Posted inଖେଳ

ତେଜସ୍ବୀ ଯାଦବଙ୍କ ଅଧିନାୟିକତ୍ୱରେ ବଦଳିଥିଲା ବିରାଟ କୋହଲିଙ୍କ ଭାଗ୍ୟ

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଆଜି ୩୨ ବର୍ଷ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୮, ନଭେମ୍ବର ୫ରେ ଜନ୍ମ ହୋଇଥିବା ବିରାଟ କୋହଲି ଆଜି ଦୁନିଆର ସର୍ବୋତ୍ତମ କ୍ରିକେଟରମାନଙ୍କ ମଧ୍ୟରୁ ଅନ୍ୟତମ। ବିରାଟ କୋହଲି କ୍ରିକେଟର ୩ଟି ଫର୍ମାଟରେ ନିଜ ଜଲଓ୍ବା ଦେଖାସାରିଛନ୍ତି। ସେ ଟେଷ୍ଟରେ ୨୭ ଶତକ ଏବଂ ଏକଦିବସୀୟରେ ୪୩ ଶତକ ହାସଲ କରିଛନ୍ତି। ଅର୍ଥାତ୍‌ ଅନ୍ତର୍ଜାତୀୟ କ୍ରିକେଟରେ ବିରାଟ କୋହଲି ମୋଟ ୭୦ଟି ଶତକ ଲଗାଇଛନ୍ତି। ବିରାଟ କୋହଲି ଭାରତର ଅଣ୍ଡର-୧୯ ଦଳର ଅଧିନାୟକ ଥିବାବେଳେ ତାଙ୍କ ନାଁ ଚର୍ଚ୍ଚାକୁ ଆସିଥିଲା। ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ଦଳ ଚାମ୍ପିଅନ ହୋଇଥିଲା। ତେବେ ଖୁବ କମ ଲୋକ ଜାଣନ୍ତି ଯେ ଆରଜେଡି ନେତା ତଥା ଲାଲୁ ଯାଦବଙ୍କ ପୁଅ ତେଜସ୍ବୀ ଯାଦବଙ୍କ ଅଧିନାୟିକତ୍ୱରେ ବିରାଟ କୋହଲିଙ୍କ ଭାଗ୍ୟ ବଦଳି ଯାଇଥିଲା।
ଭାରତର ପୂର୍ବତନ ଚୟନକର୍ତ୍ତା ତଥା ବ୍ୟାଟ୍ସମ୍ୟାନ ଦିଲୀପ ଭେଙ୍ଗସରକାର ବିରାଟ କୋହଲିଙ୍କୁ ପ୍ରଥମ ଥର ପାଇଁ ଭାରତୀୟ ଦଳରେ ସୁଯୋଗ ଦେଇଥିଲେ। ଏକ ସ୍ବତନ୍ତ୍ର ସାକ୍ଷାତକାରରେ ଦିଲୀପ ଭେଙ୍ଗସରକର ବିରାଟ କୋହଲିଙ୍କ ଚୟନର କାହାଣୀ କହିଥିଲେ। ଭେଙ୍ଗସରକର ପ୍ରକାଶ କରିଥିଲେ, ୨୦୦୦ ମସିହାରେ ବିସିସିଆଇ ଏକ ପ୍ରତିଭା ଖୋଜିବା କମିଟି ଗଠନ କରିଥିଲା, ମୁଁ ଏହାର ମୁଖ୍ୟ ଥିଲି। ବ୍ରିଜେଶ ପଟେଲ ମଧ୍ୟ ମୋ ସହିତ ଥିଲେ। ମୁଁ ସାରା ଦେଶରେ ୧୪ ବର୍ଷରୁ କମ, ୧୬ ବର୍ଷରୁ କମ ଏବଂ ୧୯ ବର୍ଷରୁ କମ ମ୍ୟାଚ ଦେଖୁଥିଲି। ମୁଁ ପ୍ରଥମେ ଅଣ୍ଡର -୧୬ ମ୍ୟାଚରେ ମୁମ୍ବାଇ ବିପକ୍ଷରେ ବିରାଟ କୋହଲିଙ୍କୁ ଦେଖିଥିଲି। ବିରାଟ କୋହଲି ତେଜସ୍ବୀଙ୍କ ଅଧିନାୟକତ୍ୱରେ ଖେଳୁଥିଲେ। ସେଠାରେ ବିରାଟ କୋହଲି ଜବରଦସ୍ତ ବ୍ୟାଟିଂ କରିଥିଲେ। ଏହାପରେ ମୁଁ ତାଙ୍କୁ ଭାରତୀୟ ଦଳରେ ସ୍ଥାନ ଦେଇଥିଲି ବୋଲି ସେ କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri