Posted inଜାତୀୟ

କଂଗ୍ରେସରେ ସାମିଲ ହେଲେ ହରକ ସିଂ ରାୱତ

ଡେରାଡୁନ,୨୧ ।୧: ଉତ୍ତରାଖଣ୍ଡର ପୂର୍ବତନ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ହରକ ସିଂ ରାୱତ ଶୁକ୍ରବାର କଂଗ୍ରେସରେ ସାମିଲ ହୋଇଛନ୍ତି । ଏହାପରେ ସେ ହରିଶ ରାୱତଙ୍କ ସହ ସାକ୍ଷାତ୍ କରିଛନ୍ତି । ହରକ ସିଂ ରାୱତ ୧୫ ଜିଆର୍‌ପିର କଂଗ୍ରେସ ୱାର ରୁମରେ ପହଞ୍ଚିଥିଲେ । ଏହି ସମୟରେ ୱାର ରୁମରେ ପ୍ରିୟଙ୍କା ଗାନ୍ଧୀ, ହରିଶ ରାୱତ, ଗଣେଶ ଗୋଦିୟାଲ, ପ୍ରିତମ ସିଂ, ଦେବେନ୍ଦ୍ର ଯାଦବ ଓ ଦୀପିକା ପାଣ୍ଡେୟ ପ୍ରମୁଖ ଉପସ୍ଥିତ ଥିଲେ । ତେବେ ହରକ ସିଂ କଂଗ୍ରେସର ସଦସ୍ୟତା ନେବା ପୂର୍ବରୁ ଏସବୁ ନେତାଙ୍କୁ ଭେଟିଥିଲେ । ଏବେ ହରକ ସିଂ ରାୱତ କହିଛନ୍ତି ଯେତେବେଳେ ୧୦ ମାର୍ଚ୍ଚରେ କଂଗ୍ରେସ ପୂର୍ଣ୍ଣ ବହୁମତରେ ବିଜୟି ହେବ ତାହା ହେବ ମୋର କ୍ଷମା । ଭାଜପା ମୋରେ ୟୁଜ ଆଣ୍ଡ ଥ୍ରୋ ଭାବିଲା । ସୂଚନାଯୋଗ୍ୟ, ଦଳ ବିରୋଧି କାର୍ଯ୍ୟ ପାଇଁ ଭାଜପା ହରକ ସିଂ ରାୱତଙ୍କୁ ୬ ବର୍ଷ ପାଇଁ ଦଳରୁ ବହିଷ୍କାର କରିଛି । ହରକ ସିଂ କଂଗ୍ରେସରେ ଯୋଗ ଦେବା ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ହରିଶ ରାୱତ କହିଥିଲେ ସେ ଲୋକତନ୍ତ୍ର ବିରୋଧି କାମ କରିଛନ୍ତି ସେଥିପାଇଁ ସେ ପ୍ରାୟଶ୍ଚିତ କରନ୍ତୁ । ଦଳସହ ଯୋଡି ହେବା ଛିଡିଯିବା ତାଙ୍କର ପୁରୁଣା ଇତିହାସ । ଭାଜପାରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ହରକ ସିଂ ଅନେକ ଦଳ ବଦଳ କରିସାରିଲେଣି । ଏମିତିକି ନିଜର ଦଳ ଗଠନ କରିବାକୁ ବି ସେ ଏକ୍ସସପିରିମେଣ୍ଟ କରି ସାରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?