ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ବିଶାଳ ବାଇକ୍ ରାଲି ଷଡ଼ଙ୍ଗ ପଞ୍ଚାୟତ କାର୍ଯ୍ୟାଳୟ ନିକଟରୁ ବାହାରି ଗେଡ଼ମା ପଞ୍ଚାୟତ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା। ରାଲିରେ ଅଂଶଗ୍ରହଣକାରୀମାନେ ହାତରେ ତ୍ରିରଙ୍ଗା ପତାକା ଧରି “ଭାରତ ମାତା କି ଜୟ” ସ୍ଲୋଗାନ ଦେଇ ପରିବେଶକୁ ଉତ୍ସାହମୟ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀ ଯୋଗଦେଇ ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ ବୋଲି ଉଦ୍ବୋଧନ ଦେଇଥିଲେ। ଜାତୀୟ ପତାକା ପ୍ରତି ସମ୍ମାନ ଏବଂ ପ୍ରତି ଘରେ ଦେଶଭକ୍ତିର ଭାବନା ସୃଷ୍ଟି କରିବା ହେଉଛି ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ସେ ମତବ୍ୟକ୍ତ କରିଥିଲେ।

ଏହି କାର୍ଯ୍ୟକ୍ରମରେ ମଣ୍ଡଳ ପ୍ରଭାରୀ ଯୁଧିଷ୍ଠିର ମଲ୍ଲିକ, ମଣ୍ଡଳ ସଭାପତି ଜଗନ୍ନାଥ ବାରିକ, ଯୁବ ମୋର୍ଚା ଜିଲା ସମ୍ପାଦକ ଅବିନାଶ ସେଠୀଙ୍କ ସମେତ ସୁରେନ୍ଦ୍ର କାଣ୍ଡି, ଅନ୍ତର୍ଯ୍ୟାମୀ ଖଣ୍ଡେଇ, ଶିଲାରାଣୀ କାଣ୍ଡି, ବାବୁଲା କାଣ୍ଡି, ତାରିଣୀ ସେନାପତି, ଯୋଗେନ୍ଦ୍ର ବେହେରା, ମଣି ଚରଣ ଜେନା, ଅଭିନାଶ ସେନାପତି, ସୁଶାନ୍ତ କୁମାର ଜେନା, ଅମ୍ଲାନ ନାୟକ, ଦେବାଶିଷ ବେହେରା, ଆଲୋକ ଦାସ, ସୁଧାଂଶୁ ବେହେରା, ଅଧର ବେହେରା, ରମାକାନ୍ତ ନାୟକ, ରମାକାନ୍ତ ସାହୁ, କହ୍ନେଇ ଦାସ, ଦେବନି ପାତ୍ର, ସୁରେନ୍ଦ୍ର ଦାସ, ପ୍ରବୀର ନାୟକ, ରବୀନ୍ଦ୍ର ମଲ୍ଲିକ, ମଣି ଚରଣ ନାୟକ, ରୁଦ୍ର ନାରାୟଣ ଜେନା ଏବଂ ଚାନ୍ଦମଣୀ ତରେଇ ପ୍ରମୁଖଙ୍କ ସମେତ ବହୁ ସଂଖ୍ୟାରେ ଭାଜପା କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ାମାରି ବନ ବିଭାଗ ପକ୍ଷରୁ ବିଶ୍ଵ ହସ୍ତୀ ଦିବସ ପାଳିତ: ହାତୀ ସୁରକ୍ଷା ପାଇଁ ସଚେତନତା ସଭା

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ନେଇ ଚନ୍ଦ୍ରଗିରି ରେଞ୍ଜ ପୋଡ଼ାମାରି ବନ ବିଭାଗ ପକ୍ଷରୁ ବିଶ୍ଵ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri