ହର ହର ମହାଦେବ, ଜୟ ଶ୍ରୀରାମ ଲେଖି ୨ ଗିରଫ

ଆନନ୍ଦପୁର,୭ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପୁଣି ଚର୍ଚ୍ଚାର ପରିସରକୁ ଆସିଛି। ୧୯୯୯ ମସିହାରେ ଗ୍ରାହାମ ଷ୍ଟୁଆର୍ଟ ଷ୍ଟେନସ୍‌ ଓ ତାଙ୍କ ଦୁଇ ଶିଶୁ ପୁତ୍ର ଟିମୋଥି ଓ ଫିଲିପ୍‌ଙ୍କୁ ଗାଡ଼ି ଭିତରେ ଶୋଇଥିବା ଅବସ୍ଥାରେ ଜାଳିଦେବା ଘଟଣା ସାରା ଦେଶରେ ଚର୍ଚ୍ଚିତ ଖବର ପାଲଟିଥିବାବେଳେ ଏବେ ସେଠାରେ ଥିବା ଚର୍ଚ୍ଚ କାନ୍ଥରେ ହରହର ମହାଦେବ ଓ ଜୟ ଶ୍ରୀରାମ ଲେଖାକୁ ନେଇ ପୁଣି ଚର୍ଚ୍ଚାକୁ ଆସିଛି। ଧାର୍ମିକ ଭାବନାକୁ ପ୍ରଭାବିତ କରାଯାଇଥିବା ଅନୁଭବ କରି ଚର୍ଚ୍ଚର ମୁଖ୍ୟ ଚୈତନ୍ୟ ମୁର୍ମୁ ଆନନ୍ଦପୁର ଥାନାରେ ଅଭିଯୋଗ କରିଥିଲେ। ପୋଲିସ କେସ୍‌ ନଂ ୧୫୮/୨୧ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିବାବେଳେ ଦୁଇ ଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ଗିରଫ ଦୁଇ ଜଣ ହେଲେ ମନୋହରପୁର ଗ୍ରାମର ରାମସିଂ ମୁର୍ମୁ ଓ ପୁରୀ ଜିଲା ଦେବସେନାର ଦେବୀପ୍ରସାଦ ଦାଶ। ନିକଟରେ ଦେବୀପ୍ରସାଦ କେନ୍ଦୁଝର ଜେଲରେ ଷ୍ଟେନସ୍‌ ପୋଡ଼ି ଘଟଣାରେ ରହିଥିବା ଦାରା ସିଂଙ୍କୁ ଦେଖା କରିବାକୁ ଆସିଥିଲେ। ପରେ ଏଭଳି ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି। ଚର୍ଚ୍ଚ କାନ୍ଥରେ ଲେଖାଯିବା ସହିତ ଅଭିଯୁକ୍ତମାନେ ୧୯୯୯ ମସିହା ଘଟଣାର ପୁନରାବୃତ୍ତି ହେବାର ଧମକ ଦିଆଯାଇଥିବା ଅଭିଯୋଗ ହୋଇଛି ବୋଲି ଥାନାଧିକାରୀ ମନୋରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri