Posted inଖେଳ

ତେଜସ୍ବୀ ଯାଦବଙ୍କ ଅଧିନାୟିକତ୍ୱରେ ବଦଳିଥିଲା ବିରାଟ କୋହଲିଙ୍କ ଭାଗ୍ୟ

ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଆଜି ୩୨ ବର୍ଷ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୮, ନଭେମ୍ବର ୫ରେ ଜନ୍ମ ହୋଇଥିବା ବିରାଟ କୋହଲି ଆଜି ଦୁନିଆର ସର୍ବୋତ୍ତମ କ୍ରିକେଟରମାନଙ୍କ ମଧ୍ୟରୁ ଅନ୍ୟତମ। ବିରାଟ କୋହଲି କ୍ରିକେଟର ୩ଟି ଫର୍ମାଟରେ ନିଜ ଜଲଓ୍ବା ଦେଖାସାରିଛନ୍ତି। ସେ ଟେଷ୍ଟରେ ୨୭ ଶତକ ଏବଂ ଏକଦିବସୀୟରେ ୪୩ ଶତକ ହାସଲ କରିଛନ୍ତି। ଅର୍ଥାତ୍‌ ଅନ୍ତର୍ଜାତୀୟ କ୍ରିକେଟରେ ବିରାଟ କୋହଲି ମୋଟ ୭୦ଟି ଶତକ ଲଗାଇଛନ୍ତି। ବିରାଟ କୋହଲି ଭାରତର ଅଣ୍ଡର-୧୯ ଦଳର ଅଧିନାୟକ ଥିବାବେଳେ ତାଙ୍କ ନାଁ ଚର୍ଚ୍ଚାକୁ ଆସିଥିଲା। ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ଦଳ ଚାମ୍ପିଅନ ହୋଇଥିଲା। ତେବେ ଖୁବ କମ ଲୋକ ଜାଣନ୍ତି ଯେ ଆରଜେଡି ନେତା ତଥା ଲାଲୁ ଯାଦବଙ୍କ ପୁଅ ତେଜସ୍ବୀ ଯାଦବଙ୍କ ଅଧିନାୟିକତ୍ୱରେ ବିରାଟ କୋହଲିଙ୍କ ଭାଗ୍ୟ ବଦଳି ଯାଇଥିଲା।
ଭାରତର ପୂର୍ବତନ ଚୟନକର୍ତ୍ତା ତଥା ବ୍ୟାଟ୍ସମ୍ୟାନ ଦିଲୀପ ଭେଙ୍ଗସରକାର ବିରାଟ କୋହଲିଙ୍କୁ ପ୍ରଥମ ଥର ପାଇଁ ଭାରତୀୟ ଦଳରେ ସୁଯୋଗ ଦେଇଥିଲେ। ଏକ ସ୍ବତନ୍ତ୍ର ସାକ୍ଷାତକାରରେ ଦିଲୀପ ଭେଙ୍ଗସରକର ବିରାଟ କୋହଲିଙ୍କ ଚୟନର କାହାଣୀ କହିଥିଲେ। ଭେଙ୍ଗସରକର ପ୍ରକାଶ କରିଥିଲେ, ୨୦୦୦ ମସିହାରେ ବିସିସିଆଇ ଏକ ପ୍ରତିଭା ଖୋଜିବା କମିଟି ଗଠନ କରିଥିଲା, ମୁଁ ଏହାର ମୁଖ୍ୟ ଥିଲି। ବ୍ରିଜେଶ ପଟେଲ ମଧ୍ୟ ମୋ ସହିତ ଥିଲେ। ମୁଁ ସାରା ଦେଶରେ ୧୪ ବର୍ଷରୁ କମ, ୧୬ ବର୍ଷରୁ କମ ଏବଂ ୧୯ ବର୍ଷରୁ କମ ମ୍ୟାଚ ଦେଖୁଥିଲି। ମୁଁ ପ୍ରଥମେ ଅଣ୍ଡର -୧୬ ମ୍ୟାଚରେ ମୁମ୍ବାଇ ବିପକ୍ଷରେ ବିରାଟ କୋହଲିଙ୍କୁ ଦେଖିଥିଲି। ବିରାଟ କୋହଲି ତେଜସ୍ବୀଙ୍କ ଅଧିନାୟକତ୍ୱରେ ଖେଳୁଥିଲେ। ସେଠାରେ ବିରାଟ କୋହଲି ଜବରଦସ୍ତ ବ୍ୟାଟିଂ କରିଥିଲେ। ଏହାପରେ ମୁଁ ତାଙ୍କୁ ଭାରତୀୟ ଦଳରେ ସ୍ଥାନ ଦେଇଥିଲି ବୋଲି ସେ କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri