Posted inଖେଳ

ବିରୋଧି ଟିମ୍‌ ବୋଲରଙ୍କ ନିଦ ହଜାଇଦିଅନ୍ତି ଭାରତୀୟ ଟିମ୍‌ର ଗବ୍ବର: ଏହି ୫ ପାଳିକୁ ଆଜି ବି ମନେପକାନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୫।୧୨: ଭାରତୀୟ ଟିମ୍‌ର ଦ୍ରୁତ ଓପନୀ୍‌ ଶିଖର ଧଓ୍ବନ୍‌ ଶନିବାର ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ୯ ବର୍ଷ ପୂର୍ବେ ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଖେଳିବା ଆରମ୍ଭ କରିଥିଲେ ସେ। ଏବେ ସେ ପଡ଼ିଆକୁ ଓହ୍ଲାଇବା ମାତ୍ରେ ବିରୋଧି ଦଳ ମଧ୍ୟରେ ଝନକା ପଶିଯାଏ। ୨୦୦୬ରେ ଦିନିକିଆ କ୍ରିକେଟରେ ୩୦୦୦ ରନ୍‌ ପୂରଣ କରିବାରେ ସେ ଭାରତର ଦ୍ରୁତତମ ବ୍ୟାଟ୍ସମ୍ୟାନ୍‌ ପାଲଟିଥିଲେ। ତାଙ୍କର ଖେଳ ଜୀବନ ମଧ୍ୟରେ ଏଭଳି ୫ ପାଳି ରହିଛି ଯେଉଁଥିରେ ସେ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି।
୨୦୧୩ରେ ମୋହାଲିରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଉଥିବା ଟେଷ୍ଟମ୍ୟାଚ୍‌ରେ ଡେବ୍ୟୁ କରି ସେ ୧୭୪ ବଲ୍‌ରେ ୧୮୭ରନ୍‌ କରିଥିଲେ। ସେଥିରୁ ମାତ୍ର ୮୫ ବଲ୍‌ରେ ସେ ଶତକ କରିଥିଲେ। କୌଣସି ଡେବ୍ୟୁ ମ୍ୟାଚ୍‌ରେ ସବୁଠାରୁ ଦ୍ରୁତ ଶତକ କରିଥିଲେ ସେ।

ସେହିଭଳି ୨୦୧୩ରେ ନାଗପୁରରେ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟସିରିଜରେ ୧୦୨ ବଲ୍‌ରେ ଶତକ କରି ଭାରତକୁ ଜିତାଇଥିଲେ ଧଓ୍ବନ। ଫଳରେ ଭାରତ ୪-୦ରେ ସିରିଜ୍‌କୁ ପୋଛି ଆଣିଥିଲା। ପରେ ୨୦୧୩ରେ ଚାମ୍ପିଅନ୍ସ ଟ୍ରଫିରେ ମାତ୍ର ୯୪ ବଲ୍‌ରେ ୧୧୪ ରନ୍‌ କରି ସମସ୍ତଙ୍କୁ ଚକିତ କରିଥିଲେ ସେ। ୨୦୧୫ରେ ମେଲବର୍ନରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ୧୪୬ ବଲ୍‌ରେ ୧୩୭ରନ୍‌ କରିଥିଲେ। ୨୦୧୭ରେ ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ୯୦ ବଲ୍‌ରେ ୧୩୨ ରନ୍‌ କରି ବୋଲରଙ୍କ ନିଦ ହଜାଇଦେଇଥିଲେ। ଆଜି ଏହି ଧୁଆଁଧାର ବ୍ୟାଟ୍ସମ୍ୟାନଙ୍କ ଜନ୍ମଦିନ ଉପଲକ୍ଷେ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି। ପ୍ରଶଂସକଙ୍କଠାରୁ ଆରମ୍ଭ କରି କ୍ରିକେଟଜଗତ ସହ ଜଡ଼ିତ ଦିଗ୍ଗଜମାନେ ତାଙ୍କୁ ଅଭିନନ୍ଦନ ଜଣାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri