Posted inଖେଳ

୨୫ ବର୍ଷରେ ପଦାର୍ପଣ କଲେ ସିନ୍ଧୁ

ହାଇଦ୍ରାବାଦ୍‌,୫।୭: ରିଓ ଅଲିମ୍ପିକ୍ସ ରୌପ୍ୟ ପଦକ ବିଜୟିନୀ ତଥା ଭାରତୀୟ ମହିଳା ବ୍ୟାଡମିଣ୍ଟନ ତାରକା ପି.ଭି. ସିନ୍ଧୁ ରବିବାର ୨୫ ବର୍ଷରେ ପଦାର୍ପଣ କରିଛନ୍ତି। ସିନ୍ଧୁଙ୍କ ଏହି ୨୫ତମ ଜନ୍ମଦିବସ ଅବସରରେ ସବୁ ମହଲରୁ ଅଭିନନ୍ଦନର ସୁଅ ଛୁଟିଛି। ଟୁଇଟ୍‌ କରି ବହୁ ନାମୀଦାମୀ ବ୍ୟକ୍ତିତ୍ୱ ତାଙ୍କୁ ଏହି ଅବସରରେ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।
୧୯୯୫ ଜୁଲାଇ ୫ ତାରିଖରେ ହାଇଦ୍ରାବାଦ୍‌ରେ ଜନ୍ମଗ୍ରହଣ କରିଥିବା ସିନ୍ଧୁ ମାତ୍ର ୮ ବର୍ଷରେ ବ୍ୟାଡମିଣ୍ଟନ ଖେଳିବା ଆରମ୍ଭ କରିଥିଲେ। ଏହାପରେ ସେ ତେଲେଙ୍ଗାନାସ୍ଥିତ ପୂର୍ବତନ ବ୍ୟାଡମିଣ୍ଟନ ଖେଳାଳି ପୁଲେଲା ଗୋପୀଚାନ୍ଦଙ୍କ ଏକାଡେମୀରେ ପ୍ରଶିକ୍ଷଣ ନେବା ଆରମ୍ଭ କରିଥିଲେ। ୨୦୦୯ରେ କଲମ୍ବୋରେ ଏସିଆନ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ ଖେଳି ସେ ଅନ୍ତର୍ଜାତୀୟ ବ୍ୟାଡମିଣ୍ଟନରେ ପଦାର୍ପଣ କରିଥିଲେ। ଏଥିରେ ସେ ବ୍ରୋଞ୍ଜ୍‌ ପଦକ ହାସଲ କରିଥିଲେ। ଏହାପରଠାରୁ ସେ ପଛକୁ ଫେରି ଚାହିଁ ନାହାନ୍ତି। ଅଲିମ୍ପିକ୍ସ ରୌପ୍ୟ ପଦକ ଜିତିବା ସହ ସେ ୨୦୧୯ରେ ଭାରତର ପ୍ରଥମ ଖେଳାଳିଭାବେ ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଥିଲେ। ବିଶ୍ୱ ବ୍ୟାଡ୍‌ମିଣ୍ଟନରେ ସବୁ ପ୍ରକାର ସଫଳତା ହାସଲ କରିଥିବା ସିନ୍ଧୁ ଭାରତୀୟ ବ୍ୟାଡମିଣ୍ଟନକୁ ନୂଆ ସୋପାନରେ ପହଞ୍ଚାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?