ବର୍ଷକରେ ୨୭ ପ୍ରତିଶତ ମହଙ୍ଗା ହେଲାଣି ହରଡ଼ ଡାଲି…

ନୂଆଦିଲ୍ଲୀ,୨୯।୮ : ସରକାରଙ୍କ ସମସ୍ତ ଉଦ୍ୟମ ସତ୍ତ୍ୱେ ଡାଲିର ମୂଲ୍ୟ ହ୍ରାସ ହେବାର ନାମ ନେଉନାହିଁ। ବିଶେଷକରି ହରଡ଼ ଡାଲିର ମୂଲ୍ୟରେ ଅଧିକ ବୃଦ୍ଧି ଦେଖିବାକୁ ମିଳିଛି। ଗତ ଏକ ବର୍ଷ ମଧ୍ୟରେ ହରଡ଼ ଡାଲି ୨୭ ପ୍ରତିଶତ ମହଙ୍ଗା ହୋଇଛି। ଏହା ସହିତ ମସୁର ଡାଲିର ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି । ଚଳିତ ବର୍ଷ ମୌସୁମୀରେ କମ ବର୍ଷା ଯୋଗୁ ଆସନ୍ତା ଦିନରେ ଡାଲିର ମୂଲ୍ୟରେ ଆହୁରି ବୃଦ୍ଧି ହେବାର ସମ୍ଭାବନା ରହିଛି।

ଦେଶରେ ଖୁଚୁରା ମୂଲ୍ୟ ଉପରେ ନଜର ରଖୁଥିବା ଗ୍ରାହକ ବ୍ୟାପାର ବିଭାଗର ମୂଲ୍ୟ ମନିଟରିଂ ଡିଭିଜନର ତଥ୍ୟ ଅନୁଯାୟୀ, ୨୯ ଅଗଷ୍ଟ ୨୦୨୨ ରେ କିଲୋଗ୍ରାମ ପିଛା ହାରାହାରି ମୂଲ୍ୟ ୧୧୦.୬୬ ଟଙ୍କାରେ ଉପଲବ୍ଧ ଥିବା ହରଡ଼ ଡାଲି ଗୋଟିଏ ବର୍ଷରେ କେଜି ପିଛା ୧୪୦.୩୪ ଟଙ୍କାକୁ ବୃଦ୍ଧି ହୋଇଛି। ଅର୍ଥାତ ଗୋଟିଏ ବର୍ଷ ମଧ୍ୟରେ ଏହାର ମୂଲ୍ୟ ୨୭ ପ୍ରତିଶତ ବୃଦ୍ଧି ପାଇଛି।

ଖାଦ୍ୟ ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ୨୯ ଅଗଷ୍ଟ ୨୦୨୨ ରେ ଏକ ବର୍ଷ ପୂର୍ବରୁ ମୁଗ ଡାଲିର ହାରାହାରି ମୂଲ୍ୟ ୧୦୨.୩୫ ଟଙ୍କା ଥିଲା, ଯାହା ବର୍ତ୍ତମାନ ୧୧୧.୧୯ ଟଙ୍କାକୁ ବୃଦ୍ଧି ପାଇଛି। ଅର୍ଥାତ ମୁଗ ଡାଲି ଗୋଟିଏ ବର୍ଷରେ ୮.୧୫ ପ୍ରତିଶତ ମହଙ୍ଗା ହୋଇଛି। ଏକ ବର୍ଷ ପୂର୍ବେ ୧୦୮.୨୫ ଟଙ୍କାରେ ଉପଲବ୍ଧ ଥିବା ବିରି ଡାଲି ବର୍ତ୍ତମାନ କିଲୋଗ୍ରାମ ପିଛା ୧୧୫.୦୨ ଟଙ୍କା ମୂଲ୍ୟରେ ଉପଲବ୍ଧ ହେଉଛି। ଏହା ୬.୨୫ ପ୍ରତିଶତ ଅଧିକ ହୋଇଛି। ଏକ ବର୍ଷ ପୂର୍ବେ ମସୁର ଡାଲତର ହାରାହାରି ମୂଲ୍ୟ କିଲୋଗ୍ରାମ ପିଛା ୯୨.୦୯ ଟଙ୍କା ଥିଲା, ଯାହା ବର୍ତ୍ତମାନ କିଲୋଗ୍ରାମ ପିଛା ୯୭.୧୬ ଟଙ୍କାକୁ ବୃଦ୍ଧି ପାଇଛି। ଏକ ବର୍ଷ ପୂର୍ବେ ବୁଟ ଡାଲି କିଲୋଗ୍ରାମ ପିଛା ୭୪.୧୫ ଟଙ୍କା ଥିଲା, ଯାହା ବର୍ତ୍ତମାନ କିଲୋଗ୍ରାମ ପିଛା ୭୭.୯ ଟଙ୍କାରେ ପହଞ୍ଚିଛି। ଗୋଟିଏ ବର୍ଷରେ ଏହା ୫ ପ୍ରତିଶତରୁ ଅଧିକ ମହଙ୍ଗା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri