Posted inଖେଳ

୨୫ ବର୍ଷରେ ପଦାର୍ପଣ କଲେ ସିନ୍ଧୁ

ହାଇଦ୍ରାବାଦ୍‌,୫।୭: ରିଓ ଅଲିମ୍ପିକ୍ସ ରୌପ୍ୟ ପଦକ ବିଜୟିନୀ ତଥା ଭାରତୀୟ ମହିଳା ବ୍ୟାଡମିଣ୍ଟନ ତାରକା ପି.ଭି. ସିନ୍ଧୁ ରବିବାର ୨୫ ବର୍ଷରେ ପଦାର୍ପଣ କରିଛନ୍ତି। ସିନ୍ଧୁଙ୍କ ଏହି ୨୫ତମ ଜନ୍ମଦିବସ ଅବସରରେ ସବୁ ମହଲରୁ ଅଭିନନ୍ଦନର ସୁଅ ଛୁଟିଛି। ଟୁଇଟ୍‌ କରି ବହୁ ନାମୀଦାମୀ ବ୍ୟକ୍ତିତ୍ୱ ତାଙ୍କୁ ଏହି ଅବସରରେ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।
୧୯୯୫ ଜୁଲାଇ ୫ ତାରିଖରେ ହାଇଦ୍ରାବାଦ୍‌ରେ ଜନ୍ମଗ୍ରହଣ କରିଥିବା ସିନ୍ଧୁ ମାତ୍ର ୮ ବର୍ଷରେ ବ୍ୟାଡମିଣ୍ଟନ ଖେଳିବା ଆରମ୍ଭ କରିଥିଲେ। ଏହାପରେ ସେ ତେଲେଙ୍ଗାନାସ୍ଥିତ ପୂର୍ବତନ ବ୍ୟାଡମିଣ୍ଟନ ଖେଳାଳି ପୁଲେଲା ଗୋପୀଚାନ୍ଦଙ୍କ ଏକାଡେମୀରେ ପ୍ରଶିକ୍ଷଣ ନେବା ଆରମ୍ଭ କରିଥିଲେ। ୨୦୦୯ରେ କଲମ୍ବୋରେ ଏସିଆନ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ ଖେଳି ସେ ଅନ୍ତର୍ଜାତୀୟ ବ୍ୟାଡମିଣ୍ଟନରେ ପଦାର୍ପଣ କରିଥିଲେ। ଏଥିରେ ସେ ବ୍ରୋଞ୍ଜ୍‌ ପଦକ ହାସଲ କରିଥିଲେ। ଏହାପରଠାରୁ ସେ ପଛକୁ ଫେରି ଚାହିଁ ନାହାନ୍ତି। ଅଲିମ୍ପିକ୍ସ ରୌପ୍ୟ ପଦକ ଜିତିବା ସହ ସେ ୨୦୧୯ରେ ଭାରତର ପ୍ରଥମ ଖେଳାଳିଭାବେ ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଥିଲେ। ବିଶ୍ୱ ବ୍ୟାଡ୍‌ମିଣ୍ଟନରେ ସବୁ ପ୍ରକାର ସଫଳତା ହାସଲ କରିଥିବା ସିନ୍ଧୁ ଭାରତୀୟ ବ୍ୟାଡମିଣ୍ଟନକୁ ନୂଆ ସୋପାନରେ ପହଞ୍ଚାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri