ଅଢ଼େଇ ହଜାର ଦ୍ବୀପରେ ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ…

ଭୁବନେଶ୍ୱର,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ତେବେ ପ୍ରଥମଥର ମୋଦି ଓଡ଼ିଶାରେ ତାଙ୍କ ଜନ୍ମଦିନ ପାଳନ କରିବେ, ଏ ନେଇ ସମସ୍ତେ ବେଶ ଉତ୍ସାହିତ ଅଛନ୍ତି। ତାଙ୍କ ଜନ୍ମଦିନ ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ
ଆକର୍ଷଣୀୟ ବାଲୁକା କଳା ଦେଖିବାକୁ ମିଳିଛି। ଏହି ଆକର୍ଷଣୀୟ କଳାକୃତିରେ ସେ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ନ୍ୟାସନାଲ ଗ୍ୟାଲେରି ଅଫ ମର୍ଡନ ଆର୍ଟରେ ଏହି ବାଲୁକା କଳା କରାଯାଇଛି । ଅଢ଼େଇ ହଜାର ଦ୍ବୀପରେ ତିଆରି ହୋଇଛି ବାଲୁକା କଳା ।

ଭୁବନେଶ୍ୱରେ ପହଞ୍ଚିଲେ ମୋଦି। ସ୍ବତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ ବିମାନ ବନ୍ଦରେ ପହଞ୍ଚିଛନ୍ତି।
ତାଙ୍କୁ ସ୍ବାଗତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝି ଓ ଭାଜପାର ନେତୃବୃନ୍ଦ ଉପସ୍ଥିତ ଥିଲେ। ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି। ମୋଦି ନିରୋଗୀ, ସୁସ୍ଥ ରୁହନ୍ତୁ ମୋଦିଥିଲେ ସବୁ ସମ୍ଭବ ବୋଲି ସେ କହିଛନ୍ତି।ବିମାନ ବନ୍ଦରେରୁ ସେ ସିଧା ଗାଡ଼କଣ ବସ୍ତିକୁ ଯିବେ ସେଠାରେ ପିଏମ୍‌ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରିବେ । ଏହାପରେ ଜନତା ମଇଦାନ ଆସିବେ।

ଅନ୍ୟପକ୍ଷେ ମୋଦିଙ୍କୁ କ୍ଷିରୀ ଖାଇବାକୁ ଦେବେ ମହିଳା। ଗାଡ଼କଣ ଗାଁକୁ ଯିବା ଅବସରରେ ତାଙ୍କୁ ଏହି କ୍ଷିରୀ ଖାଇବାକୁ ଦିଆଯିବ । ପିଏମ୍‌ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ ଏନେଇ ପ୍ରସ୍ତୁତି ହୋଇଛି। ତାଙ୍କ ବୋହୂ ସୁସ୍ବାଦୁ କ୍ଷିରୀ ପ୍ରସ୍ତୁତ କରିଛନ୍ତି।
ତେବେ ଚଳଚଞ୍ଚଳ ହୋଇ ଉଠିଛି ଜନତା ମଇଦାନ । ସୁଭଦ୍ରା ଯୋଜନା ପାଇଁ ଉତ୍ସାହିତ ହୋଇପଡ଼ିଛନ୍ତି ମହିଳା। ୧୧ଟା ୫୫ ମିନିଟ୍‌ରେ ପ୍ରଧାନମନ୍ତ୍ରୀ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ। ସେଠାରେ ପ୍ରାୟ ୧ ଘଣ୍ଟା ରହି ଅପରାହ୍ନ ୧ଟା ୨୦ ମିନଟରେ ନୂଆଦିଲ୍ଲୀଫେରିଯିବାର କାର୍ଯ୍ୟକ୍ରମ ରହିଛି। ତେବେ ପ୍ରଥମଥର ମୋଦି ଓଡ଼ିଶାରେ ତାଙ୍କ ଜନ୍ମଦିନ ପାଳନ କରିବେ ଏ ନେଇ ସମସ୍ତେ ବେଶ ଉତ୍ସାହିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri