Posted inଖେଳ

ବିରୋଧି ଟିମ୍‌ ବୋଲରଙ୍କ ନିଦ ହଜାଇଦିଅନ୍ତି ଭାରତୀୟ ଟିମ୍‌ର ଗବ୍ବର: ଏହି ୫ ପାଳିକୁ ଆଜି ବି ମନେପକାନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୫।୧୨: ଭାରତୀୟ ଟିମ୍‌ର ଦ୍ରୁତ ଓପନୀ୍‌ ଶିଖର ଧଓ୍ବନ୍‌ ଶନିବାର ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ୯ ବର୍ଷ ପୂର୍ବେ ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଖେଳିବା ଆରମ୍ଭ କରିଥିଲେ ସେ। ଏବେ ସେ ପଡ଼ିଆକୁ ଓହ୍ଲାଇବା ମାତ୍ରେ ବିରୋଧି ଦଳ ମଧ୍ୟରେ ଝନକା ପଶିଯାଏ। ୨୦୦୬ରେ ଦିନିକିଆ କ୍ରିକେଟରେ ୩୦୦୦ ରନ୍‌ ପୂରଣ କରିବାରେ ସେ ଭାରତର ଦ୍ରୁତତମ ବ୍ୟାଟ୍ସମ୍ୟାନ୍‌ ପାଲଟିଥିଲେ। ତାଙ୍କର ଖେଳ ଜୀବନ ମଧ୍ୟରେ ଏଭଳି ୫ ପାଳି ରହିଛି ଯେଉଁଥିରେ ସେ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି।
୨୦୧୩ରେ ମୋହାଲିରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଉଥିବା ଟେଷ୍ଟମ୍ୟାଚ୍‌ରେ ଡେବ୍ୟୁ କରି ସେ ୧୭୪ ବଲ୍‌ରେ ୧୮୭ରନ୍‌ କରିଥିଲେ। ସେଥିରୁ ମାତ୍ର ୮୫ ବଲ୍‌ରେ ସେ ଶତକ କରିଥିଲେ। କୌଣସି ଡେବ୍ୟୁ ମ୍ୟାଚ୍‌ରେ ସବୁଠାରୁ ଦ୍ରୁତ ଶତକ କରିଥିଲେ ସେ।

ସେହିଭଳି ୨୦୧୩ରେ ନାଗପୁରରେ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟସିରିଜରେ ୧୦୨ ବଲ୍‌ରେ ଶତକ କରି ଭାରତକୁ ଜିତାଇଥିଲେ ଧଓ୍ବନ। ଫଳରେ ଭାରତ ୪-୦ରେ ସିରିଜ୍‌କୁ ପୋଛି ଆଣିଥିଲା। ପରେ ୨୦୧୩ରେ ଚାମ୍ପିଅନ୍ସ ଟ୍ରଫିରେ ମାତ୍ର ୯୪ ବଲ୍‌ରେ ୧୧୪ ରନ୍‌ କରି ସମସ୍ତଙ୍କୁ ଚକିତ କରିଥିଲେ ସେ। ୨୦୧୫ରେ ମେଲବର୍ନରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ୧୪୬ ବଲ୍‌ରେ ୧୩୭ରନ୍‌ କରିଥିଲେ। ୨୦୧୭ରେ ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ୯୦ ବଲ୍‌ରେ ୧୩୨ ରନ୍‌ କରି ବୋଲରଙ୍କ ନିଦ ହଜାଇଦେଇଥିଲେ। ଆଜି ଏହି ଧୁଆଁଧାର ବ୍ୟାଟ୍ସମ୍ୟାନଙ୍କ ଜନ୍ମଦିନ ଉପଲକ୍ଷେ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି। ପ୍ରଶଂସକଙ୍କଠାରୁ ଆରମ୍ଭ କରି କ୍ରିକେଟଜଗତ ସହ ଜଡ଼ିତ ଦିଗ୍ଗଜମାନେ ତାଙ୍କୁ ଅଭିନନ୍ଦନ ଜଣାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri