ହକ୍କାନି ନେଟ୍‌ଓ୍ବାର୍କ କମାଣ୍ଡରଙ୍କୁ ହତ୍ୟା, ପାକିସ୍ତାନ-ତାଲିବାନ୍‌କୁ ଝଟ୍‌କା…

କାବୁଲ,୩।୧୧: ଆଫଗାନିସ୍ତାନରେ ତାଲିବାନ ଶାସନ କ୍ଷମତା ଦଖଲ କରିବା ପରେ ଏକ ବଡ ଅସୁବିଧାର ସମ୍ମୁଖୀନ ହୋଇଛି। ମଙ୍ଗଳବାର ଏକ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀ ସଂଗଠନ ହକ୍କାନି ନେଟୱାର୍କର ମୁଖ୍ୟ ରଣନୀତିଜ୍ଞ ତଥା ତାଲିବାନ ସରକାରଙ୍କ ଗୃହମନ୍ତ୍ରୀ ହମଦୁଲ୍ଲା ମୁଖଲିସ୍‌ଙ୍କୁ ହତ୍ୟା କରାଯାଇଛି। କାବୁଲକୁ ତାଲିବାନ ଦଖଲ କରିବା ପରେ ହମଦୁଲ୍ଲା ପ୍ରଥମ ବ୍ୟକ୍ତି ଭାବେ ରାଷ୍ଟ୍ରପତି ଆଶରଫ ଘାନିଙ୍କ କାର୍ଯ୍ୟାଳୟରେ ପ୍ରବେଶ କରିଥିଲେ।  ସେ ରାସ୍ତାରେ ଚେୟାରରେ ବସିଥିବାର ଫଟୋ ସୋସିଆଲ ମିଡିଆରେ ବେଶ ଭାଇରାଲ ହୋଇଥିଲା।

ମଙ୍ଗଳବାର ଦିନ କାବୁଲରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣରେ ଏପର୍ଯ୍ୟନ୍ତ ୨୫ ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। କୁହାଯାଉଛି ଯେ ଏହ ମୃତକଙ୍କ ମଧ୍ୟରେ ହମଦୁଲ୍ଲା ମଧ୍ୟ ରହିଛନ୍ତି। ହମଦୁଲ୍ଲା ତାଲିବାନ୍‌ର ସ୍ବତନ୍ତ୍ର ବାହିନୀ ବଦ୍ରି ବ୍ରିଗେଡର କମାଣ୍ଡର ମଧ୍ୟ ଥିଲେ।

ଏହି ବ୍ରିଗେଡକୁ କାବୁଲରେ ସୁରକ୍ଷା ଦାୟିତ୍ୱ ଦିଆଯାଇଛି। ତାଲିବାନ କମାଣ୍ଡରଙ୍କ ମୃତ୍ୟୁ ହକ୍କାନି ନେଟୱାର୍କକୁ ଏକ ବଡ ଝଟ୍‌କା ଦେଇଛି। ଏହାପୂର୍ବରୁ ହମଦୁଲ୍ଲା ପାକଟିକା ଏବଂ ଖୋସ୍ତ ପ୍ରଦେଶରେ ତାଲିବାନର କାର୍ଯ୍ୟନିର୍ବାହି ରାଜ୍ୟପାଳ ଥିଲେ।

ଏହି ଆକ୍ରମଣ ପାଇଁ ଇସଲାମିକ ଷ୍ଟେଟ (ଆଇଏସ) ସଂଗଠନର ନିଜକୁ ଦାୟୀ କରିଛି। ତାଲିବାନ ମୁଖପାତ୍ର ଜବିହୁଲ୍ଲା ମୁଜାହିଦ କହିଛନ୍ତି ଯେ, ୪୦୦ ଶଯ୍ୟା ବିଶିଷ୍ଟ ସର୍ଦ୍ଦାର ମହମ୍ମଦ ଦାଉଦ ଖାଁ ହସ୍ପିଟାଲର ପ୍ରବେଶ ଦ୍ୱାରରେ ଏହି ବିସ୍ଫୋରଣ ଘଟିଛି।

ଏହା ପରେ ଇସଲାମିକ ଷ୍ଟେଟ ବନ୍ଧୁକଧାରୀଙ୍କ ଦ୍ୱାରା ଆକ୍ରମଣ ହୋଇଥିଲା। ଆଫଗାନିସ୍ତାନର ତାଲିବାନର ନିୟନ୍ତ୍ରଣ ବିରୋଧରେ ଇସଲାମିକ ଷ୍ଟେଟ ସବୁଠାରୁ ବଡ ବିପଦ ଭାବରେ ଉଭା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri