Posted inଖେଳ

କ୍ରିକେଟର ଲିଟିଲ୍‌ ମାଷ୍ଟର: ଅଭିନୟ, ଗୀତରେ ବି ରଖିଥିଲେ ରୁଚି

ଲିଟଲ୍‌ ମାଷ୍ଟର ସୁନୀଲ ଗାଭାସ୍କର ଆଜି ୭୧ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୪୯ ମସିହାରେ ଜୁଲାଇ ୧୦ରେ ସେ ମୁମ୍ବାଇରେ ଜନ୍ମ ଗ୍ରହଣ କରିଥିଲେ। ଅନେକ ରେକର୍ଡର ଅଧିକାରୀ ଥିବା ଗାଭାସ୍କର ଭାରତୀୟ କ୍ରିକେଟକୁ ଉଚ୍ଚ ଶିଖରରେ ପହଞ୍ଚାଇଥିଲେ। କେବଳ କ୍ରିକେଟ ନୁହେଁ ଫିଲ୍ମରେ ଅଭିନୟ କରିଥିଲେ ଗାଭାସ୍କର। ଏକ ମରାଠୀ ଫିଲ୍ମରେ ଲିଡ ରୋଲରେ ସେ ଅଭିନୟ କରିଥିଲେ। ଫିଲ୍ମଟିର ନାଁ- ସଭଲି ପ୍ରେମାଚି। ସେହିଭଳି ୧୯୮୮ ମସିହାରେ ନସୀରୁଦ୍ଦିନ ଶାହଙ୍କ ଫିଲ୍ମ ‘ମାଲାମାଲ’ରେ ସେ ଅତିଥି କଳାକାର ଭାବେ ଅଭିନୟ କରିଥିଲେ। ଗାଭାସ୍କର ‘ୟା ଦୁନିଆମଧ୍ୟେ ଥମ୍ବାୟାଲା ଭେଲ କୋନାଲା’ ନାଁରେ ଏକ ମରାଠୀ ଗୀତ ବି ଗାଇଥିଲେ। ୧୯୭୧ ମସିହା ମାର୍ଚ୍ଚ ୬ ତାରିଖରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଥିଲେ। ପ୍ରଥମ କ୍ରିକେଟର ଭାବେ ସେ ଟେଷ୍ଟରେ ୧୦ ହଜାର ରନ (୧୦,୧୨୨) ପୂରଣ କରିଥିଲେ। ସେ ୧୨୫ଟି ଟେଷ୍ଟରୁ ୫୧.୧୨ ହାରରେ ଏହି ରନ ସଂଗ୍ରହ କରିଥିଲେ। ୧୯୮୭ ମସିହା ମାର୍ଚ୍ଚ ୧୩ ତାରିଖରେ ସେ ପାକିସ୍ତାନ ବିପକ୍ଷରେ ଶେଷ ଟେଷ୍ଟ ମ୍ୟାଚ ଖେଳିଥିଲେ। ସେହିପରି ଅନ୍ତର୍ଜାତୀୟ ୧୦୮ଟି ଦିନିକିଆ ମ୍ୟାଚ ଖେଳିଥିବା ଗାଭାସ୍କର ୧୯୭୪ରେ ଇଂଲଣ୍ଡ ବିପକ୍ଷରେ ଡେବ୍ୟୁ ମ୍ୟାଚ ଖେଳିଥିଲେ। ୧୯୮୭ରେ ସେହି ଇଂଲଣ୍ଡ ବିପକ୍ଷରେ ଶେଷ ଦିନିକିଆ ମ୍ୟାଚ ଖେଳିଥିଲେ। ଅନ୍ତର୍ଜାତୀୟ ଦିନିକିଆରେ ସେ ୩,୦୯୨ ରନ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଅତିକମରେ ୧୦ଟି ସନ୍ତାନ ଜନ୍ମ କରନ୍ତୁ’ – ହିନ୍ଦୁମାନଙ୍କୁ ଏମିତି କହିଲେ ମୌଲାନା ସାଜିଦ ରଶିଦି, ଉଠିଲାଣି ବିବାଦ

ନୂଆଦିଲ୍ଲୀ,୫।୧୦: ଇମାମ ଆସୋସିଏସନର ସଭାପତି ମୌଲାନା ସାଜିଦ ରଶିଦି ସନ୍ତାନ ଜନ୍ମ କରିବା ସମ୍ବନ୍ଧରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସଂଘ ଏବଂ ଅନ୍ୟ କିଛି ସଂଗଠନ…

ଫ୍ଲାଇଦୁବାଇ କକ୍‌ପିଟ୍‌ ଆକ୍ରମଣ ମାମଲାରେ ଚାଞ୍ଚଲ୍ୟକର ଖୁଲାସା; ସତ ମାନିଲେ ଓମାନୀ ପାଇଲଟ, ଉଭୟ ଇଞ୍ଜିନ୍ ବନ୍ଦ କରି….

ନୂଆଦିଲ୍ଲୀ,୫ା୧୦:ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇର ଫ୍ଲାଇଟ୍‌ FZ1073ର କକ୍‌ପିଟ୍‌ ଆକ୍ରମଣ ମାମଲାରେ ପ୍ରତିଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ସେପ୍ଟେମ୍ବର ୩୦ରେ ଘଟିଥିବା ଏହି…

ଦଳ ଛାଡ଼ିଥିବା ନେତାଙ୍କୁ ମମତାଙ୍କ ଅଲ୍ଟିମେଟମ; ୧୫ ଦିନ ଭିତରେ ଫେରିଆସ, ନହେଲେ…..

କୋଲକାତା,୫ା୧୦: ବିଧାନସଭା ନିର୍ବାଚନ ଫଳାଫଳ ପରେ ପ୍ରଥମ ଥର ପାଇଁ ଉତ୍ତର ଦିନାଜପୁର ଜିଲା ଚୋପଡ଼ାରେ ମମତା ବାନାର୍ଜୀ ସମର୍ଥିତ ତୃଣମୂଳ କଂଗ୍ରେସ ନିଜର ସାଂଗଠନିକ ଶକ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଉଠିଲା ପ୍ରଶ୍ନ? ଲକ୍ଷ୍ମଣଙ୍କ ବିଦାୟ, ଗମ୍ଭୀରଙ୍କ ଆଗମନରେ ବଦଳିଯିବ କି ପରିସ୍ଥିତି? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚରେ କ’ଣ ବୈଭବ ସୂର୍ଯ୍ୟବଂଶୀ ଖେଳିବେ? ଏହି ପ୍ରଶ୍ନ ନିଶ୍ଚିତ ଭାବରେ ତାଙ୍କର ସମସ୍ତ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ନୂଆ ମଦ ଦୋକାନ

ଭୁବନେଶ୍ବର,୫।୧୦: ଭୁବନେଶ୍ୱରରେ ‘ଜୀବନ ଜିନ୍ଦାବାଦ-୨.୦’ର ଶୁଭାରମ୍ଭ ହୋଇଛି । ଏହି ଅବସରରେ ରାଜ୍ୟରୁ ନିଶା ମୂଳପୋଛ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଆଗାମୀ ୩…

ଶୋଇଥିଲେ ବର୍ଷକର ଶିଶୁ; ଘରେ ପଶି ମୁହଁକୁ ଝୁଣିଦେଲା କୁକୁର, ତାପରେ….

ନବରଙ୍ଗପୁର,୫।୧୦(ସଦାଶିବ ପ୍ରହରାଜ): ଘରେ ଶୋଇଥିବା ବେଳେ ବର୍ଷକର ଶିଶୁପୁତ୍ରକୁ ଝୁଣିଦେଲା ବୁଲାକୁକୁର । ମୃତ୍ୟୁ ସହ ସଂଗ୍ରାମ କରୁଛି ଶିଶୁଟି। ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ କୋଡ଼ିଙ୍ଗା…

ଏଇ ଭାରତରେ

ରାଜସ୍ଥାନର ଜୟପୁର ସହରର ବସ୍ତିଗୁଡ଼ିକରେଅନେକ ପିଲା ଅଧାରୁ ପାଠ ଛାଡ଼ି ଶିଶୁ ଶ୍ରମିକ ଭାବେ କାମ କରୁଛନ୍ତି। ଏହିସବୁ ପିଲାଙ୍କ ପାଇଁ ଶିକ୍ଷାର ଆବଶ୍ୟକତାକୁ ଉପଲବ୍ଧି କରି…

ଅଦୃଶ୍ୟ ପ୍ରାଚୀର

ତଳ ମହଲାରେ ଜଣେ। ଉପର ମହଲାରେ ଆଉ ଜଣେ ଭାଇ। ମାଆ ମରିଯିବା ପରେ ଗୋଟେ ଘର ଦି’ ଭାଗ ହୋଇଗଲା। ସାମାନ୍ୟ ସମ୍ପତ୍ତି ଭାଗବଣ୍ଟା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?