Posted inଖେଳ

ବିଶ୍ୱର ଏକମାତ୍ର ଖେଳାଳି, ଯିଏ ଖେଳିଛନ୍ତି ଉଭୟ କ୍ରିକେଟ ଏବଂ ଫୁଟବଲ ବିଶ୍ୱକପ

ୱେଷ୍ଟଇଣ୍ଡିଜର ମହାନ ବ୍ୟାଟ୍ସମ୍ୟାନ ସାର୍‌ ଭିଭିଆନ ରିଚାର୍ଡସ ଆଜି ୭୦ ବର୍ଷରେ ପଦାର୍ପଣ କରିଛନ୍ତି। ରିଚାର୍ଡସ ହେଉଛନ୍ତି ଦୁନିଆର ଏକମାତ୍ର ଖେଳାଳି ଯିଏ କ୍ରିକେଟ ଏବଂ ଫୁଟବଲ ବିଶ୍ୱକପ ଖେଳିଛନ୍ତି । ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ରିଚାର୍ଡସଙ୍କୁ ତାଙ୍କର ଆଦର୍ଶ ବୋଲି ମାନନ୍ତି। ୮୦ ଦଶକରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ରିଚାର୍ଡସ ଯେତେବେଳେ ପାଟିରେ ଚୁଇଙ୍ଗମ୍‌ ଚୋବାଇ ବିନା ହେଲମେଟରେ କ୍ରିଜକୁ ଯାଉଥିଲେ ସେତେବେଳେ ବୋଲରମାନେ ମଧ୍ୟ ବୋଲିଂ କରିବାକୁ ଭୟ କରୁଥିେଏ।
ଭିଭିଆନ ରିଚାର୍ଡସ ୧୯୫୨ ମସିହାରେ ଆଣ୍ଟିଗୁଆର ସେଣ୍ଟ ଜନ ସହରରେ ଜନ୍ମଗ୍ରହଣ କରିଥିଲେ। ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ ୩୦୦ରୁ ଅଧିକ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲେ। ରିଚାର୍ଡସ କେବଳ ଆଣ୍ଟିଗୁଆ ପାଇଁ ୧୯୭୪ ଫିଫା ବିଶ୍ୱକପ ଯୋଗ୍ୟତା ପର୍ଯ୍ୟାୟରେ ଖେଳିଥିଲେ। ୮୦ ରୁ ୯୦ ଦଶକରେ ବିଶ୍ୱ କ୍ରିକେଟରେ ବୋଲରମାନେ ପ୍ରାଧାନ୍ୟ ବିସ୍ତାର କରିଥିବାବେଳେ, ରିଚାର୍ଡସ ନିଜ ପାଇଁ ଏକ ଭିନ୍ନ ପରିଚୟ ସୃଷ୍ଟି କରିଥିଲେ। ୧୯୭୪ ରୁ ୧୯୯୧ ପର୍ଯ୍ୟନ୍ତ ତାଙ୍କର ଆକ୍ରମଣାତ୍ମକ ବ୍ୟାଟିଂ ସହିତ ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।
ନଭେମ୍ବର ୧୯୭୪ରେ ଭାରତ ବିପକ୍ଷରେ ବେଙ୍ଗାଲୁରୁରେ ଟେଷ୍ଟ କ୍ୟାରିୟର ଆରମ୍ଭ କରିଥିବା ରିଚାର୍ଡସ ୨୪୧ ଶତକ ଏବଂ ୪୫ ଅର୍ଦ୍ଧଶତକ ସହାୟତାରେ ୧୨୧ ଟେଷ୍ଟ ମ୍ୟାଚରେ ୮୫୪୦ ରନ ସଂଗ୍ରହ କରିଥିଲେ। ସେହିପରି ୧୮୭ ଦିନିକିଆରେ ସେ ୬୭୨୧ ରନ କରିଛନ୍ତ। ଏଥିରେ ୧୧ ଶତକ ଏବଂ ୪୫ ଅର୍ଦ୍ଧଶତକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri