଲ ଲାଇଫକୁ ନେଇ ମଧ୍ୟ ବେଶ୍‌ ଚର୍ଚ୍ଚିତ। ନସିରୁଦ୍ଦିନଙ୍କ ପ୍ରେମ କାହାଣୀ କୌଣସି ଚଳଚ୍ଚିତ୍ର କାହାଣୀଠାରୁ କମ୍‌ ନୁହେଁ। ମାତ୍ର ୧୯ ବର୍ଷ ବୟସରେ ଏହି ଅଭିନେତା ବିବାହ କରିବାକୁ ପରିବାର ସଦସ୍ୟଙ୍କସହ ଝଗଡା କରିଥିଲେ। ଏମିତିକି ନିଜଠାରୁ ୧୬ ବର୍ଷ ବଡ଼ ବିବାହିତା ମନାରା ସିକ୍ରିଙ୍କୁ ସେ ପ୍ରେମ ବିବାହ କରିଥିଲେ। ସିକ୍ରି କେବଳ ବିବାହିତା ନ ଥିଲେ ତାଙ୍କର ଏକ ସନ୍ତାନ ମଧ୍ୟ ଥିଲା। ଏହା ଜାଣି ମଧ୍ୟ ପ୍ରେମରେ ପାଗଳ ଥିଲେ ନସିରୁଦ୍ଦିନ। ସିକ୍ରିଙ୍କ ସହ ବିବାହର କିଛିଦିନ ପରେ ତାଙ୍କର ଏକ କନ୍ୟା ସନ୍ତାନ ହୋଇଥିଲା ଯାହାର ନାଁ ରଖାଗଲା ହିବା ଶାହ। ହେଲେ ନସିରୁଦ୍ଦିନ ଓ ମନାରାଙ୍କ ବୈବାହିକ ଜୀବନ ବେଶିଦିନ ତିଷ୍ଠି ପାରି ନ ଥିଲା। କିଛିବର୍ଷ ପରେ ଏମାନେ ଅଲଗା ହୋଇଯାଇଥିଲେ। ଏହାପରେ ନସିରୁଦ୍ଦିନଙ୍କ ନଜର ପଡିଥିଲା ତାଙ୍କଠାରୁ ବୟସରେ ୧୩ବର୍ଷ ସାନ ରତ୍ନା ପାଠକଙ୍କ ଉପରେ। ଏହାପରେ ଉଭୟ ଧୁମ୍‌ଧାମରେ ବିବାହ କରିଥିଲେ। ଏହାର କିଛିଦିନ ପରେ ନସିରୁଦ୍ଦିନଙ୍କ ପ୍ରଥମ ପତ୍ନୀ ମନାରାଙ୍କର ମୃତ୍ୟୁ ହୋଇଥିଲା। ଆଉ ଝିଅ ହିବା ନସିରୁଦ୍ଦିନ ଓ ରତ୍ନାଙ୍କ ସହ ରହିବାକୁ ଆରମ୍ଭ କରିଥିଲା। ଏବେ ରତ୍ନାଙ୍କର ୨ ପୁଅ ଇମାଦ ଓ ବିବାନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri