Posted inଖେଳ

ଡେବ୍ୟୁ ମ୍ୟାଚ୍‌ରେ ‘ଶୂନ’: କିନ୍ତୁ କ୍ରିକେଟରେ ରଚିଥିଲେ ଇତିହାସ

ଭାରତୀୟ କ୍ରିକେଟରେ ପୂର୍ବତନ ଭାରତ କ୍ରିକେଟର ସୁରେଶ ରାଇନାଙ୍କ ସ୍ବତନ୍ତ୍ର ଅବଦାନ ରହିଛି। ଏକଦିବସୀୟ ଏବଂ ଟି -୨୦ କ୍ରିକେଟରେ ସୁରେଶ ରାଇନା ନିଜର ପରିଚୟ ସୃଷ୍ଟି କରିଥିଲେ। ରାଇନା ଆଜି ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ନଭେମ୍ବର ୨୭ ୧୯୮୬ରେ ଗାଜିଆବାଦରେ ଜନ୍ମଗ୍ରହଣ କରିଥିବା ରାଇନା ଭାରତ ପାଇଁ ୨୨୬ଟି ଏକଦିବସୀୟ, ୭୮ଟି-୨୦ ଏବଂ ୧୮ଟି ଟେଷ୍ଟ ମ୍ୟାଚ ଖେଳିଥିଲେ। ସୁରେଶ ରାଇନା ଶ୍ରୀଲଙ୍କା ବିପକ୍ଷରେ ଜୁଲାଇ ୩୦, ୨୦୦୫ରେ ଡେବ୍ୟୁ କରିଥିଲେ। ତେବେ ରାଇନାଙ୍କ ପ୍ରଥମ ମ୍ୟାଚ ବହୁତ ଖରାପ ଥିଲା। ପ୍ରଥମ ବଲରେ ରାଇନା ନିଜର ଉଇକେଟ ହରାଇଥିଲେ, ତାଙ୍କୁ ମୁରଲୀଧରନ ଏଲବିଡବ୍ଲ୍ୟୁ ଆଉଟ୍‌ କରିଥିଲେ। ତେବେ, ରାଇନା ଏହା ପରେ ଆଉ ପଛକୁ ଚାହିଁ ନ ଥିଲେ। ସୁରେଶ ରାଇନା ତାଙ୍କ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ। ଦକ୍ଷିଣ ଆଫ୍ରିକା ବିପକ୍ଷ ବିଶ୍ୱ ଟି -୨୦ ମ୍ୟାଚରେ ରାଇନା ଏକ ଶତକ ହାସଲ କରିଥିଲେ। ସେତେବେଳେ ଟେଷ୍ଟ, ଏକଦିବସୀୟ ଏବଂ ଟି -୨୦ ରେ ଶତକ ହାସଲ କରିଥିବା ରାଇନା ଭାରତର ପ୍ରଥମ କ୍ରିକେଟର ହୋଇଥିଲେ। ଏହା ବ୍ୟତୀତ ସେ ହେଉଛନ୍ତି ଏକମାତ୍ର ଆଇପିଏଲ ଖେଳାଳି ଯିଏ କ୍ରମାଗତ ୭ଟି ସିଜିନରେରେ ୪୦୦ରୁ ଅଧିକ ରନ ସ୍କୋର କରିଛନ୍ତି। ୧୫ ଅଗଷ୍ଟ ୨୦୨୦ରେ ସୁରେଶ ରାଇନା ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦୁଇଫାଳ ମୁମ୍ବାଇ ଇଣ୍ଡିଆନ୍ସ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମର୍ଥନରେ ମାଲିକ

ନୂଆଦିଲ୍ଲୀ,୨୯।୩: ପାଞ୍ଚ ଥର ଚାମ୍ପିଅନ୍ ତଥା ତାରକା ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମାଙ୍କଠାରୁ ଅଧିନାୟକତ୍ୱ ଦାୟିତ୍ୱ ଛଡ଼ାଇବା ନିଷ୍ପତିକୁ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକମାନେ ଗ୍ରହଣ କରି ପାରୁ...

ଏହି ମହଙ୍ଗା ବୋଲରଙ୍କୁ ଘାରିଛି କୋହଲି ଭୟ: ଆଇପିଏଲ ଇତିହାସରେ ପ୍ରଥମଥର ହେବ ସାମ୍ନା

ବେଙ୍ଗାଲୁରୁ,୨୯।୩: ଆଇପିଏଲ ୨୦୨୪ର ଦଶମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯିବ। ଆରସିବି ଚଳିତ ସିଜନରେ ଏପର୍ଯ୍ୟନ୍ତ ଦୁଇଟି...

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬...

୩ ଦିନ ହେବ ପେନ୍‌କିଲର ନେଉଥିବା ଖେଳାଳି ପଡିଆରେ ସାଜିଲେ ବିଜୟର ହିରୋ

ନୂଆଦିଲ୍ଲୀ,୨୯।୩: ଚଳିତ ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ଦଳର ବିଜୟର ରିୟାନ ପରାଗ ଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri